-+91-9937148622 |

prerana_bgr@rediffmail.com |

  Friday 29th March 2024 |

| | | |

R.N.I. Regd No. ODIODI/2010/46693

Breaking News

୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (29-Mar-2024)       ||      ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   (29-Mar-2024)       ||      ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    (28-Mar-2024)       ||      ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ    (28-Mar-2024)       ||      ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||      ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   (27-Mar-2024)       ||      ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ    (27-Mar-2024)       ||      ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ ସମାରୋହ ଦେଶର ଗର୍ବ, ଗୌରବ ଓ ଗାରିମାକୁ ବଜାୟ ରଖିବା ଆମ ସମସ୍ତଙ୍କ ଦାୟିତ୍ୱ -ମାନ୍ୟବର ମନ୍ତ୍ରୀ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ଏବଂ ଉଚ୍ଚ ଶିକ୍ଷା ବିଭାଗ, ଓଡିଶା,

27-Jan-2022



ସୁବର୍ଣ୍ଣପୁର//(ମନୋରଞ୍ଜନ ତ୍ରିପାଠୀ) : ସୁବର୍ଣ୍ଣପୁର ସଦର ମହକୁମାରେ ଜିଲ୍ଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ସମାରୋହ କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଯାଇଛି l ସ୍ଥାନୀୟ ରିଜର୍ଭ ପୋଲିସ ପଡିଆ ଠାରେ ଅନୁଷ୍ଠିତ ଏହି ସମାରୋହରେ ଡ଼. ଅରୁଣ କୁମାର ସାହୁ, ମାନ୍ୟବର ମନ୍ତ୍ରୀ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପଶୁସମ୍ପଦ ବିକାଶ, ଏବଂ ଉଚ୍ଚ ଶିକ୍ଷା ବିଭଗ ମୁଖ୍ୟଅତିଥି ଭାବେ ଯୋଗଦାନ କରିବା ସହ ଦେଶର ଗର୍ବ ଏବଂ ଗୌରବର ପ୍ରତୀକ ଜାତୀୟ ପତାକାକୁ ଉତ୍ତୋଳନ କରି ଅଭିବାଦନ ଗ୍ରହଣ ପୂର୍ବକ ଜିଲ୍ଲlବାସୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେଇଥିଲେ l ମାନ୍ୟବର ମନ୍ତ୍ରୀ ଡ଼.ସାହୁ  କହିଲେ ଯେ, ଭାରତର ସମ୍ବିଧାନ ବିଶ୍ୱରେ ଅଦ୍ଵିତୀୟ, ଅନେକତା ମଧ୍ୟରେ ଏକତା ଏହାର ବୈଶିଷ୍ଟ୍ୟ  l ଦେଶର ଗର୍ବ ଗୌରବ ଓ ଗାରିମାକୁ ବଜାୟ ରଖିବା ଆମ ସମସ୍ତଙ୍କ ଦାୟିତ୍ୱ ଓ ତାର ଅନୁପାଳନ ଆମର କର୍ତ୍ତବ୍ୟ l  ସେ ସୁବର୍ଣ୍ଣପୁର ଜିଲ୍ଲାର  ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ ଓ ବଳିଦାନର  ସ୍ମୃତିଚାରଣ କରି ସେମାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ଜିଲ୍ଲାର ସାହିତ୍ୟ, କଳା,ସଂସ୍କୃତି, ପରମ୍ପରା,ଓ ଜିଲ୍ଳା ଇତିହାସର ଅବଲୋକନ ପୂର୍ବକ ଏକ ସ୍ୱାଧୀନ ବିକାଶ ମୂଳକ ରାଷ୍ଟ୍ର ଗଠନରେ ଜିଲ୍ଲାର ଅବଦାନକୁ ପ୍ରଶଂସା କରିଥିଲେ l ସମାରୋହରେ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୀତାରାମ ଶତପଥୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟନାରାୟଣ ଦାଶ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ନିଶି ପୁନମ ମିଞ୍ଜ, ପିଡି ଡି ଆର ଡି ଏ ଶ୍ରୀ ଡୋଳାମଣି ପଟେଲ, ଉପଜିଲ୍ଲାପାଳ ସୋନପୁର ଶ୍ରୀ ନିହାର ରଞ୍ଜନ କଁହର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ହେମନ୍ତ କୁମାର ପାଢ଼ୀ, ସମେତ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀ, ପୋଲିସ ପ୍ରଶାସନ ସହ କୋଭିଡ ଯୋଦ୍ଧା, ସାମ୍ବାଦିକ ପ୍ରମୁଖ କାର୍ଯ୍ୟକ୍ରମ ରେ ଉପସ୍ଥିତି ଥିଲେ l ଅଦ୍ୟ ଦିନ ଦିବା ୮-୩  ମିନିଟ୍ ସମୟରେ ମୁଖ୍ୟଅତିଥି ଅନୁଷ୍ଠାନିକ ଜିଲ୍ଲାସ୍ତରୀୟ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିଥିଲେl ଜିଲ୍ଲା ଆରକ୍ଷୀ ବାହିନୀର ଗୋଟିଏ ପ୍ଲାଟୁନ୍ ସହ ପୋଲିସ ବ୍ୟାଣ୍ଡ ପାର୍ଟି ଜାତୀୟ ପତାକା ଏବଂ ମୁଖ୍ୟ ଅତିଥିଙ୍କୁ ଅଭିବାଦନ  ପ୍ରଦାନ ପୂର୍ବକ ସମ୍ମାନ ପ୍ରଦର୍ଶନ କରିଥିଲେ I  ଏଇ ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ପ୍ରତ୍ୟୁଷରୁ ଡ଼ାକବାଜି ଯନ୍ତ୍ର ଦ୍ୱାରା ସହରରେ ରାମଧୁନ ପରିବେଷଣ କରାଯାଇଥିଲା l ପରେ ପରେ ସକାଳ ୭ଘଣ୍ଟା ସମୟରେ ସହରରେ ଅବସ୍ଥାପିତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି ରେ ପ୍ରଶାସନ ର ବରିଷ୍ଠ ଅଧିକାରୀଙ୍କ ଦ୍ୱାରା ପୁଷ୍ପମାଲ୍ୟ ପ୍ରଦାନ କରାଯାଇଥିଲା l ଦିବସର ବିଭିନ୍ନ କାର୍ଯ୍ୟକ୍ରମକୁ ଶ୍ରୀ ଅଶ୍ବିନୀ କୁମାର ଭୋଇ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପରିଚାଳନା କରିଥିଲେ I ଏଥିରେ ବିଭଗର ମାନଭଞ୍ଜନ ପଟ୍ଟନାୟକ ଓ କର୍ମଚାରୀ, ସ୍ୱଳ୍ପ ସଂଚୟ ବିଭାଗର ଦୁଃଖୀ ଶ୍ୟାମ ସେଠୀ ପ୍ରମୁଖ ସହଯୋଗ କରିଥିଲେl ସେହିପରି ପ୍ରାତଃ  ୭. ୩୦ଘଣ୍ଟା ସମୟରେ ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଜାତୀୟ ପତାକା ଉତ୍ତୋଳନ କରି ସମବେତ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ନିଷ୍ଠାପର ଭାବରେ ନିଜର କର୍ତ୍ତବ୍ଯ ନିର୍ବାହ ପୂର୍ବକ ଦେଶ ତଥା ସମାଜର ସେବା କରିବା ପାଇଁ ଉଦବୋଧନ ଦେଇଥିଲେ l ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟନାରାୟଣ ଦାଶ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ନିଶି ପୁନମ୍ ମିଞ୍ଜ୍ ଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉତ୍ସବ ରେ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2024
  ଜିଲ୍ଲା  
ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   29-Mar-2024
  ଜିଲ୍ଲା  
ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    28-Mar-2024
  ରାଜନୀତି  
ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ   28-Mar-2024
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024
  ରାଜନୀତି  
ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ   28-Mar-2024
  ଜିଲ୍ଲା  
ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ   28-Mar-2024
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   28-Mar-2024
  ଜିଲ୍ଲା  
ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   28-Mar-2024
  ଜିଲ୍ଲା  
କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    27-Mar-2024
  ଜିଲ୍ଲା  
ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   27-Mar-2024

You Might Also Like