-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||     

HOME   ମନୋରଞ୍ଜନ

ଅନୁଭବ-ବର୍ଷା ବିବାଦ : ଜବାବ ରଖିବାକୁ ଅନୁଭବ ଲୋଡ଼ିଲେ ସମୟ, ଡିସେମ୍ବର ୧୮ରେ ପରବର୍ତ୍ତୀ ଶୁଣାଣି

13-Nov-2020



କଟକ, (ପ୍ରେରଣା ଖବର) : ଘରୋଇ ହିଂସା ଅଭିଯୋଗ ମାମଲାରେ ଜବାବ ରଖିବାକୁ ଅଦାଲତରୁ ଅଧିକ ସମୟ ଲୋଡ଼ିଛନ୍ତି ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି। ତାଙ୍କର ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଦାୟର କରିଥିବା ମାମଲାରେ ଆଜି କଟକ ସଦର ଏସ୍‌ଡିଜେଏମ୍ ଅଦାଲତରେ ଅନୁଭବ ଓକିଲଙ୍କ ମାଧ୍ୟମରେ ହାଜର ହେବା ସହିତ ଜବାବ ରଖିବାକୁ ଅଧିକ ସମୟ ମାଗିଥିଲେ। ଅଦାଲତ ଏଥିପାଇଁ ଅନୁମତି ଦେବା ସହିତ ବର୍ଷାଙ୍କ ଆବେଦନର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୮କୁ ଧାର୍ଯ୍ୟ କରିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ ଘରୋଇ ହିଂସା ଅଭିଯୋଗ ଆଣି ବର୍ଷା ଗତ ଅଗଷ୍ଟ ୭ରେ ଏହି ମାମଲା ରୁଜୁ କରିଥିଲେ। ସେପ୍ଟେମ୍ବର ୭ରେ ସୁରକ୍ଷା ଅଧିକାରୀ ଅନୁଭବଙ୍କ ବାସଭବନରେ ପହଞ୍ଚି ବର୍ଷାଙ୍କ ବୟାନ ରେକର୍ଡ କରିଥିଲେ। ସୁରକ୍ଷା ଅଧିକାରୀ ବର୍ଷାଙ୍କୁ କଣ ସବୁ ନିର୍ଦ୍ଦିଷ୍ଟ ଭାବେ ଘରୋଇ ହିଂସା ସଂପର୍କିତ ଅଭିଯୋଗ ରହିଛି ସେ ସଂପର୍କରେ ପଚାରି ବୁଝିଥିଲେ। କେବେଠାରୁ ଏଭଳି ନିର୍ଯାତନାର ଶିକାର ହେଉଛନ୍ତି, କାହା ବିରୋଧରେ ନିର୍ଦ୍ଦିଷ୍ଟ ଭାବେ ତାଙ୍କ ଅଭିଯୋଗ ରହିଛି ସେ ନେଇ ବର୍ଷାଙ୍କୁ ସୁରକ୍ଷା ଅଧିକାରୀ ପଚାରିଥିଲେ। ‌ଯୌତୁକ ଦାବି ଓ ଅନ୍ୟ ଘରୋଇ ବିବାଦ ପ୍ରସଂଗରେ ବର୍ଷାଙ୍କର କଣ ଅଭିଯୋଗ ରହିଛି, ସେ ନେଇ ମଧ୍ୟ ସୁରକ୍ଷା ଅଧିକାରୀ ପଚାରି ବୁଝିବା ସହିତ ନିର୍ଦ୍ଦିଷ୍ଟ ଫର୍ମରେ ଲେଖିଥିଲେ। ଫର୍ମର ଥିବା ୭ଟି ନିର୍ଦ୍ଦିଷ୍ଟ ପ୍ରଶ୍ନ ଓ ଅନ୍ୟ ତଥ୍ୟ ପୂରଣ କରାଯିବା ପରେ ବର୍ଷା ସେଥିରେ ସ୍ବାକ୍ଷର କରିଥିଲେ। ଏହାପରେ ସୁରକ୍ଷା ଅଧିକାରୀ ଏ ସଂପର୍କିତ ରିପୋର୍ଟ ଅଦାଲତରେ ଦାଖଲ କରିଥିଲେ। ଏହି ମାମଲାରେ ଗଲା ଅକ୍ଟୋବର ୧୨ରେ ଅଦାଲତ ଅନୁଭବଙ୍କୁ ଜବାବ ରଖିବାକୁ ନୋଟିସ୍ କରିଥିଲେ। ଅନ୍ୟପଟେ ବର୍ଷାଙ୍କ ପକ୍ଷରୁ କଟକ ପରିବାର ଅଦାଲତରେ ତାଙ୍କ ଦାମ୍ପତ୍ୟ ସଂପର୍କର ସୁରକ୍ଷା ଅନୁରୋଧ କରି ଦାୟର ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ସପ୍ତାହରେ କରାଯିବ। ଏଥି ସହିତ ଅନୁଭବ ଦିଲ୍ଲୀର ପଟିଆଲା ହାଉସ ପରିବାର ଅଦାଲତରେ ଛାଡ଼ପତ୍ର ପାଇଁ ଦାୟର କରିଥିବା ମାମଲାକୁ କଟକ ପରିବାର ଅଦାଲତକୁ ସ୍ଥାନାନ୍ତର ପାଇଁ ବର୍ଷା ସୁପ୍ରିମକୋର୍ଟରେ ଦାୟର କରିଥିବା ଆବେଦନ ବି ଏବେ ବିଚାରାଧୀନ ରହିଛି।
କେନ୍ଦ୍ରାପଡା ସାଂସଦ ତଥା ଅଭିନେତା ଅନୁଭବଙ୍କ ବିରୋଧରେ ପତ୍ନୀ ବର୍ଷା ବିଭିନ୍ନ ସଂଗିନ ଅଭିଯୋଗ ଆଣିବା ସହିତ ଭରଣପୋଷଣ ଏବଂ କ୍ଷତିପୂରଣ ବାବଦକୁ ୧୫ କୋଟିରୁ ଅଧିକ ଟଙ୍କା ଦାବି କରି କଟକ ଏସଡିଜେଏମ୍ ଅଦାଲତର ଦ୍ବାରସ୍ଥ ହାଇଛନ୍ତି। ଘରୋଇ ହିଂସାରୁ ମହିଳାଙ୍କ ସୁରକ୍ଷା ଆଇନ-୨୦୦୫ର ଧାରା ୧୨, ୧୭, ୧୮, ୧୯, ୨୦, ୨୨ ଓ ୨୩ ଅନୁଯାୟୀ ବର୍ଷା ଏହି ମାମଲା ରୁଜୁ କରିଛନ୍ତି। ବର୍ଷାଙ୍କ ପକ୍ଷରୁ ଆଇନଜୀବୀ ଆର.କେ. ରଥ ଏହି ମାମଲା ପରିଚାଳନା କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm