-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ରାଜ୍ୟ

*ହାଇକୋର୍ଟରେ ଭୁବନେଶ୍ବର ନାବାଳିକା ଗଣଦୁଷ୍କର୍ମ ମାମଲା: ହାଜର ହେଲେ ପୁଲିସ ଡିଜି, ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୬ରେ!!*

18-Nov-2020



 ଭୁବନେଶ୍ବର (ପ୍ରେରଣା ଖବର) - ଭୁବନେଶ୍ବର ନାବାଳିକା ଗଣଦୁଷ୍କର୍ମ ମାମଲାରେ ଆଜି ପୋଲିସ ଡିଜି ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହୋଇଛନ୍ତି। ଡିଜିପିଙ୍କ ପକ୍ଷରୁ ସତ୍ୟପାଠ ସହିତ ତଦନ୍ତର ଷ୍ଟାଟସ୍ ରିପୋର୍ଟ ବନ୍ଦ ଲଫାପାରେ ହାଇକୋର୍ଟରେ ଦାଖଲ କରାଯାଇଛି। ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଡିସେମ୍ବର ୧୬ ତାରିଖକୁ ଧାର୍ଯ୍ୟ କରାଯାଇଛି।  ଏଠାରେ ଉଲ୍ଲେଖଯୋଗ୍ୟ ଯେ ଅକ୍ଟୋବର ୧୪ରେ ହାଇକୋର୍ଟ ମାମଲାର ଶୁଣାଣି କରି ପୀଡ଼ିତାଙ୍କ ପରିବାରକୁ ସୁରକ୍ଷା ପ୍ରଦାନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓ ଡକ୍ଟର ଜଷ୍ଟିସ ବି.ଆର୍.ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସମ୍ପର୍କୀୟ ଜନସ୍ବାର୍ଥ ମାମଲାର ଶୁଣାଣି କରୁଛନ୍ତି!!*ଏଠାରେ ଉଲ୍ଲେଖଯୋଗ୍ୟ ଯେ ଏହି ମାମଲାରେ ପୂର୍ବରୁ କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ସତ୍ୟପାଠରେ ଉଲ୍ଲେଖ କରାଯାଇଥିଲା ଯେ ଅକ୍ଟୋବର ୬ରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ ଦାୟିତ୍ବ ନେଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କ୍ରାଇମବ୍ରାଞ୍ଚ ଏସପିଙ୍କୁ ତଦନ୍ତକାରୀ ଅଧିକାରୀ ନିଯୁକ୍ତି ଦିଆଯାଇଥିବା ବେଳେ ଜଣେ ଅତିରିକ୍ତ ଏସପି, ତିନି ଜଣ ମହିଳା ଇନ୍ସପେକ୍ଟର ଓ ସାଇବର ସେଲର ଜଣେ ଇନ୍ସପେକ୍ଟର ତଦନ୍ତରେ ସହଯୋଗ କରୁଛନ୍ତି। ଏହି ଘଟଣା ୨୦୨୦, ଏପ୍ରିଲ ମାସରେ ହୋଇଥିବା ବେଳେ ଚାରି ମାସର ବ୍ୟବଧାନରେ ଅଗଷ୍ଟ ୩୦ରେ ଏ ନେଇ ଏତଲା ରୁଜୁ ହୋଇଥିଲା। ଫଳରେ ବାୟୋଲୋଜିକାଲ୍ ଏଭିଡେନ୍ସ ପାଇବାରେ ତଦନ୍ତକାରୀ ସଂସ୍ଥା ପାଇଁ ସମସ୍ୟା ସୃଷ୍ଟି ହୋଇଛି!!*ଅଭିଯୁକ୍ତଙ୍କୁ ଜେରା କରାଯାଇ ରେକର୍ଡ କରାଯାଇଥିବା ବୟାନର ସତ୍ୟସତ୍ୟ ପରୀକ୍ଷା କରିବା ପାଇଁ ଭୁବନେଶ୍ବର ଏସଏଫଏସଏଲରେ ସେମାନଙ୍କ ପଲିଗ୍ରାଫ ଟେଷ୍ଟ କରାଯାଇଛି। ଏ ସଂପର୍କିତ ଟେଷ୍ଟ ‌ରିପୋର୍ଟକୁ ଅପେକ୍ଷା କରାଯାଇଛି ବୋଲି ସତ୍ୟପାଠରେ ଉଲ୍ଲେଖ କରାଯାଇଥିଲା। ଆଇନଜୀବୀ ଗୌତମ ସିଦ୍ଦିକି ଓ ଭାରତୀୟ ବିକାଶ ପରିଷଦ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀଙ୍କ ପକ୍ଷରୁ ଦାୟର ଜନସ୍ବାର୍ଥ ମାମଲାରେ ଦର୍ଶାଯାଇଛି ଯେ ଘଟଣାର ସିବିଆଇ କିମ୍ବା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ତଦନ୍ତ କରାଯାଉ। ଆବେଦନରେ ଉଲ୍ଲେଖ କରାଯାଇଛି ଯେ ଏହି ଘଟଣାରେ ପୁଲିସ ବିଭାଗ କର୍ମଚାରୀଙ୍କ ସହିତ ବୈଦ୍ୟୁତିକ ଗଣମାଧ୍ୟମ କର୍ମଚାରୀ ସଂପୃକ୍ତ ବୋଲି ଅଭିଯୋଗ ହୋଇଛି। ଅଭିଯୁକ୍ତମାନେ ପ୍ରଭାବଶାଳୀ ବ୍ୟକ୍ତି ହୋଇଥିବା!!*ଅଭିଯୁକ୍ତମାନେ ପ୍ରଭାବଶାଳୀ ବ୍ୟକ୍ତି ହୋଇଥିବା ବେଳେ କମିସନରେଟ୍ ପୁଲିସ ତଦନ୍ତ ସନ୍ତୋଷଜନକ ନୁହେଁ। ଏହା ଏକ ସମ୍ବେଦନଶୀଳ ପ୍ରସଂଗ। ରାଜନୈତିକ ରଙ୍ଗ ମଧ୍ୟ ଏହାକୁ ଦିଆଯାଉଥିବା ଅଭିଯୋଗ ହେଉଛି। ତଦନ୍ତକୁ ପ୍ରଭାବିତ କରିବାକୁ ଓ ବାଟବଣା କରିବାକୁ ଉଦ୍ୟମ ହେଉଛି। ଏଭଳି ସ୍ଥିତିରେ ଘଟଣାର ତଦନ୍ତ ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳକୁ ପ୍ରଦାନ କରାଯାଉ। ନଚେତ ସବିଆଇ ଭଳି ସ୍ବାଧୀନ ଏଜେନ୍ସକୁ ତଦନ୍ତ ଦାୟିତ୍ବ ପ୍ରଦାନ କରାଯାଉ ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ହାଇକୋର୍ଟ ତଦନ୍ତର ଅଗ୍ରଗତି ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହିତ ପୋଲିସ ଡିଜିଙ୍କୁ ବ୍ୟକ୍ତିଗତ ଭାବେ ହଜାର ହେବାକୁ ଗତ ୯ ତାରିଖରେ ନିର୍ଦ୍ଦେଶ ଦେଇଥିଲେ!!


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like