-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାରେ ରଵି ଧାନ କ୍ରୟ ଆସନ୍ତା ମଇ ମାସ ୧୬ ତାରିଖରୁ ଘୋଷଣା କଲେ ଜିଲ୍ଲାପାଳ, ଜିଲ୍ଲାସ୍ତରୀୟ ରବି ଧାନ କ୍ରୟ କମିଟି ବୈଠକ

27-Apr-2022



ବଲାଙ୍ଗିର,: ବଲାଙ୍ଗିର ଜିଲ୍ଲାରେ ରବିଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ କ୍ରୟ କମିଟି ବୈଠକ ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଗତକାଲି ପୂର୍ବାହ୍ନରେ ସ୍ଥାନୀୟ ଡିଆର୍‌ଡିଏ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ଜିଲ୍ଲାରେ ମଇ ମାସ ୧୬ ତାରିଖ ଠାରୁ ରବି ଧାନ କ୍ରୟ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି । ଏଥି ନିମନ୍ତେ ୧୦୦ ଗୋଟି ପ୍ୟାକ୍ସ ଓ ୬ ଗୋଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସମୁଦାୟ ୧୦୬ ଗୋଟି ଧାନ କ୍ରୟ କେନ୍ଦ୍ର ଜରିଆରେ ଧାନ କ୍ରୟ କରାଯିବ । ରବି ଧାନ କ୍ରୟ ପ୍ରକ୍ରିୟା ନିମନ୍ତେ ଟୋକନ ବ୍ୟବସ୍ଥା କରାଯିବ । ଚଳିତ ବର୍ଷ ଧାନ କ୍ରୟ କେନ୍ଦ୍ର ଗୁଡିକ ସପ୍ତାହରେ ୬ ଦିନ ସକାଳ ୭ଟାରୁ ୧୧ଟା ଓ ଅପରାହ୍ନ ୪ଟାରୁ ୬ଟା ପର୍ଯ୍ୟନ୍ତ ଧାନ କ୍ରୟ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଚଳିତ ବର୍ଷ ରବିଧାନ ବିକ୍ରୟ ନିମନ୍ତେ ଜିଲ୍ଲାର ୭୧୭୨ ଜଣ ଚାଷୀ ପଞ୍ଜିକରଣ ହୋଇଥିବା ବେଳେ ଗତ ରବିରେ ୪୦୫୩ ଜଣ ଚାଷୀ ପଞ୍ଜିକୃତ ହୋଇଥିବା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଚଳିତ ବର୍ଷ ରବିଧାନର ସର୍ବନିମ୍ନ ସହାୟକ ମୂଲ୍ୟ ଗ୍ରେଡ-ଏ ଧାନ ନିମନ୍ତେ କ୍ୱିଣ୍ଟାଲ ପ୍ରତି ୧୯୬୦ ଟଙ୍କା ଧାର୍ଯ୍ୟ କରାଯାଇଥିବା ବେଳେ ସାଧାରଣ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ୱିଣ୍ଟାଲ ପ୍ରତି ୧୯୪୦ ଟଙ୍କା ଧାର୍ଯ୍ୟ କରାଯାଇଛି । ଗ୍ରୀଷ୍ମ ପ୍ରବାହ ଓ ପ୍ରାକ୍‌ ମୌସୁମୀକୁ ଦୃଷ୍ଟିରେ ରଖି ସମସ୍ତ ଧାନକ୍ରୟ କେନ୍ଦ୍ର ଗୁଡିକରେ କୌଣସି ପ୍ରକାରର ଅସୁବିଧାକୁ ସମ୍ମୁଖିନ ଓ ପ୍ରତିହତ କରିବା ନିମନ୍ତେ ପାନୀୟ ଜଳ, ବିଜୁଳି, ଟ୍ରପୋଲିନ ଓ ଚାଷୀଙ୍କ ପାଇଁ ଆଶ୍ରୟେ ସ୍ଥଳ ପ୍ରତି ବିଶେଷ ଗୁରୁତ୍ୱ ଦେବା ସହ ଚାଷୀ ଯେପରି ରବି ଧାନ ବିକ୍ରୟକୁ ସହଜ, ସୁବିଧା ଓ ସ୍ୱଚ୍ଛତାର ସହ କରିପାରିବ ସେଥିପ୍ରତି ବିଶେଷ ଯତ୍ନବାନ ହେବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରବିଧାନ କ୍ରୟ ପ୍ରକ୍ରିୟାର ସମସ୍ତ ସୂଚନା ଯେପରି ଚାଷୀ ମାନେ ପାଇପାରିବେ ସେ ସମ୍ପର୍କରେ ପର୍ଯ୍ୟାପ୍ତ ପ୍ରଚାର ପ୍ରସାର କରିବା ନିମନ୍ତେ ଜିଲ୍ଲାପାଳ ଆର୍‌ଏମ୍‌ସି ମାନଙ୍କୁ ନିର୍ଦ୍ଦେଶ ଦେବା ସହ ଧାନକ୍ରୟ କେନ୍ଦ୍ର ଗୁଡିକରେ ସିସିଟିଭି ସଂଯୋଗକୁ ସୁନିଶ୍ଚିତ କରିବା, ଧାନକ୍ରୟ କେନ୍ଦ୍ର ଗୁଡିକରେ ଧାନ ପହଞ୍ଚିବା ରେଜିଷ୍ଟାର ଉପଲବ୍ଧ କରବା ଏବଂ ଫ୍ଲାଇଙ୍ଗସ୍କ୍ୱାର୍ଡର୍ ଗଠନ କରି ନିୟମିତ ତଦାରଖ କରିବା ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଉପ ଜିଲ୍ଲାପାଳମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ବିଭାଗୀୟ ସଂପୃକ୍ତ ଅଧିକାରୀ ମାନେ ନିଜ ନିଜ ବିଭାଗ ମଧ୍ୟରେ ଉତ୍ତମ ତଥା ଉପଯୁକ୍ତ ସମନ୍ୱୟ ପୂର୍ବକ କାର୍ଯ୍ୟ କରିବା ସହ ଜିଲ୍ଲାରେ ରବି ଧାନ କ୍ରୟ ପ୍ରକ୍ରିୟାକୁ ସୁବ୍ୟବସ୍ଥିତ ଓ ସୂଚାରୁ ରୂପେ ପରିଚାଳନା କରିବାକୁ ପରାମର୍ଶ ଦେଇଥିଲେ । ମିଲର୍ସ ଓ ଚାଷୀମାନଙ୍କ ମଧ୍ୟରେ ସମନ୍ୱୟ ରକ୍ଷା ପୂର୍ବକ ରବିଧାନ କ୍ରୟ ପ୍ରକ୍ରିୟାକୁ ଶୃଙ୍ଖଳିତ କରିବାକୁ ସେ ପରାମର୍ଶ ଦେଇଥିଲେ । ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସଂ ଲାଗୁରୀ, ବଲାଙ୍ଗିର ବିଧାୟକଙ୍କ ପ୍ରତିନିଧି ସରୋଜ କୁମାର ରଥ, ଲୋଇସିଂହା ବିଧାୟକଙ୍କ ପ୍ରତିନିଧି ଦେବୀଲାଲ୍‌ ମିଶ୍ର, ବଲାଙ୍ଗିର ଉପଜିଲ୍ଲାପାଳ ଲମ୍ବୋଧର ଧରୁଆ, ପାଟଣାଗଡ ଉପ ଜିଲ୍ଲାପାଳ ଡ. ବିଜୟାନନ୍ଦ ସେଠୀ, କୃଷି ବିଭାଗ, ଜଳସେଚନ ବିଭାଗର ଅଧିକାରୀ, ସମବାୟ ବିଭାଗ, ଭାରତୀୟ ଖାଦ୍ୟ ନିଗମର ଅଧିକାରୀ, ନିୟନ୍ତ୍ରିତ ବଜାର କମିଟିର ସଂପାଦକ, ମିଲର୍ସ ପ୍ରତିନିଧି ଓ ଜିଲ୍ଲାସ୍ତରୀୟ ବିଭିନ୍ନ ଅଧିକାରୀ ନିୟନ୍ତ୍ରିତ ବଜାର କମିଟିର ସମ୍ପାଦକ, ମିଲର୍ସ ପ୍ରତିନିଧି ଓ ଜିଲ୍ଲାସ୍ତରୀୟ ବିଭିନ୍ନ ଅଧିକାରୀ ମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ମୀର ରାଜା ଅଲ୍ଲୀ ଜିଲ୍ଲାରେ ରବିଧାନ କ୍ରୟ ପ୍ରକ୍ରିୟା ଓ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ବୈଠକ ଶେଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଲାଗୁରି ଧନ୍ୟବାଦ ଅର୍ପଣ କରିଥିଲେ।

(ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like