-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||     

HOME   ଜିଲ୍ଲା

ଜାଲ ଆଧାର ପରିଚୟ ପତ୍ର ପ୍ରଦାନ କରି ହିତାଧିକାରୀଙ୍କ ଠାରୁ ଟଙ୍କା ଆଦାୟ ଅଭିଯୋଗ।

22-Nov-2020



ମୁରିବାହାଲ, (ପ୍ରେରଣା ଖବର) : ସାଧାରଣ ଜନତାଙ୍କ ପରିଚୟ ପତ୍ର ଭାବେ କେନ୍ଦ୍ର ସରକାରଙ୍କ ତରଫରୁ ପ୍ରତି ସରକାରୀ ଯୋଜନାରେ ଆଧାର ବାଧ୍ୟତାମୂଳକ ବୋଲି ନିୟମ ଜାରି କରାଯାଇଛି । ହେଲେ ଅନେକ ଏହି ସରକାରୀ ଆଧାର ପରିଚୟପତ୍ର ପାଇ ନ ପାରି ଅକଥନୀୟ ଦୁର୍ଦ୍ଦଶାର ଶିକାର ହେଉଥିବା ଅଭିଯୋଗ ହୋଇଆସୁଛି। ଏପରିକି କିଛି ଅସାଧୁ ସାଧାରଣ ଗରିବ ଶ୍ରେଣୀର ଲୋକଙ୍କୁ ତାଙ୍କ ସରଳତାର ସୁଯୋଗ ନେଇ ଠକେଇ କରି ଆସୁଥିବା ଘଟଣା ଦୃଷ୍ଟି କୁ ଆସୁଛି। ଅଭିଯୋଗ ଅନୁଯାୟୀ ବଲାଙ୍ଗୀର ଜିଲ୍ଲାର ମୁରିବାହଲ ବ୍ଳକ ଅନ୍ତର୍ଗତ ଚିଙ୍ଗେରମୁଣ୍ଡା ଓ ହଳଦୀ  ଗ୍ରାମର ପ୍ରାୟ ୨୭ ଜଣ ବୃଦ୍ଧ, ବୃଦ୍ଧା  ଙ୍କୁ ତାଙ୍କ ମାସିକ ବାର୍ଦ୍ଧକ୍ୟ ଭତ୍ତା ନିମନ୍ତେ ଆଧାର ପରିଚୟ ପତ୍ର ଆବଶ୍ୟକ ହୋଇଥିବା ବେଳେ ତାଙ୍କ ନିକଟ ରୁ ଜଣ ପ୍ରତି ୧୫୦୦ ଟଙ୍କା ଲେଖାଏଁ ଆଦାୟ କରି ଜାଲ ଆଧାର ପରିଚୟ ପତ୍ର ପ୍ରଦାନ କରିଥିଲେ । ଅଭିଯୋଗ ଅନୁଯାୟୀ ଟିଟିଲାଗଡ଼ ସହରର ସତ୍ୟ ସାହୁ ନାମକ ଜଣେ ବ୍ୟକ୍ତି ତାଙ୍କ ନିକଟରୁ ଟଙ୍କା ନେଇ ଯାଇ ଆଧାର ଆବେଦନ ନ କରି ଜାଲ ଆଧାର ନମ୍ବର ମାନ ଦେଇ ତାଙ୍କୁ ରଙ୍ଗୀନ ଫଟୋ ଯୁକ୍ତ ଆଧାର ଟିଟିଲାଗଡ଼ର ଏକ କମ୍ପ୍ୟୁଟର କେନ୍ଦ୍ର ରେ ନିଜେ ତିଆରି କରେଇ ଦେଇଥିଲେ। ଉକ୍ତ ଆଧାର ପରିଚୟ ପତ୍ର ମାନ ମୁରିବାହଲ ବ୍ଲକ ରେ ଦାଖଲ କରିଥିବା ବେଳେ ତାହା ଜାଲ ଆଧାର ନମ୍ବର ବୋଲି ଅନଲାଇନ ଯୋଗେ ଜଣା ପଡିଥିଲା। ମୁରିବାହଲ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ନିକଟରୁ ଜାଣି ସେମାନେ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ଦାଖଲ କରିଛନ୍ତି। ସେହିପରି ବଲାଙ୍ଗୀର ଜିଲ୍ଲାର ସଇଁତଲା ବ୍ଲକରେ ଗତ ମାସରେ ୧୮ ଟି ଜାଲ ଆଧାର ପରିଚୟ ପତ୍ର ଜଣେ ବ୍ୟକ୍ତି ତୁରନ୍ତ କରିଦେବା କହି ତାଙ୍କ ଠକେଇ କରିଥିବା ଅଭିଯୋଗ ହୋଇଥିଲା । ତେବେ ସରକାରୀ ଭାବେ ଏହି ପରିଚୟ ପତ୍ର ମାଗଣାରେ ସାଧାରଣ କିପରି ପାଇ ପାରିବେ ଓ ଏଥିପାଇଁ କେତେ ଟଙ୍କା ଆବେଦନ ପାଇଁ ଦାଖଲ କରିବାକୁ ପଡେ ସେ ନେଇ ସଚେତନତା ସୃଷ୍ଟି ଆବଶ୍ୟକ ବୋଲି ମତପ୍ରକାଶ ପାଇଛି । ଏହି ଅସାଧୁ ଠକେଇ କରୁଥିବା ଅଭିଯୁକ୍ତଙ୍କ ବିରୁଦ୍ଧରେ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ  ହିତାଧିକାରୀ  ଦାବି କରିଛନ୍ତି । ତେବେ ଉକ୍ତ ବ୍ୟକ୍ତି ଫେରାର ହୋଇଯାଇଥିବା ଜଣା ଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026

You Might Also Like