-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||     

HOME    ଅନ୍ୟାନ୍ୟ

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ : ୨୫ରେ ଦକ୍ଷିଣ ଓଡ଼ିଶାରେ ବର୍ଷା!

22-Nov-2020



(ପ୍ରେରଣା ଖବର) - ବିଷୁବରେଖା ପାଖାପାଖି ଭାରତ ମହାସାଗର ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏ ଲମ୍ବିଛି। ଆଗାମୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ ଓ ଏହାର ପରବର୍ତୀ ୪୮ ଘଣ୍ଟାରେ ଏହା ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଲଘୁଚାପଟି ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ଶ୍ରୀଲଙ୍କା ଓ ଦକ୍ଷିଣ ତାମିଲାନାଡ଼ୁ ଉପକୂଳ ଆଡ଼କୁ ଗତି କରିବ। ଏହାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ନାହିଁ। କିନ୍ତୁ ୨୫ ତାରିଖ ଦିନ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି!-କେନ୍ଦ୍ର କହିଛି, ଉକ୍ତ ଲଘୁଚାପ ଛଡ଼ା ଏବେ ଓଡ଼ିଶାର ଆଭ୍ୟନ୍ତରୀଣ ଭାଗ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କିମି ପର୍ଯ୍ୟନ୍ତ ପରିବ୍ୟାପ୍ତ। ଏହା ପ୍ରଭାବରେ ଆସନ୍ତାକାଲି ଅପରାହ୍ନ ପର୍ଯ୍ୟନ୍ତ ମୁଖ୍ୟତଃ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଯଥା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ବରଗଡ଼ ଆଦି ଜିଲ୍ଲାର କେତେକ ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହ ବାଲେଶ୍ବର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ!!*କୋରାପୁଟ, କଟକ, ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ା, ବଲାଙ୍ଗୀର, ନୟ‌ା‌ଗଡ଼, କେନ୍ଦ୍ରାପଡ଼ା, ଭଦ୍ରକ ଓ ଯାଜପୁରର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ବର୍ଷା ହେବ। ଆସନ୍ତାକାଲି ଅପରାହ୍ନରୁ ୨୩ ତାରିଖ ଅପରାହ୍ନ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ କଳାହାଣ୍ଡିରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୩ ଅପରାହ୍ନରୁ ୨୪ ତାରିଖ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ। ଲଘୁଚାପ ପ୍ରଭାବରେ ୨୫ ତାରିଖରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବ  ଅନ୍ୟପଟେ ୨୨ ଓ ୨୩ ତାରିଖରେ ଘନ କୁଡୁଡ଼ିର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୁଖ୍ୟତଃ ଯେଉଁ ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ରହିଛି ସେଠାରେ ବର୍ଷା କମିବା ପରେ ତାପମାତ୍ରା କମିବ ଓ ଘନ କୁହୁଡ଼ି ଦେଖାଯିବ। ମୟୂରଭଞ୍ଜ, କଳାହାଣ୍ଡି, ବଲାଙ୍ଗୀର, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ ଢେଙ୍କାନାଳ ଓ କନ୍ଧମାଳ ଆଦି ଜିଲ୍ଲାରେ ଆସନ୍ତା ୨ ଦିନ ଘନ କୁହୁଡ଼ି ପଡ଼ିବ‌ାର ଆଶଙ୍କା ରହିଛି!!*ଗତ ୨୪ ଘଣ୍ଟାରେ ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇଯାଇଛି। ସର୍ବାଧିକ ବର୍ଷା ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷିଠାରେ ୫୧.୨ ମିମି ବର୍ଷା ରେକର୍ଡ ହୋଇଛି। ଏହାଛଡ଼ା ବାରିପଦାଠାରେ ୪୨ ମିମି ବର୍ଷା ରେକର୍ଡ ହୋଇଛି। ଝାରସୁଗୁଡ଼ାର ରାଇକିଆଠାରେ ୩୩.୨ ମିମି ବର୍ଷା ରେକର୍ଡ ହୋଇଛି। ଓଡ଼ିଶାର ସମତଳ ଅଞ୍ଚଳମାନଙ୍କ ମଧ୍ୟରେ ଫୁଲବାଣୀଠାରେ ସର୍ବନିମ୍ନ ତାପମାତ୍ର‌ା ୧୫ ଡିଗ୍ରି ରେକର୍ଡ ହୋଇଛି। ପାହାଡ଼ିଆ ଅଞ୍ଚଳମାନଙ୍କ ମଧ୍ୟରେ ଦାରିଙ୍ଗବାଡ଼ିଠାରେ ୧୬.୫ ଡିଗ୍ରି ସର୍ବନିମ୍ନ ତାପମାତ୍ରା ଥିବା ଜଣାପଡ଼ିଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026

You Might Also Like