-+91-9937148622 |
prerana_bgr@rediffmail.com |
Tuesday 5th July 2022 |
R.N.I. Regd No. ODIODI/2010/46693
Breaking News
23-Jun-2022
ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ବ୍ଳକସ୍ତରୀୟ ମେଗା ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି କାର୍ଯ୍ୟକ୍ରମ କୁ ଶୁଭାରମ୍ଭ କରିଥିଲେ। ବ୍ଳକ ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲା ସୁଲିଆ, ଚମ୍ପାମାଲ ସରପଞ୍ଚ
ମହେନ୍ଦ୍ର ଜଗଦଲା, ସମିତି ସଭ୍ୟ ଲକ୍ଷ୍ମୀ ନାରାୟଣ ପୁରୋହିତ ଙ୍କ ସହ ଅନ୍ୟାନ୍ୟ ଜନପ୍ରତିନିଧି ମାନେ ଉପସ୍ଥିତ ଥିଲେ। ନୂତନ ଭାବେ ସାମିଲ ହୋଇଥିବା ୧୭୪ ଟି ବିଧବା, ବାର୍ଦ୍ଧକ୍ୟ ଓ ବିକଳାଙ୍ଗ ହିତାଧିକାରୀଙ୍କ ମଧ୍ୟରୁ ଶ୍ରୀ ବେହେରା ୬୦ ଜଣଙ୍କୁ ଭତ୍ତା କାର୍ଡ ପ୍ରଦାନ କରିଥିଲେ । ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ଅଞ୍ଜୁଲତା ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବ୍ଳକ କର୍ମଚାରୀ ମାନେ ସହଯୋଗ କରିଥିଲେ।