-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||     

HOME   ଜିଲ୍ଲା

୭୬ ତମ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ପାଇଁ ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

10-Aug-2022



 ବୌଦ୍ଧ (ଅକୃର ସାହୁ) ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ୭୬ ତମ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଗତ ବର୍ଷ ପରି  ଏହି  ବର୍ଷ ମଧ୍ୟ କୋଭିଡ କଟକଣାକୁ ଦୃଷ୍ଟିରେ ରଖି ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ପାଳନ କରାଯିବ । ଏହି ଉପଲକ୍ଷେ  ଭାରପ୍ରାପ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ କରୋନା କଟକଣାରେ ସ୍ଵାଧୀନତା ଦିବସ ପାଳନ ବିଷୟରେ ଆଲୋଚନା କରାଯାଇଥିଲା । ରାଜ୍ୟ ସରକାରଙ୍କ କୋଭିଡ ନିୟମାବଳୀ ଅନୁଯାୟୀ ସୀମିତ ଅଧିକାରୀ, ସମସ୍ତ ବର୍ଗରୁ ୧୦ ଜଣ ଲେଖାଏଁ କରୋନା ଯୋଦ୍ଧା, ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ, ଗଣ ମାଧ୍ୟମ ପ୍ରତିନିଧିଙ୍କ ଉପସ୍ଥିତିରେ ଜିଲ୍ଲା ସ୍ତରୀୟ   ସ୍ଵାଧୀନତା ଦିବସ ସମାରୋହ  ସ୍ଥାନୀୟ କଚେରୀ ପଡିଆଠାରେ ଅନୁଷ୍ଠିତ ହେବ । ଏଥିରେ କେବଳ ପୋଲିସ ବାହିନୀ ଅଂଶଗ୍ରହଣ କରିବେ । କୌଣସି ବିଦ୍ୟାଳୟ, ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିବେ ନାହିଁ । ସେହିପରି ଉତ୍ସବସ୍ଥଳରେ ଜନସମାଗମଙ୍କୁ ମଧ୍ୟ ସମ୍ପୂର୍ଣରୂପେ ବାରଣ କରାଯାଇଛି । କେବଳ ସୀମିତ ସଂଖ୍ୟକ କୋଭିଡ ଯୋଦ୍ଧାଙ୍କୁ ଆମନ୍ତ୍ରଣ କରାଯିବ । ସକାଳ ଘ.୯.୧୫ମି ସମୟରେ  ଆନୁଷ୍ଠାନିକ ଭାବେ  ଜାତୀୟ ପତାକା ଉତ୍ତୋଳନ କରାଯିବ । ପ୍ରାତଃ ଘ.୪.୩୦ମି. ସମୟରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ତରଫରୁ ରାମଧୂନ, ସକାଳ ୭ ଘଟିକା ସମୟରେ ସମସ୍ତ ସରକାରୀ ଅଫିସ, ବେସରକାରୀ ଅନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ୭.୪୫ମି ସମୟରେ ବୌଦ୍ଧ ସହରର ବିଭିନ୍ନ ଛକରେ ଅବସ୍ଥାପିତ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପ୍ରଶାସନ ପକ୍ଷରୁ ପୁଷ୍ପମାଲ୍ୟ ଅର୍ପଣ କରାଯିବ । ତା ୧୧ ରିଖ ଠାରୁ ତା.୧୩ ରିଖ (୩ ଦିନ) ସକାଳ ୮ ଘଟିକା ସମୟରେ ପୋଲିସ ବାହିନୀ ଦ୍ଵାରା କଚେରୀ ପଡିଆଠାରେ ପ୍ୟାରେଡ ପୁର୍ବାଭ୍ୟାସ କରାଯିବ । ସେହିପରି ଜିଲ୍ଲାର ସମସ୍ତ ବ୍ଲକ ଏବଂ ପଞ୍ଚାୟତରେ ଉକ୍ତ ଦିନ କୋଭିଡ କଟକଣାରେ ସକାଳ ୭ ଘଟିକା ସମୟରେ ଜାତୀୟ ପତାକା ଉତ୍ତୋଳନ କରିବା ପାଇଁ ପରାମର୍ଶ ଦିଆଯାଇଛି । ଏହି ଅବସରରେ ବନବିଭାଗ ତରଫରୁ ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ କରାଯିବ । ତା.୧୩ ରିଖ ଠାରୁ ୧୫ରିଖ ପର୍ଯ୍ୟନ୍ତ ବ୍ଲଡ଼ ବ୍ୟାଙ୍କ ଠାରେ ରକ୍ତ ଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଜିଲ୍ଲା ରେଡକ୍ରସ ପକ୍ଷରୁ ତା.୧୫ ରିଖ ଦିନ ରକ୍ତ ଦାନରେ ସାମିଲ ହେବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ସମସ୍ତଙ୍କୁ ଅନୁରୋଧ କରାଯାଇଛି ।ଆଜାଦୀ କା ଅମୃତ ମହୋତ୍ସବ ଅବସରରେ  ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତୀ ଉପଲକ୍ଷେ ହର ଘର  ତ୍ରିରଙ୍ଗା ଅଭିଯାନ ଆରମ୍ଭ କରାଯାଇ ଅଗଷ୍ଟ ୧୩ ତାରିଖ ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ଘରେ, କାର୍ଯ୍ୟାଳୟମାନଙ୍କରେ    ତ୍ରିରଙ୍ଗା  ପତାକା ଉଡାଇବା ପାଇଁ ବୈଠକରେ ସ୍ଥିର କରାଗଲା । ଏଥି ସହିତ ତ୍ରିରଙ୍ଗା  ଶୋଭାଯାତ୍ରା ପରିଚାଳନା କମିଟି ଦ୍ଵାରା ୭୫ ମିଟର ଜାତୀୟ ପତାକା ଶୋଭା ଯାତ୍ରା ରାମ ମନ୍ଦିରରୁ ବାହାରି ବସଷ୍ଟାଣ୍ଡ, NAC ଛକ ଦେଇ କଚେରୀ ପଡିଆ ସମ୍ମୁଖରେ ସକାଳ ୯ ଟା ସମୟରେ ପହଞ୍ଚିବ । ଏହି ଦିନ ପ୍ରତ୍ୟେକ କାର୍ଯ୍ୟାଳୟ  ରଙ୍ଗୀନ ଆଲୋକମାଳାରେ ସୁସଜ୍ଜିତ କରାଯିବା ପାଇଁ ବୈଠକରେ ନିଷ୍ପତି ନିଆଯାଇଛି । ଏହି ଦିବସ ଉପଲକ୍ଷେ  ବୌଦ୍ଧ ଜିଲ୍ଲାର ପାଞ୍ଚଟି ସ୍ଥାନରେ ଦେଶାତ୍ମବୋଧକ କବିତା ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ପ୍ରସ୍ତୁତି ବୈଠକରେ  ନଗରପାଳ, ଏନ୍ ଏ ସି  ବୌଦ୍ଧଗଡ ମୃତ୍ୟୁଞ୍ଜୟ ମିଶ୍ର, କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶ୍ଵିନୀ କୁମାର ମେହେର,  ଡି ପି ଏଚ୍ ଓ ଡଃ. ମଦନ ମୋହନ ପ୍ରଧାନ, ଅତିରିକ୍ତ ତହସିଲଦାର ମନୋରଞ୍ଜନ ସୁନା, CRCC ସନ୍ତୋଷ କୁମାର କର୍ଣ୍ଣ, ABEO ଅଖିଲ କୁମାର ପ୍ରଧାନ, ସହକାରୀ କମାନଡେଣ୍ଟ (5th IRBn) ବି ମେହେର, କୃଷୀ ଯନ୍ତ୍ରୀ, ଉଦ୍ୟାନ ବିଭାଗ ରଶ୍ମୀ ରଞ୍ଜନ ସେଠୀ,ଡି ଡି ଏମ୍  ଅଶୋକ ମିଶ୍ର, ଅଗ୍ନି ଶମ କର୍ମଚାରୀ କାର୍ତ୍ତୀକେଶ୍ଵର ନାଥ, ଆଇ ପି ଇ ଆନନ୍ଦ କୁମାର ବେହେରା, ସମ୍ପାଦକ, ରକ୍ତ ଦାତା ପ୍ରବର୍ତ୍ତକ ଦେବାଶିଷ ପୁରୋହିତ, ଅଂଶୁମାନ ହୋତା, ସୁମନ ଷଡଙ୍ଗୀ, ବିଶ୍ଵଜିତ ପଟ୍ଟନାଏକ, ଅସିମ କୁମାର ମିଶ୍ର, ଯେ ଆର୍ମ ଏ ଣ୍ଟୁ ପାଣ୍ଡେ, କର୍ମଚାରୀ ଯୁଧିଷ୍ଠିର ପ୍ରଧାନୀ, ଅକ୍ଷୟ କୁମାର ମହାକୁଡ, ଜିତେନ୍ଦ୍ର କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିଆରସିଂହ ସ୍ଵାଗତ ଭାଷଣ ସହ ସଭା ସଂଯୋଜନା କରିଥିଲେ ଏବଂ ସଭା ଶେଷରେ ଜିଲ୍ଲା ସଂସ୍କୃତି ଅଧିକାରୀ ଶୁକ୍ରୂ ସ୍ଵାଇଁ ଧନ୍ୟବାଦ ଅର୍ପଣ ପରେ ସଭା ସାଙ୍ଗ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026

You Might Also Like