-+91-9937148622 |

prerana_bgr@rediffmail.com |

  Wednesday 29th March 2023 |

| | | |

R.N.I. Regd No. ODIODI/2010/46693

Breaking News

ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   (29-Mar-2023)       ||      ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   (29-Mar-2023)       ||      ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   (28-Mar-2023)       ||      ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    (28-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା    (28-Mar-2023)       ||      ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    (28-Mar-2023)       ||      ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   (28-Mar-2023)       ||      ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   (28-Mar-2023)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   (28-Mar-2023)       ||      ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   (28-Mar-2023)       ||      ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   (28-Mar-2023)       ||      ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   (28-Mar-2023)       ||      ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି    (28-Mar-2023)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜଣ ଶୁଣାଣି   (28-Mar-2023)       ||      କ୍ୟାରିୟର କାଉନସିଲିଂ କାର୍ଯ୍ୟକ୍ରମ   (28-Mar-2023)       ||      କନ୍ଦାଜୁରୀ ଠାରେ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ   (28-Mar-2023)       ||      ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ   (28-Mar-2023)       ||      ଅଗ୍ରଣୀ ମହିଳା ଚାଷୀ ବିଜୟିନୀ    (28-Mar-2023)       ||      ବିଶ୍ଵ ନାଟ୍ଯ ଦିବସ ଅବସରରେ ନାଟ୍ଯ କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଆଲୋଚନାଚକ୍ର   (27-Mar-2023)       ||      ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ  ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି    (27-Mar-2023)       ||     

HOME   ଜିଲ୍ଲା

ଗାଁ କଲ୍ଯାଣ ସମିତି ଗୁଡିକ ଶିଶୁ ମଙ୍ଗଳ ଓ ଶିଶୁ ସୁରକ୍ଷା କମିଟି ଭାବରେ କାର୍ଯ୍ୟ କରିବ

20-Sep-2022



ନବରଙ୍ଗପୁର(ମିହିର ଶଙ୍କର ପାତ୍ର): ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ  ବିଭାଗର ନିର୍ଦ୍ଦେଶ   ଅନୁଯାୟୀ ଆଜି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ  ଶିଶୁଙ୍କ ପାଇଁ ଦିନଟିଏ  କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି । ଏହି ଉଦ୍ଦେଶ୍ୟରେ  ଜିଲ୍ଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ  ଦିଗରେ କାର୍ଯ୍ୟ କରୁଥିବା ଚାରିଟି  କମିଟି ଯଥା ଜିଲ୍ଲାସ୍ତରୀୟ  ଶିଶୁ  ସୁରକ୍ଷା  କମିଟି, କିଶୋରୀ  ସଶକ୍ତିକରଣ ଓ ବାଲ୍ୟ ବିବାହ 

ପ୍ରତିରୋଧ  ଟାସ୍କ ଫୋର୍ସ, ଶିଶୁ ଶ୍ରମିକ ନିରାକରଣ ଏବଂ ଚାଇଲ୍ଡ ଲାଇନ ପରାମର୍ଶଦାତା  କମିଟିର ମିଳିତ ବୈଠକ ଆଜି ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ମିଶନ ଶକ୍ତି ସଭା ଗୃହରେ ଅନୁଷ୍ଠିତ ଏହି ମିଳିତ ବୈଠକରେ ଜିଲ୍ଲାପାଳ ଡଃ ମିଶ୍ର ଅଧ୍ୟକ୍ଷତା କରି କହିଲେ ଯେ  ଜିଲ୍ଲାରେ ବିଭିନ୍ନ ବିଭାଗ ଗୁଡିକ ମଧ୍ୟରେ ଉତ୍ତମ ସମ୍ପର୍କ ରଖି ସମସ୍ତ ଶିଶୁ ମାନଙ୍କୁ  ସୁରକ୍ଷା ଦେବା ସହିତ  ନବରଙ୍ଗପୁର ଜିଲ୍ଲାକୁ ବାଲ୍ୟବିବାହ ମୁକ୍ତ କରିବା ଦିଗରେ ଏହି ସମନ୍ଵୟ  ବୈଠକ ସହାୟକ କରି ପାରିବ l  ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ  ବିଭାଗର ନିର୍ଦ୍ଦେଶ   ଅନୁଯାୟୀ  ଜିଲ୍ଲାରେ ଥିବା ଗାଁ  କଲ୍ଯାଣ ସମିତି ଗୁଡିକ  ଶିଶୁ ମଙ୍ଗଳ ଓ ଶିଶୁ ସୁରକ୍ଷା  କମିଟି ଭାବରେ କାର୍ଯ୍ୟ କରିବା ସହିତ ଏହି କମିଟିର ବୈଠକ ସମସ୍ତ ରାଜସ୍ୱ ଗ୍ରାମ ଗୁଡିକରେ କରାଯିବା ପାଇଁ ଜିଲ୍ଲାପାଳ ଡଃ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି ।  ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ  ବୈଠକ  ପ୍ରାରମ୍ଭରେ ସୂଚନା ଦେଇ କହିଥିଲେ ଯେ ଜିଲ୍ଲାରେ  ୧୦ ବ୍ଲକ ଓ ୧୮୯ ଟି ଗ୍ରାମ ପଞ୍ଚାୟତ ସ୍ତରରେ ଅନୁରୂପ ଭାବରେ ବ୍ଲକ ଓ ପଞ୍ଚାୟତ ସ୍ତରରେ ଶିଶୁ  ସୁରକ୍ଷା  କମିଟି, କିଶୋରୀ  ସଶକ୍ତିକରଣ ଓ ବାଲ୍ୟବିବାହ  ପ୍ରତିରୋଧ  ଟାସ୍କ ଫୋର୍ସ, ଶିଶୁ ଶ୍ରମିକ ନିରାକରଣ କମିଟିର ବୈଠକ ଅନୁଷ୍ଟିତ ହୋଇଛି  । ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣଲତା ବିଶ୍ବାସ  ବୈଠକ ଉଦେଶ୍ୟ ଜ୍ଞାପନ କରିବା ସହିତ  ଚଳିତ ବର୍ଷ  ଜିଲ୍ଲାରେ  ମୋଟ ୨୨୫ ଗୋଟି ବାଲ୍ୟବିବାହକୁ ବନ୍ଦ କରାଯିବା ସହିତ ଆଜି ପର୍ଯ୍ୟନ୍ତ  ୪୫୫ ଟି ରାଜସ୍ୱ ଗ୍ରାମ ଓ ୪୨୬ ପଡାଗ୍ରାମକୁ ମିଶାଇ  ମୋଟ ୮୮୧ ଗ୍ରାମକୁ ପ୍ରଶାସନ ତରଫରୁ  ବାଲ୍ୟବିବାହ ମୁକ୍ତ  ଗ୍ରାମଭାବରେ ଘୋଷଣା କରାଯିବା ଓ  ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି, ଜିଲ୍ଲା ସମାଜ କଲ୍ଯାଣ ବିଭାଗ, ୟୁନିସେଫ ଓ ଆକ୍ସନଏଡର ମିଳିତ ପ୍ରୟାସରେ ଏକ  ଯୋଜନାବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତି   କରାଯାଇ ଗ୍ରାମ ଗୁଡିକରେ ସଚେତନତା କାର୍ଯ୍ୟକ୍ରମ ଚାଲୁଥିବାର ସୂଚନା ଦେଇଥିଲେ   ।  ପରେ ପରେ  ଆକ୍ସନଏଡ ର ଜିଲ୍ଲା ପରାମର୍ଶଦାତା ଫକୀର ଚରଣ ରାଉତ ଶିଶୁ  ମାନଙ୍କର ସୁରକ୍ଷା  ଓ ବାଲ୍ୟ ବିବାହର  ସମାପ୍ତ ଉଦ୍ଦେଶ୍ୟରେ ଜିଲ୍ଲାରେ ନିଆଯାଇ ଥିବା  ବିଭିନ୍ନ ପଦକ୍ଷେପ ଓ ଆଗାମୀ ଦିନର କାର୍ଯ୍ୟକ୍ରମ  ଉପରେ ବୈଠକରେ ଉପସ୍ଥାପନା କରିଥିଲେ । 
ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିଶୁମଙ୍ଗଳ ସମିତିର ଅଧକ୍ଷ ଦିବାକର ବାହୁକ, ଡ଼ିଏସପି ଚନ୍ଦ୍ରଶେଖର ହୋତା, ଜିଲ୍ଲା ମଙ୍ଗଳ ଅଧିକାରୀ ସୃମତି ରଞ୍ଜନ ସାମନ୍ତରାୟ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଡା ମଳୟ ତ୍ରିପାଠୀ, ସହକାରୀ ଶିକ୍ଷା ଅଧିକାରୀ ବିଶ୍ଵନାଥ ସାହୁ, ସହକାରୀ ଶ୍ରମ ଅଧିକାରୀ ଛୋଟରାୟ ଟୁଡୁ , ସହାୟକ ଯୋଗାଣ ଅଧିକାରୀ ଲକ୍ଷ୍ମଣ ରାଓ,  ବାଲ୍ୟବିବାହ ନିଷେଧ ଅଧିକାରୀ ସୁନିତା ଦେବୀ ତ୍ରିପାଠୀ,ଏସେ ଗୀତା, ଶୈଳେନ୍ଦ୍ରି ମହାନନ୍ଦ, ଯମୁନା ଭତ୍ରା, ଗୀତା ମହାରଣା, ବିରଜା ମୋହିନୀ ପାଙ୍ଗି ,କାଞ୍ଚନ ପଣ୍ଡା

ଗୀତାଞ୍ଜଳି ମିଶ୍ର,  ସୁରମା ମହାପାତ୍ର, ପ୍ରୋଟେସ୍କନ ଅଫିସର ବଳାପଦ୍ମା ,ଚାଇଲ୍ଡ ଲାଇନ ସଂଯୋଜକ ରବିନ୍ଦ୍ର ପ୍ରଧାନ, ୱାନଷ୍ଟପ କେନ୍ଦ୍ରର କର୍ମକର୍ତ୍ତା  ପ୍ରମୁଖ ଉପସ୍ଥିତ ରହିବା ସହିତ ଆଲୋଚନାରେ ଅଂଶଗ୍ରହଣ କରି ଜିଲ୍ଲାରେ  ଶିଶୁଙ୍କ ପାଇଁ ଦିନଟିଏ  କାର୍ଯ୍ୟକ୍ରମ, ଶିଶୁ  ଶ୍ରମିକ ନିରାକରଣ ଏବଂ  ବାଲ୍ୟ ବିବାହର  ସମାପ୍ତ ଦିଗରେ  ନିଜର ମତାମତ ପ୍ରଦାନ କରିଥିଲେ। ଶେଷରେ ସହାୟକ ସମାଜ କଲ୍ଯାଣ ଅଧିକାରୀ ମଧୁସୂଦନ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   29-Mar-2023
  ଜିଲ୍ଲା  
ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   29-Mar-2023
  ଜିଲ୍ଲା  
ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   28-Mar-2023
  ଜିଲ୍ଲା  
ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା   28-Mar-2023
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    28-Mar-2023
  ଜିଲ୍ଲା  
ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   28-Mar-2023
  ଜିଲ୍ଲା  
ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   28-Mar-2023
ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   28-Mar-2023
  ଜିଲ୍ଲା  
ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   28-Mar-2023
  ଜିଲ୍ଲା  
ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   28-Mar-2023

You Might Also Like