-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ - ଫିଫା ଫୁଟବଲ ଟୁର୍ଣ୍ଣାମେଣ୍ଟ କେରିଅର ଗଠନ କରିବା ପାଇଁ ଏକ ଅପୂର୍ବ ସୁଯୋଗ

12-Oct-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ବନେଶ୍ବରଠାରେ ଫିଫା ୧୭ ବର୍ଷରୁ କମ ମହିଳା ବିଶ୍ୱକପ ଚାଲିଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଳାରେ ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ଜିଲ୍ଳା ପ୍ରଶାସନ ଓ ଜିଲ୍ଳା ଶିକ୍ଷା ବିଭାଗର ମିଳିତ ସହଯୋଗରେ ୧୭ ବର୍ଷରୁ କମ ଉଭୟ ବାଳକ ଓ ବାଳିକା ବର୍ଗରେ ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ସୋନପୁର ସହର ସ୍ଥିତ ରୋୟାଲ ପଡିଆରେ ମହାସମାରୋହରେ ଉଦଘାଟିତ ହୋଇଯାଇଛି  l ଜିଲ୍ଳା ଶିକ୍ଷା ଅଧିକାରୀ ଶ୍ରୀ ଲକ୍ଷ୍ମଣ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ଜିଲ୍ଲାପାଳ ସୁବର୍ଣ୍ଣପୁର

ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ମୁଖ୍ୟଅତିଥି ଭାବେ ଯୋଗଦାନ କରି ରାଜ୍ୟ ସରକାରଙ୍କ ଦ୍ୱାରା ଆୟୋଜିତ ୧୭ ବର୍ଷରୁ କମ ଫିଫା ଫୁଟବଲ ଟୁର୍ଣ୍ଣାମେଣ୍ଟ ଝିଅ ମାନଙ୍କ ନିମନ୍ତେ କେରିଅର ଗଠନ କରିବା ପାଇଁ ଏକ ଅପୂର୍ବ ସୁଯୋଗ ସୃଷ୍ଟି କରିପାରିବ ବୋଲି କହିବା ସହ ଖେଳ ଦ୍ୱାରା ଜଣେ ଶାରୀରିକ ଓ ମାନସିକ ସ୍ତରରେ ସ୍ୱାସ୍ଥ୍ୟବାନ ହୋଇ ଦେଶ ବିକାଶରେ ସହାୟକ ହୋଇପାରିବ ବୋଲି ବକ୍ତବ୍ୟରେ କହିଥିଲେ l ସମ୍ମାନିତ ଅତିଥିଭାବେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟନାରାୟଣ ଦାଶ, ଆଞ୍ଚଳିକ ନିର୍ଦେଶକ ସ୍କୁଲ ଓ ଗଣଶିକ୍ଷା, ସମ୍ବଲପୁର ଶ୍ରୀ ବିକାଶ ଚନ୍ଦ୍ର ପ୍ରଧାନ,ଜିଲ୍ଳା କ୍ରୀଡା ଅଧିକାରୀ ଅଭିଳାଷ ପୁରୋହିତ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ରାଧାକାନ୍ତ ଗଡ଼ତିଆ, ବ୍ଲକ ଶିକ୍ଷା ଅଧିକାରୀ ଶାନ୍ତନୁ କୁମ୍ଭକାର, ଜିଲ୍ଳା ଶାରୀରିକ ଶିକ୍ଷା ନିରୀକ୍ଷକ ଦୁର୍ଯୋଧନ ରାଉତ, ଅତିରିକ୍ତ ଜିଲ୍ଳା ଶାରୀରିକ ଶିକ୍ଷା ନିରୀକ୍ଷକ ସତ୍ୟନାରାୟଣ ତ୍ରିପାଠୀ ପ୍ରମୁଖ ଯୋଗଦାନ କରିଥିଲେ l ମୁଖ୍ୟ ଅତିଥି ଟୁର୍ଣ୍ଣାମେଣ୍ଟକୁ ପତାକା ଉତ୍ତୋଳନ ପୂର୍ବକ ଶୁଭାରମ୍ଭ କରିବାପରେ ରାଜ୍ୟ ସରକାରଙ୍କ ତରଫରୁ ଜିଲ୍ଲା ପାଇଁ "ଫୁଟବଲ ଫର ଅଲ"ଯୋଜନାରେ ପ୍ରଦତ୍ତ ଫୁଟବଲ ଗୁଡିକୁ ସ୍କୁଲ ଗୁଡିକୁ ପ୍ରଦାନ କରିଥିଲେ ଅତିଥି ବୃନ୍ଦ l ଉଦଘାଟନୀ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ ବାଙ୍କୀପାଲି ହାଇସ୍କୁଲ ପ୍ରଧାନ ଶିକ୍ଷକ ସଂଜୀବ ସାହୁ l ଉଦ୍‌ଘାଟନୀ ଫୁଟବଲ ମ୍ୟାଚ ବାଳିକା ବର୍ଗ ରେ ବୀରମହାରାଜପୁର ବ୍ଲକ ଓ ସୋନପୁର ବ୍ଲକ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ, ବାଳକ ବର୍ଗରେ ଉଲୁଣ୍ଡା ବ୍ଲକ ଓ ବୀରମହାରାଜପୁର ବ୍ଲକ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି l ବାଳିକା ବର୍ଗ ରେ ବୀରମହାରାଜପୁର ବ୍ଲକ ୨ -0 ଗୋଲ ରେ ସୋନପୁର କୁ ଏବଂ ବାଳକ ବର୍ଗରେ ଉଲୁଣ୍ଡା ବ୍ଲକ ଟ୍ରାଇବ୍ରେକର ରେ ୪-୨ ଗୋଲରେ ବୀରମହାରାଜପୁର ବ୍ଲକ ବାଳକ ବର୍ଗଙ୍କୁ ପରାଜିତ କରିଛନ୍ତି l ଏହି ଜିଲ୍ଳା ସ୍ତରୀୟ ୧୭ ବର୍ଷରୁ କମ ବାଳକ ଓ ବାଳିକା ବର୍ଗର ଫୁଟବଲ ଟୁର୍ଣ୍ଣାମେଣ୍ଟ ୧୨/୧0/୨୨ ରୁ ଆରମ୍ଭ ହୋଇଥିବା ବେଳେ ତା

୧୭/୧0/୨୨ ରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ   l ପ୍ରତ୍ୟକ ଦିନ ମ୍ୟାଚ ସକାଳ ୯  ଘଣ୍ଟା ରୁ ଆରମ୍ଭ ହେବ l ପଡିଆର ବିଭିନ୍ନ କାର୍ଯ୍ୟକ୍ରମ ପରିଚାଳନା ପଡିଆ ପରିଚାଳକ, ଖେଳ ଶିକ୍ଷକ ରଘୁନାଥ ଥେନାପତି ଙ୍କ ତତ୍ୱାବଧାନରେ ଖେଳ ଶିକ୍ଷକ ଶ୍ୟାମସୁନ୍ଦର ନାଏକ, ସଞ୍ଜୟ ସାହୁ, କଲିମ ମହମ୍ମଦ ଙ୍କ ସହଯୋଗରେ ପରିଚାଳିତ ହେଉଛି l ଏଥିରେ ଜିଲ୍ଲାର ୬ ଟି ବ୍ଲକରୁ ବାଳିକା ବର୍ଗରେ ୬ ଟି ଦଳ ଏବଂ ବାଳକ ବର୍ଗରେ ୬ଟି ଦଳ ଅଂଶଗ୍ରହଣ କରିଛନ୍ତି ।ଉଦଘାଟନ ସମାରୋହରେ ଆଜି ସମସ୍ତ ବ୍ଲକ ର ସ୍ତରରୁ ଫୁଟବଲ ଦଳ, ଜିଲ୍ଲାର ସମସ୍ତ ହାଇସ୍କୁଲ ର ଖେଳ ଶିକ୍ଷକ,ବିଭିନ୍ନ ବିଦ୍ୟାଳୟରୁ ପ୍ରଧାନ ଶିକ୍ଷକ ତଥା ଶିକ୍ଷକ ଶିକ୍ଷୟତ୍ରୀ ମାନେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ଅବସରରେ ସୋନପୁର ମହାରାଜ ହାଇସ୍କୁଲ ର ଛାତ୍ର ମାନଙ୍କ ବ୍ୟାଣ୍ଡ ବାଦନ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ସୋନପୁର ର ଛାତ୍ରୀ ମାନଙ୍କ ସ୍ୱାଗତ ସଂଗୀତ ଗାନ ସହ ସମ୍ବଲପୁରୀ ଲୋକ ନୃତ୍ୟ ପରିବେଷଣ ସମାରୋହକୁ ସରସ ସୁନ୍ଦର କରିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026
  ଜିଲ୍ଲା  
ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   28-Oct-2026
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026

You Might Also Like