-+91-9937148622 |
prerana_bgr@rediffmail.com |
Sunday 1st October 2023 |
R.N.I. Regd No. ODIODI/2010/46693
Breaking News
22-Nov-2022
ଗଞ୍ଜାମ ଜିଲ୍ଲା କୋଦଳା ତହସିଲରେ କାର୍ଯ୍ୟରତ ରାଜସ୍ବ ସହାୟକ ସଞ୍ଜୟ କୁମାର ସେଠୀ ଭିଜିଲାନ୍ସ କବ୍ଜାରେ। କୋଦଳା ତହସିଲ ଅନ୍ତର୍ଗତ ବି ନୂଆ ଗାଁର ଦଣ୍ଡପାଣି ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଘରବାରି ପଟା କରାଇଦେବା ନାମରେ ୬ ହଜାର ଟଙ୍କା ନେଉଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ତାଙ୍କୁ ମାଡି ବସିଛି। ପୂର୍ବରୁ ଏନେଇ ଭିଜିଲାନ୍ସ
ନିକଟରେ ଦଣ୍ଡପାଣି ଅଭିଯୋଗ କରିବା ପରେ ଯୋଜନା ମୁତାବକ ସଞ୍ଜୟଙ୍କୁ କୋଦଳା କକା ହୋଟେଲ୍ ଠାରେ ଟକାଂ ଦେବାକୁ ଡାକିଥିଲେ ଅଭିଯୋଗକାରୀ ଦଣ୍ଡପାଣି। ୬ ହଜାର ଟଙ୍କା ସହ ବାଦାମ୍ ଓ ମୁଗ ନେଉଥିବା ବେଳେ ଭିଜିଲାନ୍ସ ଧରିଥିଲା। ଏହାପରେ ସଞ୍ଜୟଙ୍କୁ ତହସିଲ କାର୍ଯ୍ଯାଳୟକୁ ଆଣି ତନାଘନା କରିବା ପରେ ବ୍ରହ୍ମପୁର ଭିଜିଲାନ୍ସ କାର୍ଯ୍ୟାଳୟକୁ ନିଆଯାଇଛି।
ଗଞ୍ଜାମ ରୁ ଭଗବାନ ପାଢ଼ୀ ଙ୍କ ରିପୋଟ