-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁର ଦାନିପାଲିରେ ରାମଚଣ୍ଡୀ ମନ୍ଦିର ପ୍ରତିଷ୍ଠା ନେଇ ପ୍ରସ୍ତୁତି ବୈଠକ I

24-Nov-2022



ସମ୍ବଲପୁର(ସଂଜୀବ ପାଣିଗ୍ରାହୀ):ସମ୍ବଲପୁର କୁଲତା ସମାଜ ଦ୍ବାରା ଦାନିପାଲିରେ ନିର୍ମାଣାଧୀନ ରାମଚଣ୍ଡୀ ମନ୍ଦିର ପ୍ରତିଷ୍ଠା ନେଇ ପ୍ରସ୍ତୁତି ବୈଠକ ରାମଚଣ୍ଡୀ ସେବା ସଦନରେ ଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି।  ୯ ବର୍ଷ ପୁର୍ବରୁ କୁଲତା ସମାଜର ମହିଳା ମାନେ ରାମଚଣ୍ଡୀ ମନ୍ଦିର ନିର୍ମାଣ ପାଇଁ ଯୋଜନା ଆରମ୍ଭ କରିଥିଲେ I ଏହାପରେ ସମାଜର ସହଯୋଗ ନେଇ ମନ୍ଦିର ନିର୍ମାଣ ଆରମ୍ଭ ହୋଇଥିଲା I ମନ୍ଦିର  ନିର୍ମାଣ ଶେଷ ହେବା ପରେ ଆସନ୍ତା ଜାନୁଆରୀ ୨୬ ତାରିଖରୁ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି I ଜାନୁଆରୀ ୨୬ ତାରିଖ ଗୁରୁବାର ମାଘ ଶୁକ୍ଲ ପଂଚମୀ ତିଥିରେ ମନ୍ଦିର ପ୍ରତିଷ୍ଠା ପାଇଁ କଲସ ଯାତ୍ରା ଅନୁଷ୍ଠିତ ହେବ। ୫୦୧ ଜଣ ମହିଳା  ଦାନିପାଲିରୁ କଲସ ଯାତ୍ରା ଆରମ୍ଭ କରିବେ। ମହାନଦୀ ବାଲି ବନ୍ଧା ଘାଟରୁ କଲସୀରେ ପାଣି ଅଣାଯାଇ ମନ୍ଦିର ପରିସରରେ ସ୍ଥାପନ କରାଯିବ। ଏହାପରେ ୨୭ ତାରିଖ ଶୁକ୍ରବାରରେ ଦେବତା ଆବାହନ, ୨୮ତାରିଖରେ ଦେବତା ପ୍ରାଣ ପ୍ରତିଷ୍ଠା କରାଯିବ। ୨୯ ତାରିଖରେ  ଦେବାଦେବୀଙ୍କ ମନ୍ଦିର ପ୍ରବେଶ କରାଯିବ। ରାମଚଣ୍ଡୀ ମନ୍ଦିର ନିର୍ମାଣ ଅଟକଲ ୫୦ ଲକ୍ଷ ଟଙ୍କା ରହିଥିବା ବେଲେ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମରେ ୧୨ ଲକ୍ଷ ଟଙ୍କା ଖର୍ଚ୍ଚ ହେବାନେଇ ଅଟକଳ କରାଯାଇଛି। ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ୪ ଦିନ ଯାକ ପ୍ରସାଦ ସେବନ କାର୍ଯ୍ୟକ୍ରମ ଆୟୋଜନ ହେବ। ପ୍ରତିଷ୍ଠା କାର୍ଯ୍ୟକ୍ରମରେ ୫୦ ରୁ ଉର୍ଦ୍ଧ ହଜାର ଭକ୍ତ ସାମିଲ ହେବେ। ପ୍ରତିଷ୍ଠା କାର୍ଯ୍ୟକ୍ରମ ରେ ୧୦ ଜଣ ପରିବାର କର୍ତ୍ତା ଦାୟିତ୍ୱ ନେବେ। ରାମଚଣ୍ଡୀ ମୁର୍ତି ମୁଗୁନି ପଥରରେ ସାଢେ ୪ ଫୁଟ ଉଚ୍ଚତାର ନିର୍ମାଣ ସରିଥିବା ବେଲେ ମନ୍ଦିରରେ କୁଲତା ଜାତିର ଗୋତ୍ର ମାନଙ୍କ ପ୍ରତିମୁର୍ତ୍ତି  ସ୍ଥାପନ କରାଯିବ। ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମ ସହିତ କୁଲତା ସମାଜର ୨୫ ତମ ବାର୍ଷିକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହି ଅବସରରେ ରଣେଶ୍ୱର ରାମଚଣ୍ଡୀ ଚେମ୍ବର ଅଫ କମର୍ସ ତରଫରୁ ସ୍ବତନ୍ତ୍ର ସ୍ମରଣିକା ପ୍ରକାଶ ପାଇବ ବୋଲି ସାମ୍ବାଦିକ ସମ୍ମିଲନୀରେ ସମ୍ବଲପୁର କୁଲତା ସମାଜ ପକ୍ଷରୁ ସୁଚନା ଦିଆଯାଇଛି। ସାମ୍ବାଦିକ ସମ୍ମିଲନୀରେ କୁଲତା ସମାଜ ର ସଭାନେତ୍ରୀ ଯଶୋବନ୍ତୀ ନାୟକ,ସାଧାରଣ ସମ୍ପାଦକ ଦେବଦତ୍ତମ ପ୍ରଧାନ, ଜଟାଭୁଷଣ ସାହୁ, ରଣେଶ୍ୱର ରାମଚଣ୍ଡୀ ଚେମ୍ବର ଅଫ କମର୍ସର ସଭାପତି ପ୍ରଫୁଲ୍ଲ ପ୍ରଧାନ,ଭକ୍ତବନ୍ଧୁ ପଧାନ, ସରୋଜ ପଧାନ, ହୃଷିକେଶ ବଢାଇ, କୃଷ୍ଣ ପ୍ରସାଦ ପଧାନ ମନ୍ଦିର ପ୍ରତିଷ୍ଠା ନେଇ ମତାମତ ପୋଷଣ କରିଥିଲେ I·


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026

You Might Also Like