-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||     

HOME   ଜିଲ୍ଲା

୨୬ରୁ ଭିଏସ୍‌ଏସ୍‌ରେ କୁଚବେ​ହାର ଟ୍ରଫି I

24-Nov-2022



ସମ୍ବଲପୁର: ଆସନ୍ତା ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ ସମ୍ବଲପୁରର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମ୍‌ରେ ଓଡ଼ିଶା ଓ ହରିଆଣା ମଧ୍ୟରେ ୧୯ ବର୍ଷରୁ କମ୍ କୁଚବେହାର ଟ୍ରଫି ମ୍ୟାଚ୍ ଖେଳାଯିବ I ଓଡ଼ିଶା ନିଜ ପ୍ରଥମ ମ୍ୟାଚ୍‌ରେ ବିହାର ବିପକ୍ଷରେ ପାଳି ଆଗୁଆ ହୋଇଥିଲାବେଳେ ଦ୍ବିତୀୟ ମ୍ୟାଚ୍‌ରେ ମଣିପୁର ବିପକ୍ଷରେ ପାଳି ବିଜୟ ଲାଭ କରିଥିଲା I କିନ୍ତୁ, ଗତ ସପ୍ତାହରେ ଅନୁଷ୍ଠିତ ନିଜ ତୃତୀୟ ମ୍ୟାଚ୍‌ରେ ଆନ୍ଧ୍ର ପ୍ରଦେଶଠାରୁ ଗୋଟିଏ ପାଳି  ଓ ୬୪ ରନ୍‌ରେ ଶୋଚନୀୟ ଭାବେ ପରାଜିତ ହୋଇଥିଲା I ତେଣୁ ପ୍ରତିଯୋଗିତାରେ ତିଷ୍ଟି ରହିବା ନିମନ୍ତେ ଘରୋଇ ଦଳ ପାଇଁ ସମ୍ବଲପୁର ମ୍ୟାଚ୍‌ ଗୁରୁତ୍ବପୂର୍ଣ୍ଣ ସାବ୍ୟସ୍ତ ହେବ I ବୁଧବାର ରାତିରେ ଓଡ଼ିଶା ଦଳ ସମ୍ବଲପୁର ପହଞ୍ଚିଥିବାବେଳେ ଗୁରୁବାର ହରିଆଣା ଦଳ ଆସିବ।  ଓଡ଼ିଶା ଦଳ ହୋଟେଲ୍‌ ଗ୍ରାଣ୍ଡ ଶିବା ଓ ହରିଆଣା ଦଳ ହୋଟେଲ୍‌ ରିଜେଣ୍ଟା ଇନ୍‌ରେ ଅବସ୍ଥାନ କରିବେ I କରୋନା ପାଇଁ ୨ ବର୍ଷ ଧରି କୌଣସି ବଡ଼ ଖେଳ ହୋଇ ନଥିବା ସମ୍ବଲପୁରରେ ଏହି ମ୍ୟାଚ୍‌ ପାଇଁ ଉତ୍ସାହ ଦେଖାଦେଇଛି I ଏଥି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ସମ୍ବଲପୁର ଜିଲ୍ଲା କ୍ରୀଡ଼ା ସଂଘ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି I ବୁଧବାର ସଂଧ୍ୟାରେ ଭିଏସ୍‌ଏସ୍‌ ଷ୍ଟାଡିୟମ୍‌ରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହି ମ୍ୟାଚ୍ ସଂପର୍କରେ ସୂଚନା ଦେଇ ଜିଲ୍ଲା କ୍ରୀଡ଼ା ସଂଘର ଉପସଭାପତି ଦୁଲାଲ ଚନ୍ଦ୍ର ପ୍ରଧାନ କହିଲେ,  ଝାରସୁଗୁଡ଼ାରେ ବିମାନ ବନ୍ଦର କାର୍ଯ୍ୟକ୍ଷମ ହୋଇଥିବାରୁ ଏଥର ସମ୍ବଲପୁରକୁ ରଣଜୀ ସମେତ ସବୁ ବୟସ ବର୍ଗର ମ୍ୟାଚ୍ ଦେବାକୁ ଆମେ ଓଡ଼ିଶା କ୍ରିକେଟ୍ ସଂଘକୁ ଅନୁରୋଧ କରିଥିଲୁ I ଆମ ଅନୁରୋଧ ରକ୍ଷା କରି ଓସିଏ ପ୍ରଥମେ ହରିଆଣା ବିପକ୍ଷ କୁଚବେହାର ଟ୍ରଫି ମ୍ୟାଚ୍ ଆୟୋଜନର ସୁଯୋଗ ଦେଇଛି। ମ୍ୟାଚ୍‌ ପାଇଁ ପିଚ୍‌, ପଡ଼ିଆ ଓ ପ୍ୟାଭିଲିୟନ୍‌ର ଆବଶ୍ୟକ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି I ଏହି ମ୍ୟାଚ୍‌ ପାଇଁ ସମ୍ବଲପୁରର ଯୁବ ବ୍ୟାଟ୍‌ସମ୍ୟାନ୍ ଅଭିନବ ନନ୍ଦ ପ୍ରଥମ ଥର ଓଡ଼ିଶା ଦଳରେ ସାମିଲ ହୋଇଥିବାବେଳେ ସମ୍ବଲପୁରର ବରିଷ୍ଠ ଖେଳାଳି ତଥା ଅମ୍ପାୟାର୍‌ ଅବିନାଶ ନନ୍ଦ ମ୍ୟାନେଜର୍‌ ଭାବେ ସୁଯୋଗ ପାଇଛନ୍ତି। ଝାରସୁଗୁଡ଼ାର ପୂର୍ବତନ ରଣଜୀ ତାରକା ଶୋଭନ ଦେବ ଓଡ଼ିଶା ଦଳର କୋଚ୍ ଅଛନ୍ତି। ପିଚ୍‌, ପଡ଼ିଆ ସହ ବର୍ତ୍ତମାନ ପାଗ ଭଲ ଥିବାରୁ ୪ ଦିନ ଧରି ଭଲ କ୍ରିକେଟ୍ ଦେଖିବାକୁ ମିଳିବ ବୋଲି ସେ ଆଶାବ୍ୟକ୍ତ କରିଥିଲେ I ଜିଲ୍ଲା କ୍ରୀଡ଼ା ସଂଘ ସଂପାଦକ ସୁନୀଲ ସାହୁ ପ୍ରାରମ୍ଭିକ ସୂଚନା ଦେଇଥିବା‌େ‌ବଳେ ଉପସଭାପତି ସାବିର ଅହମ୍ମଦ ଧନ୍ୟବାଦ ଦେଇଥିଲେ I ସାମ୍ବାଦିକ ସମ୍ମିଳନୀରେ କ୍ରିକେଟ୍ ସଂପାଦକ ଅବିନାଶ ନନ୍ଦ, ଦୌଡ଼କୁଦ ସଂପାଦକ ବିକାଶ ମିଶ୍ର, କାର୍ଯ୍ୟକାରିଣୀ ସଦସ୍ୟ ରତିକାନ୍ତ ମହାନ୍ତି, ଶାନ୍ତନୁ ନନ୍ଦ, ବିଭୂତି ମିଶ୍ର, ମହମ୍ମଦ ଇସାକ୍ ଏବଂ ପଦ୍ମନାଭ ନାଏକ ପ୍ରମୁଖ ଉପସ୍ଥିତ ଥିଲେ ।
ସମ୍ବଲପୁରରୁ ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026

You Might Also Like