-+91-9937148622 |

prerana_bgr@rediffmail.com |

  Wednesday 29th March 2023 |

| | | |

R.N.I. Regd No. ODIODI/2010/46693

Breaking News

ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   (29-Mar-2023)       ||      ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   (28-Mar-2023)       ||      ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    (28-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା    (28-Mar-2023)       ||      ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    (28-Mar-2023)       ||      ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   (28-Mar-2023)       ||      ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   (28-Mar-2023)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   (28-Mar-2023)       ||      ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   (28-Mar-2023)       ||      ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   (28-Mar-2023)       ||      ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   (28-Mar-2023)       ||      ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି    (28-Mar-2023)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜଣ ଶୁଣାଣି   (28-Mar-2023)       ||      କ୍ୟାରିୟର କାଉନସିଲିଂ କାର୍ଯ୍ୟକ୍ରମ   (28-Mar-2023)       ||      କନ୍ଦାଜୁରୀ ଠାରେ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ   (28-Mar-2023)       ||      ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ   (28-Mar-2023)       ||      ଅଗ୍ରଣୀ ମହିଳା ଚାଷୀ ବିଜୟିନୀ    (28-Mar-2023)       ||      ବିଶ୍ଵ ନାଟ୍ଯ ଦିବସ ଅବସରରେ ନାଟ୍ଯ କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଆଲୋଚନାଚକ୍ର   (27-Mar-2023)       ||      ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ  ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି    (27-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ଚତୁର୍ଥ ସଂଧ୍ୟା, ପୁସ୍ତକ ପଠନର ଭାବ ଲୋକଙ୍କୁ ଜୀବନାନ୍ବେଷୀ କରୁ   (27-Mar-2023)       ||     

HOME   ଜିଲ୍ଲା

ଦେଶ କେନ୍ଦ୍ରୀୟ ଶାସନ ଆଡ଼କୁ ଗତି କରୁଛି : ତୁଷାର ଗାନ୍ଧୀ I

01-Dec-2022



ସମ୍ବଲପୁର,(ସଂଜୀବ ପାଣିଗ୍ରାହୀ)
: ସଂଘୀୟ ବ୍ୟବସ୍ଥା ଏବେ ଲୁପ୍ତ ହେବାକୁ ଯାଉଛି। ‌ଦେଶ ଏବେ କେନ୍ଦ୍ରୀୟ ଶାସନ ଆଡ଼କୁ ଗତି କରୁଛି। ଆସାମ ଭଳି ରାଜ୍ୟରେ ଲୋକଙ୍କୁ ନାଗରିକତା ପାଇଁ ନିଜର ପୂର୍ବଜ ଭାରତରେ ନାଗରିକ ଥିଲେ ବୋଲି ପ୍ରମାଣ ଦେବାକୁ ପଡ଼ୁଛି। ଯାହା ଉପରୁ ଲଦି ଦିଆଯାଉଛି ତାହା ଗ୍ରହଣ କରିବାକୁ ବାଧ୍ୟ କରାଯାଉଛି। ଆମେ ବି ବିନା ପ୍ରତିବାଦରେ ତାହା ଗ୍ରହଣ କରିନେଉଛୁ। ବୁଧବାର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ ‘ସେତୁ ପକ୍ଷରୁ ଆୟୋଜିତ ଘନଶ୍ୟାମ ଦାଶ ବକ୍ତୃତାମାଳାରେ ଯୋଗଦେଇ ମହାତ୍ମା ଗାନ୍ଧୀଙ୍କ ଅଣନାତି ତଥା ବିଶିଷ୍ଟ ଲେଖକ ତୁଷାର ଅରୁଣ ଗାନ୍ଧୀ ଏହା କହିଛନ୍ତି I ଶ୍ରୀଗାନ୍ଧୀ ଆହୁରି ମଧ୍ୟ କହିଥିଲେ, ସତ୍ୟ ହିଁ ଈଶ୍ୱର। ଈଶ୍ୱର ହିଁ ସତ୍ୟ। କିନ୍ତୁ, ସତ୍ୟ ଉପରେ ଏବେ ପ୍ରଶ୍ନ ଉଠିଲାଣି। ସତ୍ୟକୁ ବି ଏହା ପ୍ରମାଣିତ କରିବାକୁ ପଡ଼ୁଛି। ବାପୁ ସତ୍ୟର ସନ୍ଧାନରେ ତାଙ୍କ ଜୀବନ ବିତାଇ ଦେଇଥିଲେ। ବୁଦ୍ଧଦେବ ମଧ୍ୟ ତାହା ହିଁ କରିଥିଲେ। ଆମେ ସତ୍ୟନିଷ୍ଠ ହେବା ଆବଶ୍ୟକ। ବାପୁ ଆମକୁ ସତ୍ୟନିଷ୍ଠ କରାଇନପାରିବା ହେଉଛି ତାଙ୍କର ଏକ ବିଫଳତା ବୋଲି ମୁଁ ବିବେଚନା କରେ ବୋଲି ସେ କହିଥିଲେ। ସେ ଆହୁରି ମଧ୍ୟ କହିଥି‌େଲ, ଆମେ ପ୍ରଶ୍ନ କରିବା ଶିଖିନାହୁଁ । ବର୍ତ୍ତମାନର ଶିକ୍ଷା ବ୍ୟବସ୍ଥାରେ ବି ଛାତ୍ରଛାତ୍ରୀମାନଙ୍କୁ ପ୍ରଶ୍ନ କରିବା ଶିଖାଯାଉନାହିଁ। ଶିକ୍ଷା ଉଭୟ କେନ୍ଦ୍ର ଓ ରାଜ୍ୟର ଅଧିକାର କ୍ଷେତ୍ରରେ ଆସୁଛି। ହେଲେ, ବାସ୍ତବତା କିନ୍ତୁ ଭିନ୍ନ। ଯେଉଁମାନଙ୍କ ଶିକ୍ଷାଗତ ଯୋଗ୍ୟତା ନାହିଁ, ସେମାନେ ଏବେ ଆଗାମୀ ପିଢ଼ି କଣ ପଢ଼ିବେ, ଶିକ୍ଷକମାନେ କଣ ପଢ଼ାଇବେ, ତାହା ସ୍ଥିର କରୁଛନ୍ତି ବୋଲି ସେ କହିଥିଲେ I ଆୟୋଜକ ‘ସେତୁ’ର ସଭାପତି ଡ. ମୀନକେତନ ପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସୌଦାମିନୀ ନନ୍ଦ ଆଜି ତୁଷାର ଗାନ୍ଧିଙ୍କୁ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ‘ସେତୁ’ ସଂପାଦକ ସୁକାନ୍ତ କର ସଭା ସଂଯୋଜନା ଓ ଅତିଥି ପରିଚୟ ଦେଇଥିବା ବେଳେ ଉପସଭାପତି ଡ. ନୀଳେନ୍ଦ୍ରି ପଣ୍ଡା ଧନ୍ୟବାଦ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   29-Mar-2023
  ଜିଲ୍ଲା  
ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   28-Mar-2023
  ଜିଲ୍ଲା  
ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା   28-Mar-2023
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    28-Mar-2023
  ଜିଲ୍ଲା  
ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   28-Mar-2023
  ଜିଲ୍ଲା  
ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   28-Mar-2023
ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   28-Mar-2023
  ଜିଲ୍ଲା  
ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   28-Mar-2023
  ଜିଲ୍ଲା  
ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   28-Mar-2023
  ଜିଲ୍ଲା  
ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି   28-Mar-2023

You Might Also Like