-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ବିକାଶ ଡିଗ୍ରୀ କଲେଜରେ ଏନ୍‌ଏସ୍‌ଏସ୍ ଲିଡର୍‌ସିପ୍ ଟ୍ରେନିଂ ପ୍ରୋଗ୍ରାମ୍ ୨୦୨୨ ଆସନ୍ତା କାଲିରୁ

15-Dec-2022



ବରଗଡ଼: ବିକାଶ ଡିଗ୍ରୀ କଲେଜ ଏବଂ ଏନ୍‌ଏସ୍‌ଏସ୍ ବ୍ୟୁରୋ ସମ୍ବଲପୁର ବିଶ୍ୱବିଦ୍ୟାଳୟର ମିଳିତ ଆନୁକୁଲ୍ୟରେ ଏନ୍‌ଏସ୍‌ଏସ୍ ଲିଡର୍‌ସିପ୍ ଟ୍ରେନିଂ ପ୍ରୋଗ୍ରାମ୍ ୨୦୨୨, ୧୬ ରୁ ୧୮ ଡିସେମ୍ବର ୨୦୨୨ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି । ଉକ୍ତ କାର୍ଯ୍ୟକ୍ରମରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର ଏବଂ ସୋନପୁର ଜିଲ୍ଲାର ୨୦ରୁ ଉର୍ଦ୍ଧ୍ୱ ମହାବିଦ୍ୟାଳୟ ତଥା ସମ୍ବଲପୁର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍‌ତର ବିଭାଗରୁ ୨୦୦ରୁ ଉର୍ଦ୍ଧ୍ୱ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ ଯୋଗ ଦେବାକୁ ଯାଉଛନ୍ତି ବୋଲି ବିକାଶ ଗ୍ରୁପ୍‌ର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଡି.ନାଗେଶ୍ୱର ରାଓ ସୂଚନା ଦେଇଛନ୍ତି । ବିକାଶ ଗ୍ରୁପ୍ ଅଫ୍ ଇନ୍‌ଷ୍ଟିଚ୍ୟୁସନ୍‌ସ୍‌ର ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା ପ୍ରକାଶ କରିଛନ୍ତି ଯେ, ଉଦ୍‌ଘାଟନୀ ଉତ୍ସବରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଭାରପ୍ରାପ୍ତ କୁଳପତି ପ୍ରଫେସର୍ ସଂଯୁକ୍ତା ଦାଶଙ୍କ ସମେତ ପ୍ରମୁଖ ଏନ୍‌ଏସ୍‌ଏସ୍ ଉଚ୍ଚପଦାଧିକାରୀ ଯୋଗଦେବେ । ବିକାଶ ଗ୍ରୁପ୍‌ର ଚେୟାର୍‌ମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା ଏପରି ବ୍ୟକ୍ତିତ୍ୱର ବିକାଶ କାର୍ଯ୍ୟକ୍ରମ ଏକ ସାମାଜିକ ଆବଶ୍ୟକତା ଏବଂ ବିକାଶ ଡିଗ୍ରୀ କଲେଜର ଏହି ପ୍ରୟାସ ବିକାଶ ଗ୍ରୁପ୍‌ର ସାମଗ୍ରିକ ଦୃଷ୍ଟିଭଙ୍ଗୀର ପରିପ୍ରକାଶ ବୋଲି ପ୍ରକାଶ କରିଛନ୍ତି ।  ତିନିଦିନ ବ୍ୟାପୀ ହେବାକୁ ଥିବା ଏହି ଲିଡର୍‌ସିପ୍ କ୍ୟାମ୍ପ୍‌ରେ ଛାତ୍ରୀଛାତ୍ରଙ୍କୁ ଏକ ବଳିଷ୍ଠ ସମାଜ ପାଇଁ ଆବଶ୍ୟକ ହେଉଥିବା ବଳିଷ୍ଠ ବ୍ୟକ୍ତିତ୍ୱ ନିର୍ମାଣ ଉଦ୍ଦେଶ୍ୟରେ ବିଭିନ୍ନ ଶିକ୍ଷଣୀୟ ବିଷୟବସ୍ତୁ ଉପରେ ସଂଗୋଷ୍ଠୀ ଏବଂ ବ୍ୟବହାରିକ ଶୈଳୀରେ ଉପାଦେୟ ଲାଇଫ୍ ସ୍କିଲ୍‌ସ୍ ସମ୍ବନ୍ଧୀୟ ତାଲିମ କାର୍ଯ୍ୟକ୍ରମର ଯୋଜନା ହୋଇଛି ବୋଲି ଏନ୍‌ଏସ୍‌ଏସ୍ ବ୍ୟୁରୋ, ସମ୍ବଲପୁର ବିଶ୍ୱବିଦ୍ୟାଳୟ ତରଫରୁ ପ୍ରକାଶ କରାଯାଇଛି ।  ଏଣ୍ଟର୍‌ପ୍ରିନ୍ୟୁୟର୍‌ସିପ୍ ଇନ୍ ଦି ମେକିଂ, ଲିଡର୍‌ସିପ୍ ଟ୍ରେନିଂ ଏବଂ ବ୍ୟକ୍ତିତ୍ୱ ବିକାଶ ସଂଗୋଷ୍ଠୀ ସମେତ ସମାଜୋନ୍ମୁଖୀ ଏବଂ ପରିବେଶଧର୍ମୀ ଅନେକ କାର୍ଯ୍ୟକ୍ରମ ନେଇ ଏହି ଟ୍ରେନିଂ କ୍ୟାମ୍ପ୍‌ର ରୂପକଳ୍ପନା କରାଯାଇଛି ବୋଲି ବରଗଡ଼ ଜିଲ୍ଲା ଏନ୍‌ଏସ୍‌ଏସ୍ ପ୍ରୋଗ୍ରାମ୍ ଅଫିସର୍ ଡ.ବବିତା ଷଡ଼ଙ୍ଗୀ ମତପ୍ରକାଶ କରିଛନ୍ତି । ଉକ୍ତ କାର୍ଯ୍ୟକ୍ରମରେ ଏନ୍‌ଏସ୍‌ଏସ୍ ଓଡ଼ିଶାର ଆଂଚଳିକ ନିର୍ଦ୍ଦେଶକ କୁମାରୀ ସରିତା ପଟେଲ୍‌ଙ୍କ ସମେତ ସମ୍ବଲପୁର ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର୍ ଡ.ନୃପରାଜ ସାହୁ ଏବଂ ଏନ୍‌ଏସ୍‌ଏସ୍‌, ଭୁବନେଶ୍ୱର କାର୍ଯ୍ୟାଳୟରୁ ଏସ୍‌.ଏନ୍‌.ଓ. ଡ.ରମେଶ ଚନ୍ଦ୍ର ବେହେରା ଯୋଗ ଦେବେ ବୋଲି ବିକାଶ ଡିଗ୍ରୀ କଲେଜର ଉପାଧ୍ୟକ୍ଷ ଶ୍ରୀ ଆର୍‌.ଏସ୍‌.ଭି. କ୍ରୀଷ୍ଣା ସୂଚନା ଦେଇଛନ୍ତି । ୧୭ ଡିସେମ୍ବର ଦିନ ବରଗଡ଼ ଏବଂ ସୋନ୍‌ପୁର ଜିଲ୍ଲା ଅନ୍ତର୍ଗତ ସମସ୍ତ ମହାବିଦ୍ୟାଳୟ ଅନ୍ତର୍ଗତ ଏନ୍‌ଏସ୍‌ଏସ୍ ପ୍ରୋଗ୍ରାମ୍ ଅଫିସର୍ ମାନଙ୍କ ବିଧିବଦ୍ଧ ଆଲୋଚନା ଶିବିର ମଧ୍ୟ ଆୟୋଜିତ ହେବ ବୋଲି ବିକାଶ ଡିଗ୍ରୀ କଲେଜର ଏନ୍‌ଏସ୍‌ଏସ୍ ପ୍ରୋଗ୍ରାମ୍ ଅଫିସର୍ ଶ୍ରୀ ରଜତ ପାଣିଗ୍ରାହୀ ପ୍ରକାଶ କରିଛନ୍ତି ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ