-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ନାଗରିକ ସବ୍ କମିଟିର ସ୍କୁଲ ପରିଦର୍ଶନ

23-Dec-2022



ବଲାଙ୍ଗିର, ବଲାଙ୍ଗିର ଜିଲ୍ଲା ନାଗରିକ କମିଟି ଶିକ୍ଷା ବିଭାଗ ସବ୍ କମିଟିର ସଭ୍ୟମାନେ ସ୍ଥାନୀୟ ବ୍ରାହ୍ମଣପଡା ୟୁ.ପି. ସ୍କୁଲ ପରିଦର୍ଶନ କରି ସ୍କୁଲର ବିଭିନ୍ନ ସମସ୍ୟା ଅନୁଧ୍ୟାନ କରିଥିଲେ । ସିଆରସିସି ରଶ୍ମିତା ମହାନ୍ତି, ପ୍ରଧାନ ଶିକ୍ଷୟତ୍ରୀ ରେଣୁକା ବେହେରା, ସହକାରୀ ଶିକ୍ଷୟତ୍ରୀ ଜୟଶ୍ରୀ ପାଣିଗ୍ରାହୀ, ବିଜୟଲକ୍ଷ୍ମୀ ରାଏଗୁରୁ, ଉତ୍ତମା ବାଗ, ଗୀତାଞ୍ଜଳି ପଟେଲ ତଥା ଭାରତୀ ପାଣିଗ୍ରାହୀ ବିଦ୍ୟାଳୟରେ ଉପସ୍ଥିତ ଥିଲେ । କମିଟି ସଦସ୍ୟ ଧର୍ମବ୍ରତ ରଥ, ଗୋପଭୂଷଣ ନାଥ, ପିତବାସ ପଣ୍ଡା, ଦିବାକର ହୋତା ଏବଂ ଆର୍ତ୍ତତ୍ରାଣ ମିଶ୍ର ପରିଦର୍ଶନରେ ଉପସ୍ଥିତ ଥିଲେ । ଶିକ୍ଷାଦାନ ଉପଯୋଗୀ ୪ଟି ଶ୍ରେଣୀ ଗୃହ ଥିବା ବେଳେ ୩ଟି କୋଠରୀ ମରାମତି ଅଭାବରୁ ବ୍ୟବହାରଯୋଗ୍ୟ ହୋଇନାହିଁ ।

ଅଷ୍ଟମ ଶ୍ରେଣୀ ପାଇଁ ହିନ୍ଦୀ , ସଂସ୍କୃତ ଏବଂ ଖେଳ ଶିକ୍ଷକ ଏ ପର୍ଯ୍ୟନ୍ତ ନିଯୁକ୍ତି ପାଇ ନାହାନ୍ତି । ବିଦ୍ୟାଳୟରେ ଷ୍ଟାଫ୍ ଶୈାଚାଳୟ ଏବଂ ବାଳକ ଶୌଚାଳୟ ନାହିଁ । ପିଇବା ପାଣି ସଂରକ୍ଷଣ ବ୍ୟବସ୍ଥା ନାହିଁ । ବୋରୱେଲ ଅଚଳ ଅବସ୍ଥାରେ ଅଛି । ଲକ୍ଷ୍ମୀଯୋର ପଟକୁ ସ୍କୁଲର ପାଚେରୀ ନ ଥିବାରୁ ଅସାମାଜିକ ଲୋକଙ୍କ ଦୌରାମ୍ୟ ଲାଗି ରହିଛି । ସ୍କୁଲର କିଛି ଅଂଶ ଜବରଦଖଲ ହୋଇଥିବା ନେଇ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଆବଶ୍ୟକୀୟ ସୂଚନା ଦିଆଯାଇଛି । ବର୍ଷା ଦିନେ ବିଦ୍ୟାଳୟର ରାସ୍ତାକଡର ଶ୍ରେଣୀ କୋଠରୀ ଗୁଡିକର କାନ୍ଥରୁ ତଥା ଛାତରୁ ପାଣି ଝରୁଥିବାରୁ ତାହା ବ୍ୟବହାର ଉପଯୋଗୀ ହୋଇପାରୁନାହିଁ । ବିଦ୍ୟୁତ ସଂଯୋଗୀକରଣ ହୋଇପାରିନ ଥିବାରୁ ଶିକ୍ଷାଦାନରେ ବାଧା ସୃଷ୍ଟି ହେଉଛି । ସବ କମିଟିର ସଦସ୍ୟ ମାନେ ଶିକ୍ଷକ ମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ପରlମର୍ଶ ଦେଇ ଥିଲେ lଏ ନେଇ କମିଟିର ସଦସ୍ୟମାନେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟିକୁ ଅଣିବାକୁ ପ୍ରତିଶୃତି ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026

You Might Also Like