-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||     

HOME   ଜିଲ୍ଲା

ହାତୀ ଆକ୍ରମଣ ରେ 65 ବର୍ଷ ର ବୃଦ୍ଧ ଙ୍କ ମୃତ୍ୟୁ

23-Dec-2022



 ସୁବର୍ଣ୍ଣପୁର//  ସୁବର୍ଣ୍ଣପୁର ଜିଲ୍ଲା  ତରଭା ବ୍ଲକ ଅଧିନସ୍ଥ କୁମ୍ଭାରମୁଣ୍ଡା ଫରେଷ୍ଟ ସେକ୍ସନ ରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି ।ଖବର ରୁ ପ୍ରକାଶ ଯେ ତରଭା ବ୍ଲକ ଚାରଭଟା ଗ୍ରାମପଞ୍ଚାୟତ ଅଧିନସ୍ଥ ସୁଖିଲାସର ଗ୍ରାମର ହର ରଣା (୬୫) ଧାନ ଖଳାରେ  ତାଙ୍କର ପୁତ୍ର ନିଲୁ ରଣା ଙ୍କ ସହିତ ଧାନ ଜଗି  ଖଳାରେ ଶୋଇ ଥିବା ସମୟ ରେ  ଭୋର ୩ ଟା ବେଳେ ହାତୀପଲ ର ଆକ୍ରମଣ ର  ଶିକାର ହୋଇଥିଲେ l ହାତୀ ମାନଙ୍କୁ ଦେଖି ନିଲୁ ରଣା ଜୀବନ ବିକଳରେ ଦୌଡ଼ି ପଳାଇ ଯାଇଥିବା ବେଳେ ହର ରଣା ହାତୀ ହାବୁଡରେ ପଡି ଯାଇଥିଲେ ‌। ହାତୀପଲ ତାଙ୍କୁ ଗୋଡ଼ରେ ଦଳି ଦେଇଥିଲେ ‌। ଫଳରେ ହର ରଣା ଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା । ପରିବାର ଲୋକେ ସକାଳୁ ଧାନ ଖଳାକୁ ଯାଇ ହର ରଣା କୁ ହାତୀ ଦଳି ମାରିଦେଇଥିବା ଦେଖି ବନ ବିଭାଗ କୁ ଖବର ଦେଇଥିଲେ । ଖବର ପାଇ ବନବିଭାଗ ର ଏ ସି ଏଫ ପ୍ରଫୁଲ୍ଲ କୁମାର ଧରୁଆ, ସୋନପୁର ରେଞ୍ଜର ମନୋରଞ୍ଜନ ବାଗ ଓ କୁମ୍ଭାରମୁଣ୍ଡା ଫରେଷ୍ଟର ଦିନେଶ ମାଝୀ ପ୍ରମୁଖ ବିଭାଗିୟ କର୍ମଚାରୀ ମାନଙ୍କ ସହିତ ଘଟଣାସ୍ଥଳରେ ପହଞ୍ଚି ପୁଲିସ କୁ ଖବର ଦେବା ସହିତ ଶବକୁ ଜବତ କରି ତରଭା ଡାକ୍ତରଖାନା କୁ ପଠାଇ ଥିଲେ । ଏଇ ଖବରପାଇ କମସରା ଫାଣ୍ଡି ଅଧିକାରୀ ଗଜାନନ ବେହେରା ଘଟଣାସ୍ଥଳରେ ପହଞ୍ଚି ପାରିପାର୍ଶ୍ବିକ ସ୍ଥିତି ଯାଞ୍ଚ କରିବା ସହିତ ତରଭାଥାନା କୁ ଖବର ଦେଇଥିଲେ । ଏନେଇ ପୁଲିସ ଏକ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଓ ଏହାର ତଦନ୍ତ ଦାୟିତ୍ୱ କମସରା ଫାଣ୍ଡି ଅଧିକାରୀ ଗଜାନନ ବେହେରା ନେଇଥିବା ଆଇଆଇସି ସୁବ୍ରତ କୁମାର ପାଣିଗ୍ରାହୀ ପ୍ରକାଶ କରିଛନ୍ତି । ହାତୀ ଆକ୍ରମଣରେ ମୃତ୍ୟୁବରଣ କରୁଥିବା ଏହି ବ୍ୟକ୍ତିଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା ସରକାରୀ ସହାୟତା ପ୍ରଦାନ ପାଇଁ ତୁରନ୍ତ ପଦକ୍ଷେପ ନେଉଥିବା ବିଷୟ ଏସିଏଫ ଶ୍ରୀ ଧରୁଆ ପ୍ରକାଶ କରିଛନ୍ତି l ଏବଂ  ମୃତ ବ୍ୟକ୍ତି ର ଅନ୍ତ୍ୟେଷ୍ଟି କ୍ରିୟା ସମୟରେ ସଙ୍ଗେ ସଙ୍ଗେ ଉକ୍ତ ରାଶି ର ଦଶ ପ୍ରତିଶତ  ୪୦ ହଜାର ଟଙ୍କା ପ୍ରଦାନ କରାଯିବ ଓ ଅବଶିଷ୍ଟ ୩ ଲକ୍ଷ ୬୦ ହଜାର ଟଙ୍କା ସରକାରୀ ନିୟମ ଅନୁସାରେ ପରେ ପ୍ରଦାନ କରାଯିବ ବୋଲି ପ୍ରକାଶ କରିଥିଲେ । ଏହି ଅଞ୍ଚଳ ହାତୀ ଉପଦ୍ରଵ ଅଞ୍ଚଳ ହୋଇଥିବାରୁ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ହାତୀ ମାନଙ୍କ ବିଷୟରେ ଜନସାଧାରଣଙ୍କୁ ସଚେତନ କରାଯାଉଥିବା ଫରେଷ୍ଟର ଶ୍ରୀ ମାଝୀ ପ୍ରକାଶ କରିଛନ୍ତି । ବର୍ତ୍ତମାନ ଉପଦ୍ରବ କରୁଥିବା ଏହି ୧୦ ଟିକିଆ ହାତୀ ପଲ ମଧ୍ୟରେ ଗୋଟିଏ ଅଣ୍ଡିରା ହାତୀ ଥିବା ବେଳେ ୬ ଗୋଟି ମାଇଁ ହାତୀ ଓ ୩ ଗୋଟି ଛୋଟ ଛୋଟ ହାତୀ ରହିଥିବା ଫରେଷ୍ଟର ଶ୍ରୀ ମାଝୀ ପ୍ରକାଶ କରିଛନ୍ତି । ଏବଂ ହାତୀ ମାନଙ୍କ ର ଗତି ଵିଧି ଉପରେ ବିଭାଗ ପକ୍ଷରୁ ତୀକ୍ଷ୍ଣ ନଜର ରଖା ଯାଇଥିବା ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026

You Might Also Like