-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ଉଡାନ ମିଟ୍ ୨ଠ୨୨କୁ ଶୁଭ ଉଦ୍‌ଘାଟନ କଲେ ଓଡ଼ିଶା ରାଜ୍ୟପାଳ, ଓଡ଼ିଶା ଏକ ଭାରତ ହୋଇଛି- ରାଜ୍ୟପାଳ ଗଣେଶୀ ଲାଲ୍‌

28-Dec-2022



ବଲାଙ୍ଗୀର// ବଲାଙ୍ଗୀର ରୋଟାରି କ୍ଲବ ଅଫ୍ ଏଲାଇଟ୍ ପକ୍ଷରୁ ଆଜି ସ୍ଥାନୀୟ ଟାଉନ ବାଏଜ୍ ହାଇସ୍କୁଲ ପଡିଆରେ ଉଡାନ ମିଟ୍ ୨ଠ୨୨ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଯୋଗ ଦେଇ ଉଡାନ ମିଟ୍ ୨ଠ୨୨  କୁ ଉଦ୍‌ଘାଟନ କରିଥିଲେ । ରାଜ୍ୟପାଳ ଗଣେଶୀ ଲାଲ ବଲାଙ୍ଗୀର ଜିଲ୍ଲାରେ ମହିଳା ଶିକ୍ଷାର ବିକାଶ ଦିଗରେ ଉଡାନର ନିସ୍ୱାର୍ଥପର ସେବାକୁ ଭୁରିଭୁରି ପ୍ରଶଂସା କରିଥିଲେ । ସେବା ହିଁ ମୁକ୍ତିର ଏକମାତ୍ର ବୋଲି କହି ଶ୍ରୀ ଗଣେଶୀଲାଲ ଭାରତର ଅନ୍ୟ ରାଜ୍ୟ ମାନଙ୍କ ତୁଳନାରେ ଓଡ଼ିଶାର ସଂସ୍କୃତି ଓ ଚାଲିଚଲଣ ମହାନ ବୋଲି କହିଥିଲେ । ଏହି ରାଜ୍ୟରେ ରଜ ପର୍ବ ପାଳନ କରାଯାଇଥାଏ ଯାହା ମାତୃଶକ୍ତିର ମହନୀୟତାକୁ ଉଜାଗର କରେ ବୋଲି କହିଥିଲେ ।

ପ୍ରଭୁ ଜଗନ୍ନାଥଙ୍କ ରାଜ୍ୟରେ ଧନୁଯାତ୍ରା ପରି ପର୍ବ ପାଳନ କରାଯାଇଥାଏ ଯାହା ଧର୍ମ ଓ ଅଧର୍ମର ବ୍ୟାଖ୍ୟା କରିଥାଏ ବୋଲି କହିଥିଲେ l ବିଭିନ୍ନ କ୍ଷେତ୍ରରେ ଆମ ରାଜ୍ୟ ବର୍ତ୍ତମାନ ବିକାଶର ନୁଆଁ ଆଲୁଅ ଦେଖୁଛି । ଓଡ଼ିଶାର ମହନୀୟ ପରମ୍ପରାକୁ ବ୍ୟାଖ୍ୟା କରିବାକୁ ଯାଇ ଓଡ଼ିଶା  ବର୍ତ୍ତମାନ ଏକ ଭାରତ ହେବାକୁ ଯାଉଛି ବୋଲି ଶ୍ରୀ ଗଣେଶୀଲାଲ କହିବା ସହ ଏକତା ଓ ସମନ୍ୱୟ  ସ୍ଥାପନ ହିଁ ଆମକୁ ବିକାଶର ମାର୍ଗରେ ନେଇ ପାରିବ ବୋଲି କହିଥିଲେ । ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳ ନିଜ ଭାଷଣରେ  ପ୍ରଥମେ ନିଜକୁ ଭଲ ପାଇଲେ ହିଁ ଅନ୍ୟ ମାନଙ୍କ ଭଲ ପାଇବା ଶିଖି ପାରିବ ବୋଲି କହିଥିଲେ । ରୋଟାରି କ୍ଲବ ଅଫ୍ ଏଲାଇଟ୍  ସଭାପତି ରିଙ୍କୁ ପାତ୍ର ଙ୍କ ପରିଚାଳନାରେ ଆୟୋଜିତ ଏହି ଉତ୍ସାବରେ ସମ୍ମାନିତ ଅତିଥି ଭାବରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ବଲାଙ୍ଗୀର ଜିଲ୍ଲାପାଳ ଚଂଚଳ ରାଣା ଓ ପ୍ରଫେସର ମଧୁସୂଦନ ପତି ଯୋଗ ଦେଇ ଆର୍ଥିକ ଅନଗ୍ରସର ସ୍କୁଲ ଛାତ୍ରୀ ମାନଙ୍କ ଶୈକ୍ଷିକ ବିକାଶ ଦିଗରେ ଉଡାନ୍ ର ପ୍ରୟାସକୁ ଅଭିନନ୍ଦନ ଜଣାଇ ଏହାର କର୍ମକର୍ତ୍ତା ମାନଙ୍କୁ ଆହୁରି ନିଷ୍ଠାର ସହ କାମ କରିବାକୁ ପରାମର୍ଶ ଦେଇଥିଲେ । ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଅନୁଷ୍ଠିତ ବିଭିନ୍ନ

ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମନାନଙ୍କୁ ମେଡାଲ ଓ ସାଟିର୍ଫିକେଟ ପ୍ରଦାନ କରାଯାଇଥିଲା । ଏହି ଅବସରରେ ମହାମହିମ ରାଜ୍ୟପାଳ ଓ ଅନ୍ୟାନ୍ୟ ଅତିଥି ମାନଙ୍କ ଦ୍ୱାରା  ଉଡାନ ପକ୍ଷରୁ ଶିକ୍ଷା ସଂପର୍କିତ ଏକ ସ୍ମରଣିକା ଉନ୍ମୋଚିତ ହୋଇଥିଲା ।  ଶେଷରେ  ରୋଟାରି କ୍ଲବ ଅଫ୍ ଏଲାଇଟ୍ ର ସଂପାଦିକା ମମତା ପରମାର ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ । ଏହି ସମାରୋହରେ ସହରର ବହୁ ବୁଦ୍ଧିଜୀବୀ, ଶିକ୍ଷକ, ଅଭିଭାବକ, ଛାତ୍ରଛାତ୍ରୀ ଓ ସାମ୍ବାଦିକ ଯୋଗ ଦେଇଥିଲେ ।

     ଉଡାନ ମିଟ୍ ୨ଠ୨୨ର ଦ୍ୱିତୀୟ ଅଧିବେଶନ ଆଜି ସଂଧ୍ୟା ସାଢ଼େ ୬ଟାରେ ଅନୁଷ୍ଠିତ ହେବ । ଏଥିରେ ମୁଖ୍ୟ ଅତିଥି ଭାବରେ ଜିଏମ୍ ବିଶ୍ୱିଦ୍ୟାଳୟର ଭାଇସ୍ ଚାନସେଲର୍ ପ୍ରଫେସର ଏନ୍‌. ନାଗାରାଜୁ ଓ ସମ୍ମାନିତ ଅତିଥି ଭାବରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ପ୍ରଫେସର ମଧୁସୂଦନ ପତି ଜିଏମ୍ ବିଶ୍ୱିଦ୍ୟାଳୟର ରେଜିଷ୍ଟାର ଶ୍ରୀମତୀ ଯୁଗଳେଶ୍ୱରୀ ଦାଶ, ଓ ସୋଆ ବିଶ୍ୱବିଦ୍ୟାଳୟର ନିର୍ଦ୍ଦେଶକ ପ୍ରଫେସର ନଚିକେତା କେ. ଶର୍ମା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସଭା ପରେ ଉଡାନ୍ ଛାତ୍ରଛାତ୍ରୀ ଓ ଆଲୁମୁନି ଙ୍କ ଦ୍ୱାର ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହେବ ବୋଲି ଜଣାପଡିଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା