-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   (21-May-2026)       ||      ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||      ଓଡ଼ିଶା  ସିଏଚ୍ଏସି  ୨୦୨୬ ପରିକ୍ଷା ଫଳାଫଳରେ  ଜେ ଏସ୍ ଏମ୍ କଲେଜର ୧୦୦% ସଫଳତା   (20-May-2026)       ||     

HOME   ଜିଲ୍ଲା

୨୯ ତମ ବୌଦ୍ଧ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ

03-Jan-2023



ବୌଦ୍ଧ(ଦୁର୍ଯ୍ଯୋଧନ ବିଶି) - ବୌଦ୍ଧ ଜିଲ୍ଲା ଗଠନର ୨୯ତମ ସ୍ୱନକ୍ଷତ୍ର ଦିବସ ଜାନୁଆରୀ ୨ ତାରିଖରେ ଅନୁଷ୍ଠିତ ହୋଇଛି । ଏହି ଅବସରରେ ଜିଲ୍ଲାରେ ଉତ୍ସାହ ଉଦ୍ଦୀପନା ସହ ସରକାରୀ ଓ ବେସରକାରୀ ସ୍ତରରେ ପ୍ରତିଷ୍ଠା ଦିବସ ପାଳିତ ହୋଇଛି । ପ୍ରଶାସନ ତରଫରୁ ସରକାରୀ କାର୍ଯ୍ୟାଳୟ ଗୁଡିକୁ ଆଲୋକମାଳାରେ ସୁସଜ୍ଜିତ କରାଯିବାସହ ବିଭିନ୍ନ ସ୍ଥାନରେ ସାଜସଜ୍ଜା ସହ ତୋରଣରେ ସ୍ୱାଗତ କରାଯାଇଥିଲା । ରାଜବାଟୀ ନିକଟରେ ଭୂମିସ୍ପର୍ଶ ମୁଦ୍ରାରେ ଥିବା ବୁଦ୍ଧମୂର୍ତ୍ତି ଠାରେ ପୂଜାର୍ଚ୍ଚନା ସହ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା  । ଜିଲ୍ଲା ପ୍ରତିଷ୍ଠା ଉତ୍ସବରୁ ବୌଦ୍ଧ ମହୋତ୍ସବ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କ୍ରୀଡା ମହୋତ୍ସବ ଆୟୋଜନ କରାଯାଇଛି । ବ୍ଲକସ୍ତରରେ ଓ ଏନଏସି ସ୍ତରରେ ବିଭିନ୍ନ ଖେଳ ପ୍ରତିଯୋଗିତା ଆରମ୍ଭ

କରାଯାଇଛି । ଉଦଘାଟନୀ ଉତ୍ସବରେ  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟଜଳ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ମନ୍ତ୍ରୀ ପ୍ରଦିପ କୁମାର ଅମାତ  ବୁରୋଗୁରା  ଓକ୍ରା ସାହିନାଳ ଉପରେ ସେତୁ ନିର୍ମାଣ ଭିତ୍ତିପ୍ରସ୍ତର ସ୍ଥାପନ, ଶଗଡା ଠାରୁ ବବଡା ପର୍ଯ୍ୟନ୍ତ ଗ୍ରାମ୍ୟସଡକ ଭିତ୍ଥିପ୍ରସ୍ତର ସ୍ଥାପନ, ବିଜାପଦର ଗ୍ରାମ୍ୟ ରାସ୍ତା ଠାରୁ ପୋଡୋଗୋରା ମରାମତି, ସଂରକ୍ଷଣ ଓ ନବୀକରଣ, ବଦଲାସାହି ଗ୍ରାମ୍ୟରାସ୍ତାର ଉନ୍ନତିକରଣର ଭୂମିପୂଜା,  ବିଜାପଦର ଗ୍ରାମରେ ୬ଗୋଟି ଗୋଷ୍ଠୀ ଜୈବିକ ଉର୍ଣ୍ଣନ ଶୁଭ ଉଦଘାଟନ, ଶଙ୍ଖଚୁଡ ମୁକ୍ତ ବ୍ୟାୟାମଶାଳାର ଉଦଘାଟନ, ବୁଟୁପାଲି ଠାରେ ସହରାଞ୍ଚଳ ସ୍ୱାସ୍ଥ୍ୟ ଓ କୁଶଳ କେନ୍ଦ୍ର ଶୁଭ ଉଦଘାଟନ, ବୌଦ୍ଧ ବ୍ଲକ କାର୍ଯ୍ୟାଳୟ ଠାରେ ମିଶନଶକ୍ତି କାଫେର ଶୁଭ ଉଦଘାଟନ, ରାମେଶ୍ୱର ଉଦ୍ୟାନରେ ମିଲେଟ କାଫେର ଶୁଭ ଉଦଘାଟନ କରିଛନ୍ତି । ସନ୍ଧ୍ୟାରେ ସ୍ଥାନୀୟ କଚେରୀ ପଡିଆସ୍ଥିତ ଗୌତମବୁଦ୍ଧ ମଣ୍ଡପରେ ଅନୁଷ୍ଠିତ ଜିଲ୍ଲାପ୍ରତିଷ୍ଠା ଉତ୍ସବ କାର୍ଯ୍ୟକ୍ରମରେ ଶ୍ରୀ ଅମାତ ମୁଖ୍ୟଅତିଥି ଭାବେ ଯୋଗଦେଇ  ଆସନ୍ତା୧୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲା ମହୋତ୍ସବର ଶୁଭ ଉଦଘାଟନ  ଘୋଷଣା କରିଥିଲେ । ଶ୍ରୀ ଅମାତ ଜିଲ୍ଲାର ବିକାଶ ସଂପର୍କରେ ବକ୍ତବ୍ୟ ରଖିବାସହ ଆଗାମୀ କ୍ରୀଡା କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେବାସହ ମହୋତ୍ସବ ପାଇଁ ଶୁଭକାମନା ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ବୌଦ୍ଧ ଜିଲ୍ଲାପାଳ ସତ୍ୟରଂଜନ ସାହୁ ନିଜ ବକ୍ତବ୍ୟରେ ଆଗାମୀ ବୌଦ୍ଧ ମହୋତ୍ସବ ପାଇଁ ଜିଲ୍ଲାବାସୀଙ୍କ ସହଯୋଗ କାମନା କରିବାସହ ହକି ବିଶ୍ୱକପ୍‌ ଟ୍ରଫିର ସ୍ୱାଗତ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ପ୍ରଦାନ କରିଥିଲେ । ସମ୍ମାନୀତ ଅତିଥି ଭାବେ ଆରକ୍ଷୀ ଅଧୀକ୍ଷକ ପ୍ରହଲାଦ ସହାଇ ମିନା,

ବୌଦ୍ଧ ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର ଏବଂ ଯୋଗୀ ବିଭୁଦତ୍ତ ପ୍ରଧାନ ଯୋଗ ଦେଇଥିଲେ । ଅତିରିକ୍ତ ଜିଲ୍ଲାପାଳ ବବିତା ରାଣୀ ଦଳବେହେରା, ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର, ଉପ-ଜିଲ୍ଲାପାଳ ରବୀନ୍ଦ୍ର କୁମାର କହଁର, ତହସିଲଦାର ଦେବୀ ପ୍ରସାଦ ଦାସ, ସୂଚନା ଓ ଲୋକସଂପର୍କ ଅଧିକାରୀ ରୀତାକାନ୍ତି ବଳିଆରସିଂହ କାର୍କ୍ୟକ୍ରମକୁ ସଫଳ କରାଇବାରେ ସକ୍ରିୟ ଭୁମିକା ଗ୍ରହଣ କରିଥିଲେ । ପ୍ରତିଷ୍ଠା ଉତ୍ସବ ମଞ୍ଚରେ ରୁଦ୍ର ପୂଜା ଅନୁଷ୍ଠିତ ହେବାସହ ଆର୍ଟ ଅଫ୍‌ ଲିଭିଂ ତରଫରୁ ଆଧ୍ୟାତ୍ମିକ ଭଜନ ସମାରୋହ ଅନୁଷ୍ଠିତ ହୋଇଥିଲା ।   ଗେହ୍ଲା ମା କଳାନିକେତନ ଓ ପ୍ରଣାମ ଅନୁଷ୍ଠାନ ଦ୍ୱାରା ସ୍ଥାନୀୟ କଳାକାରଙ୍କୁ ନେଇ ସାଂସ୍କୃତିକ  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି କାର୍ଯ୍ୟକ୍ରମ କୁ ରାଜ୍ୟ କଳା  ଓ ସଂସ୍କୃତି ସଙ୍ଘ ର ଉପସଭାପତି ଅବନୀ କୁମାର ମିଶ୍ର  ସଂଯୋଜନା କରିଥିଲେ ଏବଂ ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ତଥା  ସଂସ୍କୃତି ଅଧିକାରୀ ରିତାକାନ୍ତି ବଳିୟାର  ସିଂହ  କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   21-May-2026
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026
  ଜିଲ୍ଲା  
ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    21-May-2026

You Might Also Like