-+91-9937148622 |

prerana_bgr@rediffmail.com |

  Friday 29th March 2024 |

| | | |

R.N.I. Regd No. ODIODI/2010/46693

Breaking News

୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (29-Mar-2024)       ||      ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   (29-Mar-2024)       ||      ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    (28-Mar-2024)       ||      ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ    (28-Mar-2024)       ||      ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||      ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   (27-Mar-2024)       ||      ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ    (27-Mar-2024)       ||      ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||     

HOME   ଜିଲ୍ଲା

ଦୁର୍ଗାପାଲି ଠାରେ ଜାତୀୟ ବୀର ସୁରେନ୍ଦ୍ର ସାଏ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ସ୍ବାଧୀନତା ସଂଗ୍ରାମୀ ନାରାୟଣ ମେହେର ଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

24-Jan-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ) 
 ସମ୍ୱଲପୁର ମହାନଗର ଅନ୍ତର୍ଗତ ଦୁର୍ଗାପାଲି ଶ୍ରୀ ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ସ୍ମୃତି ସମିତି ପକ୍ଷରୁ ଏକା ସାଙ୍ଗରେ ତିନିଜଣ ବରପୁତ୍ର ଜାତୀୟ ବୀର ସୁରେନ୍ଦ୍ର ସାଏଙ୍କ 215ତମ ଜୟନ୍ତୀ, ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ 127ତମ ଜୟନ୍ତୀ ଏବଂ ସ୍ବାଧୀନତା ସଂଗ୍ରାମୀ ନାରାୟଣ ମେହେର ଙ୍କ ଜନ୍ମ ଶତ ବାର୍ଷିକୀ ମହାସମାରୋହରେ ପାଳିତ ହୋଇ ଯାଇଛି |
               ସ୍ବାଧୀନତା ସଂଗ୍ରାମୀ ନାରାୟଣ ମେହେର ସ୍ମୃତି ସମିତି ର ପ୍ରତିଷ୍ଠାତା ସଭାପତି ସମାଜସେବୀ ତଥା ସଂସ୍କୃତି ରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ସେନା ଅଧିକାରୀ ସୁବେଦାର ମେଜର ଶ୍ରୀଯୁକ୍ତ ଶିବ ନାରାୟଣ ବେହେରା, ମୁଖ୍ୟବକ୍ତା ଭାବରେ ଶିକ୍ଷାବିଦ ଶ୍ରୀଯୁକ୍ତ ରାମ ନରେଶ ପ୍ରସାଦ, ସମ୍ମାନୀତ ଅତିଥି ଭାବରେ ଦୁର୍ଗାପାଲି ସରକାରୀ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ମୋହନ କୁମାର ମିଶ୍ର ଏବଂ ସମାଜସେବୀ ଶ୍ରୀଯୁକ୍ତ ଆର୍ତ୍ତବନ୍ଧୁ ଚାନ୍ଦ ଯୋଗଦାନ କରିଥିଲେ |  ମଞ୍ଚାସୀନ ଅତିଥି ମାନଙ୍କ ଦ୍ୱାରା ମାଁ ସମଲେଶ୍ୱରୀ ଏବଂ ତିନି ବରପୁତ୍ର ଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ, ସମ୍ମୁଖରେ ପ୍ରଦୀପ ପ୍ରଜ୍ବଳନ ଓ ଧୂପ ପ୍ରଦାନ ଦ୍ୱାରା ପୂଜାର୍ଚ୍ଚନା ପରେ ଦୁର୍ଗାପାଲି ସରକାରୀ ବିଦ୍ୟାଳୟର ଛାତ୍ରୀମାନେ ପ୍ରାରମ୍ଭିକ ଦେଶଭକ୍ତି ସଙ୍ଗୀତ ପରିବେଷଣ କରିଥିଲେ |

ମାତୃଭୂମିକୁ ବିଦେଶୀ ଶାସନ ଶୃଙ୍ଖଳରୁ ମୁକ୍ତ କରିବା ପାଇଁ ଜାତୀୟ ବୀର ସୁରେନ୍ଦ୍ର ସାଏ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ସ୍ବାଧୀନତା ସଂଗ୍ରାମୀ ନାରାୟଣ ମେହେର ଯେଉଁ ଅସୀମ ତ୍ୟାଗ ଓ ବଳିଦାନ ଦେଇ ଯାଇଛନ୍ତି, ସେଥିପାଇଁ ସେମାନେ ଆମର ଚିର ନମସ୍ୟ, ଚିର ସ୍ମରଣୀୟ ଏବଂ ଚିର ବନ୍ଦନୀୟ ହୋଇ ରହିବେ ବୋଲି ବକ୍ତାମାନେ ନିଜ ବକ୍ତବ୍ୟରେ କହିଥିଲେ   ସିପାହୀ ବିଦ୍ରୋହର 30 ବର୍ଷ ପୂର୍ବରୁ 1827 ମସିହାରୁ ଜାତୀୟ ବୀର ସୁରେନ୍ଦ୍ର ସାଏ ସମ୍ବଲପୁର ମାଟିରେ ବିଦେଶୀ ଇଂରେଜ ଶାସନ ବିରୁଦ୍ଧରେ ଯେଉଁ ଦୀର୍ଘ 20 ବର୍ଷ କାଳ ଜବରଦସ୍ତ ସଶସ୍ତ୍ର ସଂଗ୍ରାମ କରିଥିଲେ, 37 ବର୍ଷ ବନ୍ଦୀ ହୋଇ ପରିଶେଷରେ 75 ବର୍ଷ ବୟସରେ କାରାଗାରରେ ବଳିଦାନ ହୋଇ ଯାଇଥିଲେ, ଏଭଳି ଘଟଣା ଭାରତ ଇତିହାସରେ ବିରଳ ବୋଲି ସଭାପତି ସଂସ୍କୃତି ରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର ନିଜ ଅଭିଭାଷଣରେ କହିଥିଲେ | ଜଣେ ଜାତୀୟ ବୀର ଭାବରେ ବୀର ସୁରେନ୍ଦ୍ର ସାଏ ଙ୍କର ଜୀବନାଦର୍ଶ ଓଡ଼ିଶାରେ ଏବଂ ସମଗ୍ର ଦେଶରେ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷା ପାଠ୍ୟକ୍ରମରେ ସାମିଲ କରାଯିବା ଉଚିତ ବୋଲି ଶ୍ରୀଯୁକ୍ତ ବହିଦାର କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ଠାରେ ଦୃଢ଼ ଦାବୀ ଉପସ୍ଥାପନ କରିଥିଲେ |

ଶ୍ରୀମତୀ ବବିତା ଦାସ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଛାତ୍ରୀ ସୁଶ୍ରୀ ସୋନାଲିକା ପ୍ରଧାନ ବରପୁତ୍ର ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ | କାର୍ଯ୍ୟକ୍ରମ ଆୟୋଜନରେ ଦ୍ୱାରିକା ପ୍ରସାଦ ମିଶ୍ର, ହୃଷିକେଶ ପାଢ଼ୀ, ହରି ଶଙ୍କର ମିଶ୍ର, ଯୋଗେଶ୍ୱର ବନଛୋର, ଜନାର୍ଦ୍ଦନ ମେହେର, ଅନସୂୟା ସାମଲ, ରାଜେନ୍ଦ୍ର ସତନାମୀ, ଗୋଲକ ବିହାରୀ ମେହେର, ସନ୍ତୋଷ ମେହେର, ଚୈତନ୍ୟ ମେହେର, ଆଁଚଲ ମେହେର, ଗୁଡ଼ିଆ ମେହେର ପ୍ରମୁଖ ସହଯୋଗ କରିଥିଲେ | ସାମୂହିକ ଜାତୀୟ ସଙ୍ଗୀତ ଗାନ ପରେ ସମାରୋହ ଉଦଯାପିତ ହୋଇଥିଲା | ଶେଷରେ ଶ୍ରୀଯୁକ୍ତ ଆର୍ତ୍ତବନ୍ଧୁ ଚାନ୍ଦ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2024
  ଜିଲ୍ଲା  
ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   29-Mar-2024
  ଜିଲ୍ଲା  
ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    28-Mar-2024
  ରାଜନୀତି  
ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ   28-Mar-2024
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024
  ରାଜନୀତି  
ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ   28-Mar-2024
  ଜିଲ୍ଲା  
ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ   28-Mar-2024
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   28-Mar-2024
  ଜିଲ୍ଲା  
ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   28-Mar-2024
  ଜିଲ୍ଲା  
କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    27-Mar-2024
  ଜିଲ୍ଲା  
ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   27-Mar-2024

You Might Also Like