-+91-9937148622 |
prerana_bgr@rediffmail.com |
Saturday 9th December 2023 |
R.N.I. Regd No. ODIODI/2010/46693
Breaking News
24-Jan-2023
ଭୁବନେଶ୍ବର: ଦୁଇ ବର୍ଷ ପରେ ବିନା କଟକଣାରେ ଅନୁଷ୍ଠିତ ହେବାକୁ ଯାଉଛି ସାଧାରଣତନ୍ତ୍ର ଦିବସ ପରେଡ୍। ଏଥିଲାଗି କମିସନରେଟ୍ ପୁଲିସ ପ୍ରସ୍ତୁତି ଆରମ୍ଭ କରିଛି। ଆଜି ସକାଳୁ ପୁଲିସ ଗାନ୍ଧୀମାର୍ଗରେ ଫୁଲ୍ ଡ୍ରେସ୍ ପରେଡ୍ ରିହର୍ସାଲ ଆରମ୍ଭ ହୋଇଛି। ସାଧାରଣତନ୍ତ୍ର ଦିବସ ପାଇଁ ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ଫୁଲ ଡ୍ରେସ୍ ରିହର୍ସାଲ ଜାରି ରହିଛି। ଏଥିରେ ଭାଗନେବେ ୫୦ଟି ଟ୍ରୁପ୍। ରାଜ୍ୟପାଳ ପ୍ରଫେସର୍ ଗଶଣଶୀ ଲାଲ୍ ପରେଡରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଭିବାଦନ ଗ୍ରହଣ କରିବେ। ଏଥିପାଇଁ କମିସନେରଟ୍ ପୁଲିସ କଡ଼ା ସୁରକ୍ଷା ବନ୍ଦୋବସ୍ତ କରିଛି। ପାଖାପାଖି ୨୩ ପ୍ଲାଟୁନ୍ ଫୋର୍ସ ପରେଡ୍ ଉତ୍ସବରେ ନିୟୋଜିତ ହେବେ। ଏହି ଅବସରରେ ପୁଲିସ ଡିଜି ସୁନୀଲ କୁମାର ବଂଶଲ ଓ ପୁଲିସ କମିସନର୍ ସୌମେନ୍ଦ୍ର ପ୍ରିୟଦର୍ଶୀ ଉପସ୍ଥିତ ଥିଲେ।
କରୋନା କଟକଣା ଯୋଗୁ ଦୁଇ ବର୍ଷ ହେଲା ସାଧାରଣତନ୍ତ୍ର ଦିବସ ପରେଡ୍ ବନ୍ଦ ଥିଲା।
ଚଳିତ ବର୍ଷ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ସାଧାରଣତନ୍ତ୍ର ଦିବସ ପରେଡ୍ ଗ୍ରାଉଣ୍ତରେ ବ୍ୟାରିକେଡରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ପରେଡ୍ ସ୍ଥଳରେ ୨୩ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବ ବୋଲି ପୁଲିସ କମିସନର୍ ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି ଯେ ସାଧାରଣତନ୍ତ୍ର ଦିବସ ପାଳନ ସମୟରେ ଗାନ୍ଧୀମାର୍ଗକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାରେ ପୁଲିସ ମୁତୟନ ରହିବେ।
(ଦୀପକ କୁମାର ଷଡଙ୍ଗୀଙ୍କ ରିପୋର୍ଟ)