-+91-9937148622 |

prerana_bgr@rediffmail.com |

  Sunday 9th November 2025 |

| | | |

R.N.I. Regd No. ODIODI/2010/46693

Breaking News

ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   (08-Nov-2025)       ||      ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   (08-Nov-2025)       ||      ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   (08-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    (08-Nov-2025)       ||      ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   (08-Nov-2025)       ||      ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   (08-Nov-2025)       ||      *ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   (08-Nov-2025)       ||      ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   (08-Nov-2025)       ||      ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   (08-Nov-2025)       ||      *କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   (08-Nov-2025)       ||      *ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   (08-Nov-2025)       ||      "ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   (08-Nov-2025)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ: ଓକିଲାତି ବୃତ୍ତିର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖିବା ସହ ସମାଜରେ ଏହି ବୃତ୍ତିର ଗାରିମା କିପରି ବଜାୟ ରହି ପାରିବ ତାହାକୁ ଜଗିବା ଆମ ସମସ୍ତଙ୍କ ଦାୟିତ୍ଵ: ନରସିଂହ ମିଶ୍ର    (08-Nov-2025)       ||      *ଡାବୁଗାଁ ସଦର ମହକୁମା ସ୍ଥିତ ଦୋକାନର ତାଲା ଭାଙ୍ଗି ଟଙ୍କା ଚୋରି*   (08-Nov-2025)       ||      ଯୁବ କଳାକାରଙ୍କ ନୃତ୍ୟ ଦୁଲକିଲା ବଙ୍ଗୋମୁଣ୍ଡା ଧନୁଯାତ୍ରା ମଞ୍ଚ, ଝୁମିଲେ ହଜାର ହଜାର ଦର୍ଶକ   (07-Nov-2025)       ||      ଗଣିଆରେ ମତ୍ସ୍ୟ ଏବଂ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (07-Nov-2025)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ;    (07-Nov-2025)       ||      *ହକି ଇଣ୍ଡିଆର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ରେ ବନ୍ଧୁତ୍ୱ ପୂର୍ଣ୍ଣ ହକି ମ୍ୟାଚ୍ ଅନୁଷ୍ଟିତ*-   (07-Nov-2025)       ||      *ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଟିତ*-   (07-Nov-2025)       ||      ଅବସରପ୍ରାପ୍ତ ମୁଖ୍ୟ କିରାଣୀ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀଙ୍କ ପରଲୋକ   (07-Nov-2025)       ||     

HOME   ଜିଲ୍ଲା

ବିକାଶ ଲ’ ସ୍କୁଲ୍‌ରେ ‘ଜାତୀୟ ପରାକ୍ରମ ଦିବସ’

24-Jan-2023



ବରଗଡ଼(ନିରଞ୍ଜନ ତ୍ରିପାଠୀ): ବିକାଶ ଲ’ ସ୍କୁଲ୍‌ରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଉପଲକ୍ଷେ ‘ଜାତୀୟ ପରାକ୍ରମ ଦିବସ’ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଏହି ଦୁଇ ମହାନ ସ୍ୱାଧୀନତା ସଂଗ୍ରାମୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଦୀପ ପ୍ରଜ୍ଜ୍ୱଳନ କରାଯାଇଥିଲା । ଲ’ ସ୍କୁଲ୍‌ର ଅଧ୍ୟକ୍ଷ ପ୍ରଫେସର୍ ଡ.ବିକ୍ରମ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଲ’ ସ୍କୁଲ୍‌ର ଶେଷ ବର୍ଷର ଛାତ୍ରଛାତ୍ରୀମାନେ ପରିଚାଳନା କରିଥିଲେ । ଅଧ୍ୟକ୍ଷ ଦାସ ନିଜର ପ୍ରାରମ୍ଭିକ ବକ୍ତବ୍ୟରେ ଏହି ଦୁଇ ବୀରପୁତ୍ର ଭାରତବାସୀଙ୍କର ସ୍ୱାଧୀନତା ପାଇଁ କିପରି ମହାନ ତ୍ୟାଗ କରିଥେଲେ, ସେ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ଲ’ ଶେଷ ବର୍ଷର ଛାତ୍ରୀ ଉପାସନା ମିଶ୍ର ଏହି ଦୁଇ ବୀର ପୁରୁଷଙ୍କର ବୀରତ୍ୱ ଓ ସଂଘର୍ଷର ଗାଥା ବର୍ଣ୍ଣନା କରିଥିଲେ । ଲ’ ତୃତୀୟ ବର୍ଷର ଛାତ୍ର ଶ୍ରୀ ଲିପନ୍ କୁମାର ପୃଷେଠ୍ କବିତା ଓ ଦୁହିଁଙ୍କ ଜୀବନୀରୁ ଦୃଷ୍ଟାନ୍ତ ନେଇ ଏହି ଦୁଇ ମହାନ୍ ସ୍ୱାଧୀନତା ସଂଗ୍ରାମୀଙ୍କ ବୀରତ୍ୱର ଗାଥା ପ୍ରକାଶ କରିଥିଲେ । ଲ’ ଶେଷ ବର୍ଷର ଛାତ୍ର ଦିବ୍ୟ ପ୍ରକାଶ ପାଣିଗ୍ରାହୀ ଆଜିର ଯୁବପୀଢ଼ି ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ପରି ଦେଶପ୍ରେମ ଓ ତ୍ୟାଗ ମାଧ୍ୟମରେ ନିଜକୁ ଦେଶସେବାରେ ନିୟୋଜିତ କରିବାକୁ ଆହ୍ୱାନ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ଲ’ ସ୍କୁଲ୍‌ର ଶେଷ ବର୍ଷର ଛାତ୍ରୀ ତାହିରା ବାନୋ ପରିଚାଳନା କରିଥିଲେ ଓ ଶେଷ ବର୍ଷର ଛାତ୍ରୀ ତୃପ୍ତୀ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଲ’ ସ୍କୁଲ୍‌ର ଅଧ୍ୟାପକ ଶିବାନନ୍ଦ ସାହୁ, ଜୈମିନୀ କୁମାର ସାହୁ, ଅଭିନବ ସ୍ୱାଇଁ, ଅଭିନନ୍ଦନ ଖୁଣ୍ଟିଆ, ଅଧ୍ୟାପିକା ସ୍ୱାଗତିକା ସାହୁ, ସାଗରିକା ବିଶ୍ୱାଳ ଓ ଖୁସିରାମ ସାହୁ ସହଯୋଗ କରିଥିଲେ । ବିକାଶ ଗ୍ରୁପ୍‌ର ଚେୟାର୍‌ମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା, ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଡି.ନାଗେଶ୍ୱର ରାଓ ଓ ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା ଏହି ଦୁଇ ମହାନ ସ୍ୱାଧୀନତା ସଂଗ୍ରାମୀଙ୍କର ବୀରତ୍ୱର ଗାଥା କୋଟି କୋଟି ଭାରତୀୟଙ୍କ ହୃଦୟରେ ଚିରସ୍ମରଣୀୟ ହୋଇ ରହିଥିବ ବୋଲି ନିଜର ଅଭିବ୍ୟକ୍ତି ପ୍ରକାଶ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   08-Nov-2025
  ଜିଲ୍ଲା  
ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   08-Nov-2025
ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   08-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    08-Nov-2025
  ଜିଲ୍ଲା  
ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   08-Nov-2025
  ଜିଲ୍ଲା  
ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   08-Nov-2025
  ଜିଲ୍ଲା  
*ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   08-Nov-2025
  ଜିଲ୍ଲା  
ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   08-Nov-2025
  ଜିଲ୍ଲା  
ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   08-Nov-2025
  ଜିଲ୍ଲା  
*କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   08-Nov-2025
  ଜିଲ୍ଲା  
*ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   08-Nov-2025
  ଜିଲ୍ଲା  
"ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   08-Nov-2025

You Might Also Like