-+91-9937148622 |

prerana_bgr@rediffmail.com |

  Wednesday 29th March 2023 |

| | | |

R.N.I. Regd No. ODIODI/2010/46693

Breaking News

ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   (29-Mar-2023)       ||      ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   (29-Mar-2023)       ||      ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   (28-Mar-2023)       ||      ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    (28-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା    (28-Mar-2023)       ||      ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    (28-Mar-2023)       ||      ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   (28-Mar-2023)       ||      ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   (28-Mar-2023)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   (28-Mar-2023)       ||      ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   (28-Mar-2023)       ||      ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   (28-Mar-2023)       ||      ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   (28-Mar-2023)       ||      ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି    (28-Mar-2023)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜଣ ଶୁଣାଣି   (28-Mar-2023)       ||      କ୍ୟାରିୟର କାଉନସିଲିଂ କାର୍ଯ୍ୟକ୍ରମ   (28-Mar-2023)       ||      କନ୍ଦାଜୁରୀ ଠାରେ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ   (28-Mar-2023)       ||      ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ   (28-Mar-2023)       ||      ଅଗ୍ରଣୀ ମହିଳା ଚାଷୀ ବିଜୟିନୀ    (28-Mar-2023)       ||      ବିଶ୍ଵ ନାଟ୍ଯ ଦିବସ ଅବସରରେ ନାଟ୍ଯ କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଆଲୋଚନାଚକ୍ର   (27-Mar-2023)       ||      ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ  ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି    (27-Mar-2023)       ||     

HOME   ଜିଲ୍ଲା

ବାଲିଗୁଡା ଉପଖଣ୍ଡ ସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

26-Jan-2023



ବାଲିଗୁଡ଼ା:(ସୁଶିଲ କୁମାର ପାଣିଗ୍ରାହୀ): ଆଜି ସାରା ଦେଶ ପାଳୁଛି ୭୪ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ବାଲିଗୁଡା ରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ଡାକବାଜି ଯନ୍ତ୍ର ଯୋଗେ ପ୍ରତ୍ୟୁଷ ରେ ରାମଧୂନ ପରିବେଷଣ କରାଯାଇଥିଲା l ସକାଳ ୭ ଘଣ୍ଟ ସମୟରେ ଉପଖଣ୍ଡ ର ସମସ୍ତ ଶିକ୍ଷାନୁଷ୍ଠାନ ଏବଂ ସରକାରୀ ଓ ବେସରକାରୀ ଅନୁଷ୍ଠାନ ରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା l ପରେ ପରେ ବାଲିଗୁଡ଼ା ସ୍ଥିତ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମରେ ଉପଖଣ୍ଡ ସ୍ତରୀୟ ୭୪ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ବାଲିଗୁଡ଼ା ଉପଜିଲ୍ଲାପାଳ ଶ୍ରୀମତୀ ଏମ.ଏସ.ମଧୁମିତା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରି ଜାତି ଉଦେଶ୍ୟରେ ଉଦବୋଧନ ଦେଇଥିଲେ । ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ସମୁଦାୟ ୩୨ଟି ଦଳ ସମ୍ମିଳିତ ପ୍ୟାରେଡରେ ଭାଗ ନେଇଥିଲେ । ଦୀର୍ଘ ଦୁଇ ବର୍ଷ ହେଲା ମହାମାରୀ କରୋନା ଭୁତାଣୁ ସଂକ୍ରମଣ କାରଣରୁ ସରକାରଙ୍କ ନିୟମକୁ ମାନି ନିରାଡ଼ମ୍ବର ଭାବେ ସାଧାରଣତନ୍ତ୍ର ଦିବସ ଓ ସ୍ବାଧୀନତା ଦିବସ ପାଳନ କରାଯାଉଥିଲା । ଚଳିତ ବର୍ଷ କଟକଣା ହଟିଥିବାରୁ ପୂର୍ବବର୍ଷ ମାନଙ୍କ ଭଳି ପୁଣି ଥରେ ମହା ଆଡ଼ମ୍ବରରେ ବାଲିଗୁଡ଼ାରେ ପାଳନ କରାଯାଇଛି ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ସମସ୍ତ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସେଥିରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା । ଏହି ଉତ୍ସବ ଟିକୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଅଭିମନ୍ୟୁ ପ୍ରଧାନ, ଉପଖଣ୍ଡ ଉତ୍ସବ ପାଳନ କମିଟିର ଯୁଗ୍ମ ସମ୍ପାଦକ ତୀର୍ଥବାସୀ ଘଡ଼ାଇ, ରଶ୍ମି ରଞ୍ଜନ ମହାରଣା ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l ଦୀର୍ଘ ଦୁଇ ବର୍ଷ ପରେ ପୁଣି ସ୍ବଭାବିକ ପରିସ୍ଥିତି ଫେରିଥିବାରୁ ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀ ବେସ୍ ଉତ୍ସାହିତ ଥିବା ଦେଖିବାକୁ ମିଳିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   29-Mar-2023
  ଜିଲ୍ଲା  
ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   29-Mar-2023
  ଜିଲ୍ଲା  
ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   28-Mar-2023
  ଜିଲ୍ଲା  
ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା   28-Mar-2023
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    28-Mar-2023
  ଜିଲ୍ଲା  
ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   28-Mar-2023
  ଜିଲ୍ଲା  
ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   28-Mar-2023
ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   28-Mar-2023
  ଜିଲ୍ଲା  
ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   28-Mar-2023
  ଜିଲ୍ଲା  
ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   28-Mar-2023

You Might Also Like