-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||     

HOME   ରାଜ୍ୟ

ଋଷିକୁଲ୍ୟା ମୁହାଣରେ ଅଲିଭ୍‍ ରିଡ୍‌ଲେଙ୍କ ମିଳନ ପ୍ରକ୍ରିୟା ଆରମ୍ଭ

05-Dec-2020



(ପ୍ରେରଣା ଖବର)  ଗଞ୍ଜାମ: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅଲିଭ ରିଡଲେ କଇଁଚ୍ଛଙ୍କ ମିଳନ ପ୍ରକ୍ରିୟା ଆରମ୍ଭ ହୋଇଛି। ଗଞ୍ଜାମ ଜିଲା ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ ନିକଟ ଋଷିକୁଲ୍ୟା ମୁହାଣ ଅଞ୍ଚଳରେ ବର୍ତ୍ତମାନ ବିରଳ ସାମୁଦ୍ରିକ କଇଁଚ୍ଛ ଅଲିଭ ରିଡ୍‌ଲେଙ୍କ ମିଳନ ପ୍ରକ୍ରିୟା ଦୃଷ୍ଟିଗୋଚର ହୋଇଛି। ପ୍ରତିବର୍ଷ ନଭେମ୍ବର ମାସରେ ଏହି ବିରଳ ପ୍ରକ୍ରିୟା ଦେଖିବାକୁ ମିଳୁଥିବା ବେଳେ ଚଳିତ ବର୍ଷ ଡ଼ିସେମ୍ବର ମାସ ପ୍ରଥମ ସପ୍ତାହରେ ଋଷିକୁଲ୍ୟା ମୁହାଣର ଦକ୍ଷିଣପାର୍ଶ୍ବ ଅଞ୍ଚଳରେ ଦେଖିବାକୁ ମିଳଛି। ଉପକୂଳଠାରୁ ୫ କି.ମି. ପରିଧି ମଧ୍ୟରେ ସମୁଦ୍ରରେ ଯୋଡ଼ାଯୋଡ଼ା ହୋଇ ଭାସମାନ ଅବସ୍ଥାରେ କଇଁଚ୍ଛଙ୍କୁ ଦେଖିବାକୁ ମିଳିଥିବା ବନବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ପ୍ରକ୍ରିୟା ଆସନ୍ତା ଜାନୁଆରୀ ମାସ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏହି ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବାରୁ ନଭେମ୍ବର ମାସ ପହିଲାଠାରୁ ବନବିଭାଗ ପକ୍ଷରୁ କଇଁଚ୍ଛଙ୍କ ସୁରକ୍ଷା ପାଇଁ ପାଟ୍ରୋଲିଂ ବ୍ୟବସ୍ଥା କଡାକଡି କରାଯାଇଥିଲା। ଏପରିକି ଗଣଅଣ୍ଡାଦାନ ପ୍ରକ୍ରିୟା ବେଳେ ଯେପରି କିଛି ଅସୁବିଧା ନ ହୁଏ ସେଥିପାଇଁ ମଧ୍ୟ ବେଳାଭୂମି ସଫେଇ କାର୍ଯ୍ୟ ହୋଇଛି। ଏଥିପାଇଁ ୧୦ଜଣିଆ ଟିମ୍‍ ପ୍ରତ୍ୟେକ ଦିନ ପାଟ୍ରୋଲିଂ କରୁଛନ୍ତି। ପ୍ରୟାଗିଠାରୁ ଗୋଖରକୁଦା ମଧ୍ୟରେ ୬ଟି ପ୍ରୋଟେକ୍‍ସନ୍‍ କ୍ୟାମ୍ପ ହୋଇଛି। ପ୍ରତି କ୍ୟାମ୍ପରେ ୩ଜଣ କର୍ମଚାରୀ ରହି କାର୍ଯ୍ୟ ତଦାରଖ କରୁଛନ୍ତି।କଇଁଚ୍ଛଙ୍କ ମିଳନ ପ୍ରକ୍ରିୟା ଆସନ୍ତା ଜାନୁଆରୀ ମାସରେ ସରିବା ପରେ ପାଗର ଅନୁକୂଳ ଅବସ୍ଥା ଓ ଦକ୍ଷିଣା ପବନର ଆଗମନ ହେଲେ ଅଣ୍ଡା ଦେବା ପାଇଁ କଇଁଚ୍ଛ ବେଳାଭୂମିକୁ ଆସିଥାନ୍ତି। ତାପରେ ଗଣ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଥାଏ। ଗଣ ଅଣ୍ଡାଦାନ ପ୍ରକ୍ରିୟାର ୪୫ ଦିନ ପରେ ସେଥିରୁ ଛୁଆ ଫୁଟିଥାନ୍ତି। ଛୁଆ ଗୁଡ଼ିକ ସ୍ୱତଃପ୍ରବୃତ୍ତ ଭାବେ ସମୁଦ୍ର ଅଭିମୁଖେ ଚାଲି ଯାଇଥାନ୍ତି ବୋଲି ବିଶେଷଜ୍ଞମାନେ କହିଛନ୍ତି। ଗତବର୍ଷ ଏହି ଋଷିକୂଲ୍ୟା ମୁହାଣ ବେଳାଭୂମିରେ ୩ଲକ୍ଷ ୨୩ହଜାର ୬୩ଟି କଇଁଚ୍ଛ ଅଣ୍ଡା ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026
  ଜିଲ୍ଲା  
ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   31-Oct-2026
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026

You Might Also Like