-+91-9937148622 |

prerana_bgr@rediffmail.com |

  Wednesday 29th March 2023 |

| | | |

R.N.I. Regd No. ODIODI/2010/46693

Breaking News

ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   (29-Mar-2023)       ||      ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   (28-Mar-2023)       ||      ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    (28-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା    (28-Mar-2023)       ||      ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    (28-Mar-2023)       ||      ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   (28-Mar-2023)       ||      ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   (28-Mar-2023)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   (28-Mar-2023)       ||      ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   (28-Mar-2023)       ||      ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   (28-Mar-2023)       ||      ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   (28-Mar-2023)       ||      ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି    (28-Mar-2023)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜଣ ଶୁଣାଣି   (28-Mar-2023)       ||      କ୍ୟାରିୟର କାଉନସିଲିଂ କାର୍ଯ୍ୟକ୍ରମ   (28-Mar-2023)       ||      କନ୍ଦାଜୁରୀ ଠାରେ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ   (28-Mar-2023)       ||      ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ   (28-Mar-2023)       ||      ଅଗ୍ରଣୀ ମହିଳା ଚାଷୀ ବିଜୟିନୀ    (28-Mar-2023)       ||      ବିଶ୍ଵ ନାଟ୍ଯ ଦିବସ ଅବସରରେ ନାଟ୍ଯ କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଆଲୋଚନାଚକ୍ର   (27-Mar-2023)       ||      ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ  ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି    (27-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ଚତୁର୍ଥ ସଂଧ୍ୟା, ପୁସ୍ତକ ପଠନର ଭାବ ଲୋକଙ୍କୁ ଜୀବନାନ୍ବେଷୀ କରୁ   (27-Mar-2023)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଶ୍ରମମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ , ହିତାଧିକାରୀଙ୍କ ପାଖରେ ରାଜ୍ୟ ସରକାରଙ୍କ ଶ୍ରମିକ କଲ୍ୟାଣ ଯୋଜନାର ସମସ୍ତ ଲାଭ ପହଞ୍ଚାଇବା ପାଇଁ ନିର୍ଦ୍ଦେଶ ଦେଲେ

06-Feb-2023



ସୁବର୍ଣ୍ଣପୁର::ଆଜି ଓଡିଶା ସରକାରଙ୍କ  ଶ୍ରମ ଏବଂ କର୍ମଚାରୀ ରାଜ୍ୟବୀମା ବିଭାଗ  ମନ୍ତ୍ରୀ ଶ୍ରୀଯୁକ୍ତ ଶ୍ରୀକାନ୍ତ ସାହୁ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ଶ୍ରମ ବିଭାଗ କାର୍ୟ ର ସମୀକ୍ଷା କରିଥିଲେ I ମନ୍ତ୍ରୀଙ୍କ ସହିତ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ମଧ୍ୟ ଏହି ସମୀକ୍ଷା ବୈଠକରେ ଯୋଗଦେଇଥିଲେ l ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ I ଜିଲ୍ଲା ଶ୍ରମ ଅଧିକାରୀ ଦିଲେଶ୍ଵର ଖାକା ନିଜ ବିଭାଗର

କାର୍ଯ୍ୟାବଳି  ଏବଂ ଉପଲବ୍ଧିତା ର ପାୱାର ପଏଣ୍ଟ ରିପ୍ରେଜେଣ୍ଟେସନ ମାଧ୍ୟମରେ ପ୍ରଦର୍ଶନ କରିଥିଲେ l ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା 121943 ଜଣ ଶ୍ରମିକ ପଞ୍ଜୀକରଣ କରିଛନ୍ତି I ବର୍ତ୍ତମାନ ଆଉ ଶ୍ରମିକ ମାନଙ୍କୁ ଜିଲ୍ଲା କାର୍ଯ୍ୟାଳୟକୁ ଆସିବାକୁ ପଡୁନାହିଁ ଏବଂ ସେମାନେ ନିଜ ଘର ପାଖରେ ଇ ଶ୍ରମିକ ପୋର୍ଟାଲ୍ ମାଧ୍ୟମରେ ସୁବିଧାରେ ନିଜ ନାମ ପଞ୍ଜୀକୃତ କରିବା ସହିତ ବିଭିନ୍ନ ସହାୟତା ପାଇଁ ଆବେଦନ କରିପାରିବେ l ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଶ୍ରମିକ ମାନଙ୍କ ମଧ୍ୟରୁ 1799 ଜଣ  ଶିକ୍ଷା, 2444 ଜଣ ବିବାହ,593 ଜଣ ମାତୃତ୍ୱ , 2444 ଜଣ ସାଇକଲ୍, 14240 ଜଣ କାର୍ମିକ ଟୁଲ , 1799 ଜଣ ନିରାପଦ ଟୁଲ,  593 ଜଣ ମୃତ୍ୟୁ ପରବର୍ତ୍ତୀ ସହାୟତା ପାଇଛନ୍ତି I ମନ୍ତ୍ରୀ ସମସ୍ତ ହିତାଧିକାରୀଙ୍କ ନାଜ୍ୟ ପ୍ରାପ୍ୟ  ଅତିଶୀଘ୍ର ପ୍ରଦାନ କରିବା ସହିତ ପ୍ରତି ପଞ୍ଚାୟତ ଏବଂ ବ୍ଲକ ମାଧ୍ୟମରେ ସେମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ I ବିଧାୟକ ପଦ୍ମନାଭ ବେହେରା କହିଲେଯେ କେବଳ ଇ ରେଜିଷ୍ଟ୍ରେସନ୍ ଉପରେ ଭରସା ନକରି ଶ୍ରମ ବିଭାଗ ଜନସାଧାରଣଙ୍କ ପାଖରେ ପହଞ୍ଚି ସେମାନଙ୍କୁ ସଚେତନ କରୁ l ଅତିରିକ୍ତ ଜିଲ୍ଲାପାଳ ମାର୍ଚ୍ଚ ଶେଷ ସୁଦ୍ଧା ହିତାଧିକାରୀ ମାନେ ବିଗତ ବର୍ଷର ସମସ୍ତ ସୁବିଧା ଯେମିତି ପାଇପାରିବେ ସେଥିପ୍ରତି ଶ୍ରମ ବିଭାଗ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ l ଆଲୋଚନା ରେ ବଲାଙ୍ଗିର ସୁବର୍ଣ୍ଣପୁର ଫ୍ଯାକ୍ଟ୍ରି ଓ 
ବ୍ରୋଏଲର ଉପନିର୍ଦ୍ଦେଶକ ବିବେକାନନ୍ଦ ନାୟକ , ଇଏସଆଇ ଡାକ୍ତର   ଦାଶ ପ୍ରମୁଖ ଅଂଶଗ୍ରହଣ କରିଥିଲେ l ଜିଲ୍ଲା ଶିଳ୍ପ କେନ୍ଦ୍ର ମ୍ୟାନେଜର , ଆସିଷ୍ଟାଣ୍ଟ  କଲେକ୍ଟର ଆନନ୍ଦ ଚନ୍ଦ୍ର ପଣ୍ଡା ଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ସଭାରେ ଉପସ୍ଥିତ ଥିଲେ l  ସୁଚନା ଅଧିକାରୀ ବିଦ୍ୟାପତି ପଣ୍ଡା ସଭା ପରିଚାଳନା କରିଥିଲେ ଏବଂ ଉପ ଶ୍ରମ ଅଧିକାରୀ ସବିତା କୁମାରୀ ନାଏକ , ଶ୍ରମ କାର୍ଯ୍ୟାଳୟର ସୁଚିସ୍ମିତା ପାତ୍ର ଏବଂ ଅନ୍ୟ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   29-Mar-2023
  ଜିଲ୍ଲା  
ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   28-Mar-2023
  ଜିଲ୍ଲା  
ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା   28-Mar-2023
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    28-Mar-2023
  ଜିଲ୍ଲା  
ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   28-Mar-2023
  ଜିଲ୍ଲା  
ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   28-Mar-2023
ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   28-Mar-2023
  ଜିଲ୍ଲା  
ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   28-Mar-2023
  ଜିଲ୍ଲା  
ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   28-Mar-2023
  ଜିଲ୍ଲା  
ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି   28-Mar-2023

You Might Also Like