-+91-9937148622 |
prerana_bgr@rediffmail.com |
Wednesday 29th March 2023 |
R.N.I. Regd No. ODIODI/2010/46693
Breaking News
07-Feb-2023
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୫ ଗୋଟି ଗ୍ରହଣ କରାଯାଇଛି l ୩ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ, ସୋନପୁର-ଶ୍ରୀ ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର ,ସି ଡି ଏମ ଓ ଡ଼ଃ ବିଶ୍ୱ ରଞ୍ଜନ ପତି , ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ,ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ, ସୋନପୁର ସୂର୍ଯ୍ୟଂଶୁ ରୁଟ ,ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l