-+91-9937148622 |
prerana_bgr@rediffmail.com |
Wednesday 29th March 2023 |
R.N.I. Regd No. ODIODI/2010/46693
Breaking News
06-Feb-2023
ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) ଫେବୃଆରୀ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟ।ଳୟ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ଜିଲ୍ଲାପାଳ ଚଞ୍ଚଳ ରାଣା , ଆରକ୍ଷୀ ଅଧିକ୍ଷକ ନୀତିନ
କୁଶଳକର , ଡିଏଫଓ ନିତୀଶ କୁମାର , ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ ,ବଲାଙ୍ଗିର ଉପ ଜିଲ୍ଲାପାଳ କୁମାର ନାଗଭୁଷଣ, ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ,ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ ,ତହସିଲଦାର ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ବିଭିନ୍ନ ସମସ୍ୟା ମୂଳକ ମୋଟ ୧୫୩ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୧୩୪ ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବାବେଳେ ଅବଶିଷ୍ଠ ୧୯ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ
ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ସିନ୍ଧେକେଲା ମାକରିପଡା ର କୁମାରୀ ନାଗ ଙ୍କୁ ୫ ହଜାର ଟଙ୍କା, ଆଗଲପୁର ବ୍ଲକ ଗଣ୍ଡପାଲି ର କୁନ୍ଦ ନାଗ ଙ୍କୁ ୫ ହଜାର ଟଙ୍କାର ସହାୟତା ରାଶି ଚେକ ମାଧ୍ୟମରେ ପ୍ରଦାନ କରାଯାଇଥିଲା ।