-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||     

HOME   ଜିଲ୍ଲା

ରିଷିଡା ଜେ.ଡି କଲେଜର ରୌପ୍ୟ ଜୟନ୍ତୀ ସମାରୋହ ଉଦଯାପିତ ପୁରାତନ ଛାତ୍ର ଙ୍କ ଦ୍ଵାରା ଅଭିନୀତ ନାଟକ ଦର୍ଶକଙ୍କ ମନ ମୋହିଥିଲା

10-Feb-2023



କର୍ଲାମୁଣ୍ଡା (ପ୍ରଦିପ କୁମାର ସାହୁ)
 କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ସ୍ଥିତ ଜଗନ୍ନାଥ ଡିଗ୍ରୀ  କଲେଜର  ରୌପ୍ୟ ଜୟନ୍ତୀ ସମାରୋହ ଉଦଯାପିତ ହୋଇଯାଇଛି।ଉଦଘାଟନୀ ଦିବସରେ ଅଧ୍ୟକ୍ଷ ଗଦାଧର ପଧାନ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବିଧାୟକ ଭୂପିନ୍ଦର ସିଂ , ମୁଖ୍ୟ ବକ୍ତା ଭାବେ ଲୋକକବିରତ୍ନ ପଦ୍ମଶ୍ରୀ ହଳଧର ନାଗ ,  ସମ୍ମାନିତ ଅତିଥି ଭାବେ ଦହିତା କଲେଜ ବରଗଡ ର ଇଂରାଜୀ ଅଧ୍ୟାପକ ସୁଶାନ୍ତ କୁମାର ମିଶ୍ର ପ୍ରମୁଖ ଯୋଗଦେଇ କର୍ଲାମୁଣ୍ଡା ବ୍ଲକର ପୁରାତନ କଲେଜ ରିଷିଡା ଜେ.ଡି କଲେଜ ଅନେକ କୃତୀ ସନ୍ତାନ ସୃଷ୍ଟି କରିଛି ବୋଲି ପ୍ରକାଶ କରିଥିଲେ । ଇଂରାଜୀ ଅଧ୍ୟାପକ ହିରୋଜ କୁମାର ଚାନ୍ଦ ସ୍ୱାଗତ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ରାଜନୀତିବିଜ୍ଞାନ ଅଧ୍ୟାପକ ଘନଶ୍ୟାମ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ପୁରାତନ ଛାତ୍ର ନରୋତ୍ତମ ସେଲମା ସଭା ସଂଯୋଜନା କରିଥିଲେ । ଅପରାହ୍ନ ଅଧିବେଶନରେ ବିଡିଓ ସୁଶ୍ରୀ ସୁଚରିତା ମୁଗ୍ରୀ ମୁଖ୍ୟଅତିଥି, ଜିଲ୍ଲାପରିଷଦ ସଭ୍ୟ ( କ ଜୋନ) ମହେନ୍ଦ୍ର ରଣା, ରିଷିଡା ସରପଞ୍ଚ ସେବତୀ ରଣା, ପୌରକେଲା ସରପଞ୍ଚ ଯଶୋସ୍ୱିନୀ ଧରୁଆ, ରିଷିଡା ସମିତିସଭ୍ୟ ନିମାଁଇଚରଣ ବେହେରା ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଥଲେ । ପରେ ପରେ ପୁରାତନ ଛାତ୍ର ଗଙ୍ଗାଧର ରଣା ଙ୍କ ସଂଯୋଜନା ରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଏଥିରେ ପୁରାତନ ଛାତ୍ର ମାନେ କୋଶଲି ନାଟକ କଳିଯୁଗିଆଯମ ପରିବେଷଣ କରିଥିବା ବେଳେ ଓଡିଶା ସରକାର ଙ୍କ ସଂସ୍କୃତି ବିଭାଗ ପକ୍ଷରୁ ଅଭିନ୍ନ ସୁନ୍ଦର ଗୋଟିପୁଅ ନୃତ୍ୟ ପରିଷଦ, ଉତ୍କଳ ଡ୍ୟାନ୍ସ ଏଣ୍ଡ ରିସର୍ଚ୍ଚ ଏକାଡେମୀ ଖୋର୍ଦ୍ଧା, ଓ ବିଚିତ୍ର ବର୍ଣ୍ଣାଳୀ ନାଟ୍ୟ ସଂସଦ ଦିଗପହଣ୍ଡ ଗଞ୍ଜାମ ର କଳାକାର ମାନେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । କଲେଜର ଛାତ୍ରୀ ମାନେ ମଧ୍ୟ ସମ୍ବଲପୁରୀ ନୃତ୍ୟରେ ମଞ୍ଚକୁ ଦୁଲୁକାଇଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଅଧ୍ୟାପକ ଶରତ ସାହୁ, କ୍ଷୀରୋଦ୍ର ସାହୁ, ଲଲିତ ସାହୁ, ମକୁନ୍ଦ ରଣା, ଡାଲଟନ ରଣା, ନବୀନ ରଣା, ଶିବପ୍ରସାଦ ରଣା, ଭଗବାନ ରଣା ଙ୍କ ସମେତ ପୁରାତନ ଛାତ୍ର ଭଜଶ୍ୟାମ ସାହୁ, ଯୁଗଳ କିଶୋର ରଣା, ମାର୍କଣ୍ଡ ସାହୁ, ସତ୍ୟନାରାୟଣ କୁମାର, ରମେଶଚନ୍ଦ୍ର ସାହୁ, ବାସୁଦେବ ସେଲମା, ଦେବେନ୍ଦ୍ର ଲେଙ୍କା, ରଶ୍ମିରଞ୍ଜନ ଲେଙ୍କା, ବସନ୍ତ ସାହୁ, କୈଳାସ ସାହୁ ଙ୍କ ସମେତ ଅନେକ ପୁରାତନ ଛାତ୍ରଛାତ୍ରୀ ସହଯୋଗ କରିଥିଲେ ।

ଏହି ଅବସରରେ ମହାବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ, ସଦସ୍ୟା ମାନଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।ଏଥି ସହିତ ସ୍ମରଣିକା ଉନ୍ମୋଚନ କରାଯିବା ସହ ନବନିର୍ମିତ ରୌପ୍ୟ ଜୟନ୍ତୀ ସ୍ମାରକୀ ପ୍ରବେଶଦ୍ୱାରର ଉଦଘାଟନ କରାଯାଇଥିଲା l ଉଦଯାପନୀ ସମାରୋହର  ପ୍ରଥମ ଅଧିବେଶନରେ କର୍ଲାମୁଣ୍ଡା ତହସିଲଦାର ମିଳନ କୁମାର ଝାଙ୍କର ମୁଖ୍ୟଅତିଥି, ଡୁଙ୍ଗୁରିପାଲି କଲେଜର ଇତିହାସ ପ୍ରାଧ୍ୟାପକ କିଶୋର ମେହେର ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ l ସନ୍ଧ୍ୟାରେ ଆୟୋଜିତ ଉଦଯାପନୀ ସମାରୋହରେ ଅଧ୍ୟକ୍ଷ ଗଦାଧର ପଧାନ ସଭାପତିତ୍ବ କରିଥିବା ବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ ମୁଖ୍ୟଅତିଥି, କଳାହାଣ୍ଡି ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ କୁମାର ସଥପଥି ବିଶିଷ୍ଟ ଅତିଥି, ପୂର୍ବତନ ବିଧାୟକ ଧନେଶ୍ୱର ମାଝୀ, ବ୍ଲକ ଅଧ୍ୟକ୍ଷl କୁନି ସାହୁ, ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, ଗଜବାହାଲ ସରପଞ୍ଚ ଅରବିନ୍ଦ ଗହୀର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶିକ୍ଷିତ ହେବାସହ ଭଲ ମଣିଷ ଟିଏ ହେବାକୁ ପରାମର୍ଶ ଦେଇଥିଲେ l ଆବାହକ ନରୋତ୍ତମ ସେଲମା ମଞ୍ଚ ପରିଚାଳନା କରିଥିବା ବେଳେ ଅଧ୍ୟାପକ ହିରୋଜ ଚାନ୍ଦ ସ୍ୱାଗତ ଭାଷଣ ଓ ଅଧ୍ୟାପକ ଶରତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l ଏହି ଅବସରରେ କଲେଜର ପ୍ରତେକ ବର୍ଷର ଟପର ଛାତ୍ରଛାତ୍ରୀ ଓ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ପୁରାତନ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ମୟୁରଭଞ୍ଜର ପଲ୍ଲବୀ ଅନୁଷ୍ଠାନ, ତୁଷୁରାର ଘୁଡକା ନୃତ୍ୟ, ପୁରାତନ ଛାତ୍ରଙ୍କ ଦ୍ୱାରା ସୀତାଚୋରି ଓ ରିଷିଡା ଶିଶୁ ମନ୍ଦିର ଛାତ୍ର ଛାତ୍ରୀ ତଥା କଲେଜ ଛାତ୍ରଛାତ୍ରୀ ଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା l ଏହାକୁ ଗଙ୍ଗାଧର ରଣା ଓ ମଧୁସୂଦନ ବାଗ ପରିଚାଳନା କରିଥିଲେ l ସମସ୍ତ ଅଧ୍ୟାପକ, କର୍ମଚାରୀ, ପୁରାତନ ଓ ଅଧ୍ୟୟନରତ ଛାତ୍ରଛାତ୍ରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026

You Might Also Like