-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଠାରେ ଜିଲ୍ଲାସ୍ତରୀୟ  ଆନ୍ତର୍ଜାତିକ ମହିଳା ଦିବସ ପାଳିତ

10-Mar-2023



ବଲାଙ୍ଗିର(ପ୍ରେରଣା ଖବର): ଆଜି ଅପରାହ୍ନ ରେ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରସରରେ ମହିଳା ଓ ଶିଶୁ ବିକାଶ ବିଭାଗ ବଲାଙ୍ଗିର ଦ୍ଵାରା ଜିଲ୍ଲା ସ୍ତରୀୟ  ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ଦିବସରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ  ମୁଖ୍ୟ ଅତିଥି, ବଲାଙ୍ଗିର ପୌର ପରିଷଦ ର ଅଧ୍ୟକ୍ଷ୍ୟା ଲିକା ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେଶ ନାଏକ ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନବକୃଷ୍ଣ ସାହୁ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁରମା

ସେଠୀ ,ସାଇବର କ୍ରାଇମ ଭାରପ୍ରାପ୍ତ ଥାନା ଅଧିକାରୀ ଭାରତୀ ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଵଳନ ପୂର୍ବକ କାର୍ଯକ୍ରମ ର ଶୁଭାରମ୍ଭ କରିଥିଲେ । ଏହି ଦିବସ ପାଳନ ଉପଲକ୍ଷେ ଅନୁଷ୍ଠିତ ସଭାରେ ଉଦବୋଧନ ଦେଇ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସାହୁ , ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରି ମହିଳା ମାନେ ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି ଏବଂ ମହିଳା ସଶକ୍ତିକରଣ ନିମନ୍ତେ କାର୍ଯ୍ୟକାରୀ ହେଇଥିବା ବିଭିନ୍ନ ଯୋଜନା ସମ୍ପର୍କରେ ସେମାନେ ସଚେତନ ହେବା ସହ ନିଜକୁ ପ୍ରତିଷ୍ଠିତ କରିବାକୁ ପରାମର୍ଶ ଦେଇଥିଲେ । ପୌର ପରିଷଦ ର ଅଧ୍ୟକ୍ଷ୍ୟା ଶ୍ରୀମତୀ  ସାହୁ,ସ୍ଵୟଂ ସହାୟକ ଗୋଷ୍ଠୀ ଓ ମିଶନ ଶକ୍ତି ଜରିଆରେ ମହିଳା ମାନେ ଆତ୍ମନିର୍ଭରଶୀଳ ହେବା ସହ ଜ୍ଞାନର ସୁବିନିଯୋଗ କରି ନିଜ ନିଜ ମଧ୍ୟରେ ଏକତା ଓ ସମନ୍ଵୟ ରଖି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ  ନାଏକ ମହିଳା ମାନଙ୍କ ସୁରକ୍ଷା ଓ ଅଧିକାର ନିମନ୍ତେ ଥିବା ଆଇନ ଏବଂ ମହିଳା ଓ ଶିଶୁ ଡେସ୍କ ର କାର୍ଯ୍ୟକାରିତା ସମ୍ପର୍କରେ ଆଲୋକପାତ କରିଥିଲେ । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ  ସାହୁ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଓ ମିଶନ ଶକ୍ତି କାର୍ଯ୍ୟକ୍ରମ ରେ ମହିଳା ମାନଙ୍କ ଭୂମିକା ସମ୍ପର୍କରେ ମତବ୍ୟକ୍ତ କରିଥିଲେ । ସାଇବର କ୍ରାଇମ ଭାରପ୍ରାପ୍ତ ଥାନା ଅଧିକାରୀ ଶ୍ରୀମତୀ  ନାୟକ ଘରୋଇ ହିଂସା ,ନାରୀ ନିର୍ଯାତନା ଏବଂ ସମ୍ପ୍ରତି ଘଟୁଥିବା ସାଇବର କ୍ରାଇମ ଉପରେ ଆଲୋଚନା କରିଥିଲେ । ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ  ସେଠୀ ସ୍ଵାଗତ ବକ୍ତ୍ୟବ୍ୟ ପ୍ରଦାନ କରିବା ସହ ଆନ୍ତର୍ଜାତିକ ମହିଳା ଦିବସ ପାଳନ ର ତତ୍ପର୍ଜ୍ୟ ସମ୍ପର୍କରେ ପ୍ରାରମ୍ଭିକ ବକ୍ତବ୍ୟ ପ୍ରଦାନ କରିଥିଲେ । ସଭାରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ୨ ଜଣ କିଶୋରୀ ବାଳିକା ,ତୁରେକେଲା ର ମିନା ହଁସ ,ଗୁଡଭେଲା ର ମନ୍ଦାକିନୀ ରଣା ,୩ ଜଣ ଅଙ୍ଗନବାଡି କର୍ମୀ ଚୁଡାପାଲି (ଖ) ର ମମତାରାଣୀ ପଣ୍ଡା , ତିକ୍ରାପଡା (ଖ) ର ଟିମାରାଣୀ ବିଭାର ,ହିରାପୁର(ଖ)ର ରୋଜାଲିନ ପ୍ରଧାନ ,୨ ଜଣ କ୍ଷେତ୍ର ପରିଦର୍ଶିକା ବଙ୍ଗୋମୁଣ୍ଡା ର ରତ୍ନମଣି ବରାଳ , ଖପ୍ରାଖୋଲ ର ଅଞ୍ଜଳି ମିଶ୍ର ଓ ବାଲ୍ୟ ବିବାହ ରୋକିବା କ୍ଷେତ୍ରରେ ଟିଟିଲାଗଡ ସିଡିପିଓ ମିନାକ୍ଷୀ ରାଜ ଙ୍କୁ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ । ସଭାକୁ

ଲୋଇସିଂହା ସିଡିପିଓ ପ୍ରଜ୍ଞା ବାରିକ ପରିଚାଳନା କରିଥିଲେ । ପରେ ଲୋଇସିଂହା ଓ ଗୁଡଭେଲା ରୁ ଆସିଥିବା କିଶୋରୀ ବାଳିକା ଏବଂ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଏହି ଦିବସ ପାଳନ ଅବସରରେ ଏକ ରାଲି ର ଆୟୋଜନ କରାଯାଇଥିଲା । ରାଲି ରେ ଅଙ୍ଗନବାଡି କର୍ମୀ ,ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ,ମିଶନ ଶକ୍ତି ର ମହିଳା ମାନେ ଅଂଶ ଗ୍ରହଣ କରିଥିଲେ । ରାଲି କୁ ବଲାଙ୍ଗିର ଉପ ଜିଲ୍ଲାପାଳ କୁମାର ନାଗଭୂଷଣ ଶୁଭାରମ୍ଭ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026

You Might Also Like