-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ମହୁଲ ମହକରେ ମହକୁଛି ଅଞ୍ଚଳ , ମୂଳ ପାଉନି ଗୋଟାଳି - ବଜାର ବ୍ୟବସ୍ଥା ନାହିଁ -ଦର ନିର୍ଦ୍ଧାରଣ କରୁଛନ୍ତି ଦଲାଲ୍ -ମହୁଲ ସଂରକ୍ଷଣ ବ୍ୟବସ୍ଥା ଦାବି

14-Mar-2023



ବୀରମହାରାଜପୁର, ( ବିନୋଦ ପାଣ୍ଡେ ) : ଫାଲଗୁନ ମାସ ଆଗମନରେ ମହୁଲ ଝଡିବା ଆରମ୍ଭ ହୋଇଯାଇଛି। ଏହାର ବାସ୍ନାରେ ମହକି ଯାଏ ବଣ ପାହାଡ।  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର ଉପାନ୍ତ ଅଳରେ ଏବେ ମହୁଲ ମହକରେ ମହକୁଛି।‌ ମହୁଲ ଫୁଲ ସଂଗ୍ରହ କରିବା ପାଇଁ ସକାଳୁ ସକାଳୁ ଆଖପାଖ ଗାଁର ମହିଳାମାନେ ମୁଣ୍ଡରେ ଟୋକେଇ ଧରି ନିଜ ପରିବାରର ସହ ମହୁଲ ଗଛ ନିକଟରେ ପାହାନ୍ତିଆରୁ ପହଞ୍ଚି ଯାଉଛନ୍ତି। ତେବେ ଏତେ କଷ୍ଟ ରେ ମହୁଲ ଫୁଲ ସଂଗ୍ରହ କରି ଆଣୁଥିଲେ ହେଁ ଉଚିତ ମୂଲ୍ୟ ମିଳୁନଥିବାରୁ ଗୋଟାଳି ମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ବିକ୍ରି ପାଇଁ ବଜାର ‌ବ୍ୟବସ୍ଥା ନଥିବାରୁ ବହୁ ଅସୁବିଧାର ଭୋଗୁଛନ୍ତି। ଶେଷରେ ବାଧ୍ୟ ହୋଇ ଅତି କମ୍ ମୂଲ୍ୟରେ ଦଲାଲଙ୍କ ହତାରେ ଟେକି ଦେଉଛନ୍ତି।‌ ବ୍ଲକ ର ବିଭିନ୍ନ ଗ୍ରାମରେ ମହୁଲ ଫୁଲ ସଂଗ୍ରହ ଜୋରସୋରରେ ଚାଲିଛି। ତାକୁ ୫ ରୁ ୬ ଦିନ ଧରି ଟାଣ ଖରାରେ ସୁଖାଇବା ପରେ ବିକ୍ରି କିଭଳି କରାଯିବା ସେନେଇ ଚିନ୍ତା କରିଥାନ୍ତି।‌ତେବେ କୈାଣସି ବଜାର ବ୍ୟବସ୍ଥା ନଥିବାରୁ ଶେଷରେ ସ୍ଥାନୀୟ ଅଞ୍ଚଳରେ ଅଞ୍ଚଳର କିଛି ସାହୁକାର ଓ ମଦଭାଟି କର୍ମଚାରୀ ଙ୍କ ନିକଟରେ ଅତି କମ୍ ଦରରେ ବିକ୍ରି କରିଦେଇ ଥାନ୍ତି । କିଲୋ ପିଛା ୧୫ ରୁ ୨୦ ଟଙ୍କା ରେ ସେମାନେ ବିକ୍ରି କରୁଥିବା ଦେଖିବାକୁ ମିଳୁଛି। ତେବେ ପରିଶ୍ରମ ତୁଳନାରେ ଏହା ଯଥେଷ୍ଟ କମ୍ ହେଉଥିବାରୁ ସରକାରୀ ଭାବେ ବିକ୍ରି ବ୍ୟବସ୍ଥା କରିବାକୁ ସେମାନେ ଦାବି କରୁଛନ୍ତି। ଅନ୍ୟ ପକ୍ଷରେ ପ୍ରତି ପଞ୍ଚାୟତର‌ ପ୍ରସାଶନ ପକ୍ଷରୁ ଲଘୁ ବନଜାତ ଦ୍ରବ୍ୟ ମହୁଲ ଫୁଲ କ୍ରୟ କରିବା ପାଇଁ ୨୦୦୨ ରେ ଗ୍ରାମ ପଞ୍ଚାୟତ କୁ ଦର ଧାର୍ଯ୍ୟ ପାଇଁ କ୍ଷମତା ଦିଆଯାଇଛି। ଆଉ ଲାଇସେନ୍ସ ପ୍ରାପ୍ତ ବ୍ୟକ୍ତି ପଞ୍ଚାୟତ ମହୁଲ କ୍ରୟ କରିବାର ନିୟମ କରାଯାଇଛି। ହେଲେ ସରକାରୀ ନିୟମ ସମ୍ପର୍କରେ ଏମାନେ ଜାଣି ନ ଥିବାରୁ ଦଲାଲ କୁ କମ୍ ମୂଲ୍ୟରେ ବିକ୍ରି କରି ମାଲେମାଲ ହେଉଛନ୍ତି।  ଏଥି ପାଇଁ ପଞ୍ଚାୟତ ସ୍ତରରେ ବ୍ୟବସ୍ଥା କରାଗଲେ ଗୋଟାଲି ମାନେ  ଲାଭବାନ ହୋଇ ପାରିବେ ବୋଲି ବୁଦ୍ଧିଜୀବି ମହଲରେ ମତ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like