-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ

28-Mar-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ) 
ସମ୍ବଲପୁର କଳାକେନ୍ଦ୍ର ସଭାକକ୍ଷଠାରେ ସମ୍ବଲପୁରର ପୁରାତନ ନାଟ୍ୟସଂସ୍ଥା ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ ହୋଇଯାଇଛି। ପରିଷଦର ସଭାପତି ଡ.ଶିବନାରାୟଣ ଶତପଥିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ଏହି ସଭାରେ ମୁଖ୍ୟଅତିଥି ଭାବରେ ପ୍ରସାର ଭାରତୀର ପ୍ରାକ୍ତନ ଉପମହାନିର୍ଦ୍ଦେଶକ ବୈକୁଣ୍ଠ ପାଣିଗ୍ରାହୀ ଯୋଗଦେଇ କହିଥିଲେ ଯେ ନାଟକ ଭଲ ମଣିଷ ହେବାର ଶିକ୍ଷା ଦେଇଥାଏ। ମଣିଷ ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ନାଟକ ହିଁ କରି ଚାଲିଥାଏ। ବାପା,ମା,ଭାଇ,ଭଉଣୀ ଭଳି ସାମାଜିକ ଚରିତ୍ର ଗୁଡିକ ଅପେକ୍ଷା ମଣିଷର ଅଭିନୟ ସେତେବେଳେ ବେଶୀ ପ୍ରାୟୋଗିକ  ହୋଇଯାଏ ଯେତେବେଳେ ସେ ଅନ୍ୟ ବ୍ୟକ୍ତି ସହ କଥୋପକଥନ କାଳରେ ଅଧିକ ସଂଯମତା ଅଥବା ଅନ୍ୟକୁ ଠକିବା ସମୟରେ ସାବଧାନତା ଅବଲମ୍ବନ କରେ। ଆମେ ଖାଲି ମୁଖା ଉପରେ ମୁଖା ପିନ୍ଧି ଚାଲିଛୁଁ। ପ୍ରତ୍ୟେକ ମୁଖା ତଳେ ଆମର ଗୋଟିଏ ଗୋଟିଏ ଚରିତ୍ର ଛପି ରହିଛି ବୋଲି ବ୍ୟକ୍ତ କରିବା ସହ ଆଜିର ସମୟରେ ଛୋଟ ଛୋଟ ଗୋଷ୍ଠୀରେ ସ୍ୱଳ୍ପ ଖର୍ଚ୍ଚରେ ମଧ୍ୟ ନାଟକମାନ ପରିବେଷଣ କରାଯାଇ ପାରିବ ବୋଲି ସେ ବିଭିନ୍ନ ଉପାୟମାନ ଆଲୋଚନା କରିଥିଲେ। ସଭାରେ ସମ୍ପାଦକ ଡ. ସିଦ୍ଧାର୍ଥ ପଣ୍ଡା ପ୍ରାରମ୍ଭିକ ସୂଚନା ପ୍ରଦାନ କରିବା ସହ ସଭା ସଂଯୋଜନା କରିଥିଲେ। ସଦସ୍ୟ ବିରୁପାକ୍ଷ ପ୍ରଧାନ ଅତିଥିମାନଙ୍କୁ ମଂଚକୁ ଆମନ୍ତ୍ରଣ କରିଥିଲେ।ସୁକାନ୍ତ କରଙ୍କ ଦ୍ୱାରା ଅନୁଦିତଇଜିପ୍ଟର ପ୍ରସିଦ୍ଧ ଅଭିନେତ୍ରୀ ସମିହା ଆୟୁବଙ୍କ ଲିଖିତ ଚଳିତ ବର୍ଷର ବିଶ୍ୱ ନାଟ୍ୟ ଦିବସର ବାର୍ତ୍ତାକୁ ସଦସ୍ୟ ସୂର୍ଯ୍ୟ ପାଣିଗ୍ରାହୀ ପାଠ କରିଥିଲେ। ଏହି ଅବସରରେ ବିଶିଷ୍ଟ ନାଟ୍ୟ ଅଭିନେତ୍ରୀ ନାଟ୍ୟଶ୍ରୀ ପୁଷ୍ପାଞ୍ଜଳି ବେହେରାଙ୍କୁ ଚଳିତ ବର୍ଷର ନାଟ୍ୟକଳା ସମ୍ମାନ ପ୍ରଦାନ କରାଯାଇଥିଲା। ସମ୍ମାନର ପ୍ରତ୍ୟୁତ୍ତରରେ ସୁଶ୍ରୀ ବେହେରା କଳାର ବିକାଶ ପାଇଁ ତାଙ୍କ ଜୀବନ ଉତ୍ସର୍ଗୀକୃତ ବୋଲି କହିଥିଲେ। ସଭ୍ୟ ଡ. ସତ୍ୟ ନାରାୟଣ ଠାକୁର ମାନପତ୍ର ପାଠ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। କବୟିତ୍ରୀ ବିଚିତ୍ରା ବାଗ ସଭାରେ ନାଟକ ଉପରେ ଏକ କବିତା ପାଠ କରିଥିଲେ। ସଭା ସମାପନ ପରେ କଳାକେନ୍ଦ୍ରର କୁନିକୁନି ଛାତ୍ରୀମାନେ  ସାଂସ୍କୃତିକ୍‌ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ମାହେଶ୍ୱରୀ ପ୍ରସାଦ ପାଣିଗ୍ରାହୀ,ଦିଲୀପ କୁମାର ପୃଷ୍ଟି,ସୁଶାନ୍ତ କୁମାର ସାହୁ,ଶିରୀଷ ଚନ୍ଦ୍ର ପୂଜାରୀ,ସୁବାଷ ନନ୍ଦ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like