-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ସ୍ତରୀୟ ଓଡିଶା ଦିବସ ପାଳିତ – ଭାଷା ,ସାହିତ୍ୟ ,ସଂସ୍କୃତି , ଐତିହ ଓ ପରମ୍ପରା ର ସୁରକ୍ଷା ଦିଗରେ ସମସ୍ତେ ଚେଷ୍ଟିତ ହେବା ଉପରେ ଗୁରୁତ୍ଵାରୋପ

01-Apr-2023



ବଲାଙ୍ଗିର(ପ୍ରେରଣା ଖବର ): ଆଜି ବଲାଙ୍ଗିର ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲା ସ୍ତରୀୟ ଓଡିଶା ଦିବସ ମହାସମାରୋହ ରେ ପାଳିତ ହୋଇଯାଇଛି । ଜିଲ୍ଲାସ୍ତରୀୟ ଓଡିଶା ଦିବସ ପାଳନ ଉପଲକ୍ଷେ ଅପରାହ୍ନରେ ସ୍ଥାନୀୟ ପୃଥ୍ବୀରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାପାଳ ଚଞ୍ଚଳ ରାଣା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ସାଧାରଣ ସଭାରେ  ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ମୁଖ୍ୟ ଅତିଥି , ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ମିଥିଳା ମାଝୀ ,ବଲାଙ୍ଗିର ପୌର ପରିଷଦର 

ଅଧ୍ୟକ୍ଷା ଲିକା ସାହୁ , ଆରକ୍ଷୀ ଅଧିକ୍ଷକ ନିତିନ କୁଶଳକର ,ବନଖଣ୍ଡ ଅଧିକାରୀ ନିତୀଶ କୁମାର ,ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ର କୁଳପତି ଡ଼ ଉମା ବଲ୍ଲଭ ମହାପାତ୍ର ଓ ବଲାଙ୍ଗିର ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡ଼ ଅଶୋକ କୁମାର ମହାପାତ୍ର ମୁଖ୍ୟବକ୍ତା ଭାବେ ଯୋଗଦେଇ ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନ ରେ ଓଡିଶା ର ବରପୁତ୍ର ମାନେ ଯେଉଁ ନିସ୍ଵାର୍ଥପର ତ୍ୟାଗ ଓ ଉଦ୍ୟମ କରିଥିଲେ ସେମାନଙ୍କ ସ୍ମୃତି ଚାରଣ କରିବା ସହ ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନ ର ପୃଷ୍ଠଭୂମୀ ସମ୍ପର୍କରେ ଆଲୋଚନା କରିଥିଲେ । ଭାଷା ,ସାହିତ୍ୟ ,ସଂସ୍କୃତି , ଐତିହ ଓ ପରମ୍ପରା ର ସୁରକ୍ଷା ଦିଗରେ ସମସ୍ତେ ଚେଷ୍ଟିତ ହେବା ଉପରେ ଗୁରୁତ୍ଵାରୋପ କରିଥିଲେ । ସଭା ପ୍ରାରମ୍ଭରେ ଅତିଥି ମାନେ ଓଡିଶା ର ବରପୁତ୍ର ମାନଙ୍କ ଫଟୋଚିତ୍ର ରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଉତ୍ସବରେ ୨୦୧୭ ମସିହା ପାଇଁ ରାଜ୍ୟ ଶିକ୍ଷକ ପୁରସ୍କାର ପାଇଥିବା ବଲାଙ୍ଗିର ଜିଲ୍ଲା ର ଦୁଇଜଣ ଶିକ୍ଷକ ଙ୍କୁ ଅତିଥି ମାନେ ପୁରସ୍କାର, ଉପଢୌକନ  ଓ ମାନପତ୍ର ପ୍ରଦାନ କରିଥିଲେ । ପୁରସ୍କାର ପାଇଥିବା ଏହି ଦୁଇଜଣ କୃତୀ ଶିକ୍ଷକ ହେଲେ ହରଡାଟାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସହକାରୀ ଶିକ୍ଷୟତ୍ରୀ ଭାରତୀ ପଟ୍ଟନାୟକ ଓ ରାମଜୀ ଉଚ୍ଚ ବିଦ୍ୟାଳୟ କୁରୁଲ ର ପ୍ରଧାନ ଶିକ୍ଷକ ସୁବାସ ଚନ୍ଦ୍ର ପଣ୍ଡା । ଜିଲ୍ଲା ସ୍ତରୀୟ ଓଡିଶା ଦିବସ ପାଳନ ଉପଲକ୍ଷେ ଅନୁଷ୍ଠିତ ଉଚ୍ଚ ପ୍ରାଥମିକ ,ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରୀୟ ଓଡିଆ ବକ୍ତୃତା ଓ ଉତ୍କଳ ବନ୍ଦନା ଗାନ ପ୍ରତିଯୋଗିତା ର କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥିମାନେ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ । ସଭାକୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ର ଉପ ନିର୍ଦ୍ଦେଶକ ଜୟଦେବ ପାଣିଗ୍ରାହୀ ପରିଚାଳନା କରିଥିବା ବେଳେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ସାଧାରଣ ସଭା ପରେ ସ୍ଵର ଝଙ୍କାର ବଲାଙ୍ଗିର ର ଛାତ୍ର ଛାତ୍ରୀ ମାନେ

ସମବେତ ସଂଗୀତ ଏବଂ ଓଡିଶୀ ନୃତ୍ୟ ପରିବେଷଣ କରିଥିବା ବେଳେ ଲୋଇସିଂହା ର ସଙ୍ଗୀତ ସାଧନା ଓ ବଲାଙ୍ଗିର ର ଦୁଲଦୁଳି କଳାପରିଷଦ ଚିତ୍ତାକର୍ଷକ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ । ସାଧାରଣ ସଭାରେ ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନ ସମ୍ପର୍କରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ଵାରା ପ୍ରସ୍ତୁତ ଭିଡିଓ କୁ ଏଲଇଡି ସ୍କ୍ରିନ ମାଧ୍ୟମରେ ପ୍ରଦର୍ଶନ କରାଯାଇଥିଲା । ଜିଲ୍ଲା ସ୍ତରୀୟ ଓଡିଶା ଦିବସ ପାଳନ ଉପଲକ୍ଷେ ସକାଳରେ ବଲାଙ୍ଗିର ସହରରେ ଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଜିଲ୍ଲାପାଳ ଚଞ୍ଚଳ ରାଣା , ପୌର ପରିଷଦ ର ଅଧ୍ୟକ୍ଷା ଲିକା ସାହୁ, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ , ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର କୁମାର ମହାପାତ୍ର , ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ଙ୍କ ସମେତ ସହର ର ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ସକାଳରେ ବିଭିନ୍ନ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରଭାତ ଫେରି କରାଯାଇଥିଲା । ଜିଲ୍ଲା ସ୍ତରୀୟ ଓଡିଶା ଦିବସର ସମସ୍ତ କାର୍ଯକ୍ରମକୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ର ଉପ ନିର୍ଦ୍ଦେଶକ ଶ୍ରୀ ପାଣିଗ୍ରାହୀ ସଂଯୋଜନା କରିଥିଲେ । ଜିଲ୍ଲାସ୍ତରୀୟ ଓଡିଶା ଦିବସ ପାଳନ ଉପଲକ୍ଷେ ଜିଲ୍ଲାପାଳଙ୍କ କାର୍ୟାଳୟ ସମେତ ବିଭିନ୍ନ କାର୍ୟାଳୟ ରେ ଆଲୋକମାଳା ରେ ସଜ୍ଜିତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026

You Might Also Like