-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||     

HOME   ରାଜ୍ୟ

ରାଜ୍ୟସ୍ତରୀୟ ଜୁନିୟର ରେଡକ୍ରସ କ୍ୟାମ୍ପରେ ସୁବର୍ଣ୍ଣପୁର ଜିଲ୍ଲାର ସଫଳତା 

03-Apr-2023



 ସୋନପୁର(ମନୋରଂଜନ ତ୍ରିପାଠୀ)- ସୁବର୍ଣ୍ଣପୁର ଜିଲ୍ଲାର ଜୁନିଅର ଛାତ୍ରଛାତ୍ରୀ ରାଜ୍ୟ ସ୍ତରୀୟ ଶିକ୍ଷା ଓ ତାଲିମ ଶିବିରରେ ଯୋଗଦେଇ କୃତିତ୍ୱ ହାସଲ କରିିଛନ୍ତି । ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇଙ୍କ ଅନୁମୋଦନ କ୍ରମେ ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ସାହାରା ଟ୍ରଷ୍ଟର ଗଙ୍ଗାଧର ପାଣ୍ଡିଆ ଓ ପ୍ରୀୟଙ୍କା ପ୍ରୀୟଦର୍ଶିନୀ ପଧାନ, ମାୟାବର୍ହାର୍ ଉଚ୍ଚ ବିଦ୍ୟାଳୟର ଶିତୁ ସାହୁ, ଝାରବାହାଲି ଆଦର୍ଶ ବିଦ୍ୟାଳୟର ନିିହାର ରଂଜନ କର୍ଣ୍ଣ,  ସୁବଲୟା ହାଇସ୍କୁଲର  ରୀତା ମେହେର, ବୀରମହାରାଜାପୁର ବାଳିକା ହାଇସ୍କୁଲର ଶୁଭଶ୍ରୀ  ଦାଶ ଓ ଝାଂସି ଘିବିଲା,ଟାଙ୍ଗରସାହି ଅପରପ୍ରାଇମେରୀ  ସ୍କୁଲର ଶେଷଦେବ ମେହେର, ଖରଝୁରା ହାଇସ୍କୁଲର ପ୍ରୀୟଙ୍କା ସାହୁ, ସୋନପୁର ବାଳିକା ହାଇସ୍କୁଲର ଶ୍ରୀୟା ଦାଶ ପ୍ରମୁଖ ଭୂବନେଶ୍ୱର ଶିଖରଚଣ୍ଡୀ ସ୍ଥିତ ନୀଳାଚଳ ପଲିଟେକନିକ୍ ମହାବିଦ୍ୟାଳୟରେ ୫ ଦିନ ବ୍ୟାପୀ ଆୟୋଜିତ ହୋଇଥିବା ରାଜ୍ୟ ସ୍ତରୀୟ ଜୁନିୟର ରେଡକ୍ରସ ଶିକ୍ଷା ଓ ତାଲିମ ଶିବିରରେ ଯୋଗଦାନ କରି ନିଜ ନିଜର ଶ୍ରେଷ୍ଠତା ପ୍ରଦର୍ଶନ କରିଛନ୍ତି ।

କାଉନସିଲର ତଥା ସାଧନକର୍ମି ତପସ୍ୱିନୀ ଦାଶ ଓ ଶେଷଦେବ ଛତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ  ଜୁନିୟର ନିହାର ରଂଜନ କର୍ଣ୍ଣ ଇଂରାଜୀ  ରଚନା ଏବଂ ସାହାରା ଟ୍ରଷ୍ଟର ପ୍ରୀୟଙ୍କା ପ୍ରୀୟଦର୍ଶିନୀ ପଧାନ ବକୃତା ପ୍ରତିଯୋଗିତାରେ ଯଥାକ୍ରମେ ତୃତୀୟ ଏବଂ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବାରୁ ଉଦ୍‌ଯାପନୀ ଉତ୍ସବରେ ଅତିଥିବୃନ୍ଦ ସାର୍ଟିଫିକେଟ ଏବଂ ଟ୍ରଫି ଦେଇ ପୁରସ୍କୃତ କରିଥିଲେ । ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ରବିିଚନ୍ଦ୍ର ପଶାୟତଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିବା ସୋନପୁର ଜିିଲ୍ଲାର ରେଡକ୍ରସ ପ୍ରଦର୍ଶନୀ ଉଚ୍ଚ କୋଟିର ହୋଇଥିବା ବିଷୟରେ ଆମନ୍ତ୍ରୀତ ଅତିଥିବୃନ୍ଦ ମତବ୍ୟକ୍ତ କରିଥିଲେ । ଶିବିରରେ ଆୟୋଜିତ ହୋଇଥିବା ଫ୍ଲାଗ ସେରିମନି, କ୍ଲନିଙ୍ଗ, ସୋସିଆଲ ଗ୍ୟମସ୍‌, ସଡକ ସୁରକ୍ଷା  ସଂପର୍କିତ କ୍ୱିଜ ପ୍ରତିଯୋଗିତା ରେ ସୁବର୍ଣ୍ଣପୁର ଜୁନିଅର ତଥା ଭଲଂଟିଅର ମାନେ ଦଳଗତ ଭାବରେ ଶ୍ରେଷ୍ଠତା ପ୍ରଦର୍ଶନ କରିଛନ୍ତି ।

 ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡା. ରାଧାକାନ୍ତ ଗଡତିଆ, ଏଡିଇଓ ମଂଜୁଲତା ଭୋଇ, ଉପସଭାପତି ଗତିୃକୃଷ୍ଣ ମିଶ୍ର, ସାଧନକର୍ମି , ବିିସିସି, କାଉନସିଲର ପ୍ରମୁଖ ଏହି ଶିବିରରେ ସଫଳତା ପ୍ରାପ୍ତ କରିଥିବାରୁ ଜୁନିଅର ଛାତ୍ରଛାତ୍ରୀ ମାନଙ୍କୁ ପ୍ରଂଶସା କରିଛନ୍ତି । ଜିଲ୍ଲା ଜୁନିିଅର ରେଡକ୍ରସ ସୋସାଇଟି ତରଫରୁ ଆଗାମୀ ଦିନରେ ଏହି ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିିତ କରାଯିବାକୁ ଯୋଜନା ରଖାଯାଇଛି ବୋଲି ଏଡିଇଓ ତଥା ଜିଲ୍ଲା ଜୁନିଅର ରେଡକ୍ରସ ସଂପାଦକ ଡା.ରାଧାକାନ୍ତ ଗଡତିଆ ପ୍ରକାଶ କରିଛନ୍ତି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026

You Might Also Like