-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||     

HOME   ଜିଲ୍ଲା

‘ଡେଲିଭରୀ ବୟ’ ଟିମ୍ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ 

05-Apr-2023



ଅଶ୍ୱିନୀ ତ୍ରିପାଠୀ ନିର୍ଦ୍ଦେଶିତ ଏବଂ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜିତ ଓଡିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’  ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଥିବାରୁ ଆଜି ‘ଡେଲିଭରୀ ବୟ’ ଟିମ୍ ତରଫରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇ ମୁଖ୍ୟମନ୍ତ୍ରୀଙ୍କୁ ଏଭଳି ପ୍ରୋତ୍ସାହନ ପାଇଁ ଧନ୍ୟବାଦ ଦେବା ସହ ଓଡିଆ ଚଳଚ୍ଚିତ୍ରର ପ୍ରସାର ପାଇଁ ଏଭଳି ସାଧୁ ଉଦ୍ୟମ ର ଭୂୟସୀ ପ୍ରଶଂସା କରାଯାଇଥିଲା। ଏହି ଅବସରରେ ଏଭଳି ଉଦ୍ୟମ ଫଳରେ ମୋୖଳିକ କାହାଣୀକୁ ନେଇ ପ୍ରଯୋଜକମାନେ ଆଗେଇ ଆସିବେ ଓ ଅଧିକରୁ ଅଧିକ ଦର୍ଶକ ଓଡିଆ ଚଳଚ୍ଚିତ୍ର ଦେଖିବାର ସୁଯୋଗ ପାଇଵେ ବୋଲି ‘ଡେଲିଭରୀ ବୟ’ ଟିମ୍ ତରଫରୁ ମତ ପ୍ରକାଶ ପାଇଥିଲା। ଏହି ସମ୍ମିଳନୀରେ ଚଳଚ୍ଚିତ୍ରର ପ୍ରଯୋଜକ ଜ୍ୟୋତି ରଞ୍ଜନ ମହାନ୍ତି, ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି, ଶକ୍ତି ବରାଳ, ସୁଶାନ୍ତ ଦାସ ମହାପାତ୍ର, ଅଭିନେତ୍ରୀ ପ୍ରିୟମ୍ବଦା କ୍ରିଏଟିଭ୍ ହେଡ୍ ପ୍ରଣୟ ଜେଠୀ ,ପବ୍ଲିସିଟି ମୁଖ୍ୟ ଗୁଡ୍ଡୁ , ବିତରକ ଶ୍ରୀକାନ୍ତ ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ଚଳଚ୍ଚିତ୍ରରେ ମୁଖ୍ୟ ଚରିତ୍ରରେ ଜୀବନ୍ତ ଅଭିନୟ କରିଥିବା କଳାକାରମାନେ ହେଲେ ବୁଦ୍ଧାଦିତ୍ୟ ମହାନ୍ତି, ଶୈଳେନ୍ଦ୍ର ସାମନ୍ତରାୟ, ସୁଶାନ୍ତ ଦାସମହାପାତ୍ର, ପ୍ରିୟମ୍ବଦା ଓ ସୂର୍ଯ୍ୟମୟୀ ।
ଓଡିଶାରେ ଯେପରି ଅଧିକରୁ ଅଧିକ ବ୍ୟବସାୟୀକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି ସହ କାର୍ଯ୍ୟକାରୀ କରୁଛନ୍ତି ଏବଂ ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ଉତ୍ସାହିତ କରୁଛନ୍ତି । ଏହା ଦ୍ୱାରା ରାଜ୍ୟର ପର୍ଯ୍ୟଟନ ବିକାଶ ହେବା ସହିତ ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତିର ସୃଷ୍ଟି କରିବ । ଏହା ଛଡା ଓଡିଆ ଚଳଚ୍ଚିତ୍ର ଜଗତ ବିକାଶ ଦିଗରେ ଯାଉଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଏହିପରି ପଦକ୍ଷେପ ଆମ ପରି କଳାକାର ମାନଙ୍କୁ ଅଧିକ ଉତ୍ସାହିତ କରିବ ବୋଲି ‘ଡେଲିଭରୀ ବୟ’ ର ପ୍ରଯୋଜକ ଜ୍ୟୋତିରଞ୍ଜନ ମହାନ୍ତି କହିଥିଲେ | 
ସୂଚନାଯୋଗ୍ୟ ଯେ ସହରାଞ୍ଚଳର ଦୈନନ୍ଦିନ ଜୀବନରେ ଡେଲିଭରୀ ବୟ ମାନଙ୍କ ଭୂମିକା ଅପରିହାର୍ଯ୍ୟ ହୋଇଯାଇଛି । ସାଧାରଣତଃ ଆର୍ଥିକ ଅନଗ୍ରସର ପରିବାରରୁ ଆସୁଥିବା ଏହି ‘ଡେଲିଭରୀ ବୟ’ ମାନଙ୍କ କାମ ଅତ୍ୟନ୍ତ ଆହ୍ୱାନମୂଳକ ଓ ଜୀବନ   ସଂଘର୍ଷପୂର୍ଣ୍ଣ । ଏହି ଚଳଚ୍ଚିତ୍ରଟି ଏହିପରି ଡେଲିଭରୀ ବୟମାନଙ୍କ ଜାବନ ଉପରେ ଆଧାରିତ। ଓଡିଆ ଭାଷାରେ ନିର୍ମିତ ଏହି ଫିଲ୍ମଟିରେ ଜଣେ ଡେଲିଭରୀ ବୟ କିପରି ସଡକ ଦୁର୍ଘଟଣାର ଶିକାର ହୋଇ ନିଜ ସହକର୍ମୀମାନଙ୍କ ସହଯୋଗରେ ନ୍ୟାୟ ପାଇଁ ସଂଘର୍ଷ କରି ବିଜୟୀ ହୋଇଛନ୍ତି ତାହା ଖୁବ ନିଖୁଣଭାବରେ ପ୍ରଦର୍ଶିତ ହୋଇଛି । ସଡକ ସୁରକ୍ଷା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଚଳଚ୍ଚିତ୍ରଟିରେ ଉଦ୍ୟମ କରାଯାଇଛି । ଏଥିରେ ସମାଜର ସବୁ ଶ୍ରେଣୀର ଦର୍ଶକଙ୍କଉପରେ ସକରାତ୍ମକ ପ୍ରଭାବ ପଡିବାର ଆଶା ରହିଛି । ଚଳଚ୍ଚିତ୍ର ଡେଲିଭରୀ ବୟ ଏପ୍ରିଲ୍‌ ୭ ରେ ସାରା ଓଡିଶାର ୨୫ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ ବୋଲି ସୂଚନା ଦିଆଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026

You Might Also Like