-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||     

HOME   ଜିଲ୍ଲା

 ପୋଷଣଯୁକ୍ତ ଖାଦ୍ୟ ଅଭ୍ୟାସ ସମ୍ପର୍କରେ  ସଚେତନତା ସୃଷ୍ଟି ଉପରେ ଗୁରୁତ୍ଵାରୋପ

05-Apr-2023



ବଲାଙ୍ଗିର(ପ୍ରେରଣା ଖବର ): ଆଜି ସନ୍ଧ୍ୟାରେ ସ୍ଥାନୀୟ ଜିଲ୍ଲା ସାମ୍ବାଦିକ ଭବନ ପରିସରରେ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ବଲାଙ୍ଗିର ପକ୍ଷରୁ  ଜିଲ୍ଲାସ୍ତରୀୟ ପୋଷଣ ପକ୍ଷ ପାଳିତ ହୋଇଯାଇଛି । ଜିଲ୍ଲାସ୍ତରୀୟ ପୋଷଣ ପକ୍ଷ ପାଳନ ଉପଲକ୍ଷେ ଅନୁଷ୍ଠିତ ସଚେତନତା ସଭାରେ ଜିଲ୍ଲାପାଳ ଚଞ୍ଚଳ ରାଣା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚଳିତ ବର୍ଷ ଆନ୍ତର୍ଜାତିକ ମିଲେଟ ବର୍ଷ ଭାବେ ପାଳନ କରାଯାଉଛି ବୋଲି ପ୍ରକାଶ କରିବା ସହ ପାରମ୍ପାରିକ ଖାଦ୍ୟ ରେ ପ୍ରଚୁର ପୁଷ୍ଟି ଓ ଶରୀର ପାଇଁ ଉପଯୋଗୀ ପୋଷଣ ତତ୍ଵ ଭରି ରହିଛି । ମାଣ୍ଡିଆ ସହ ସୁଆଁ ,ଗୁର୍ଜି ,କୁଦୋ ବାଜାରା ଖାଦ୍ୟ ଏହିଭଳି ପୁଷ୍ଟି ସାଧନ କରୁଥିବା ଖାଦ୍ୟଶସ୍ୟ ର ଉପାଦେୟତା ସମ୍ପର୍କରେ

ବ୍ୟାପକ ଜନସଚେତନତା ଉପରେ ସେ ଗୁରୁତ୍ଵାରୋପ କରିଥିଲେ । ପୋଷଣ ଖାଦ୍ୟ ,ହାତ ଧୋଇବା ,ଉତ୍ତମ ସ୍ୱାସ୍ଥ୍ୟ ସମ୍ପର୍କରେ ବିଭିନ୍ନ ବିଭାଗ ର ସମନ୍ଵୟ ଜରିଆରେ ସଚତନତା ସୃଷ୍ଟି କରାଯିବା ନିମନ୍ତେ ପରାମର୍ଶ ଦେଇଥିଲେ । ଏହି ସଚେତନତା ସଭାରେ ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରା , ଜିଲ୍ଲା ମଙ୍ଗଳ ଅଧିକାରୀ ଅଲେଖ ବିଶ୍ଵାଳ , ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ ) ଡ଼ ସୁଧା ବାର୍ଲା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପୋଷଣ ତତ୍ଵ ଯୁକ୍ତ ଖାଦ୍ୟ ର ଉପାଦେୟତା ଓ ମାଣ୍ଡିଆ ଜାତୀୟ ଖାଦ୍ୟ ସମ୍ପର୍କରେ ସବିଶେଷ ଆଲୋଚନା କରିଥିଲେ । ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁରମା ସେଠୀ ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳନ ର ତାତ୍ପର୍ଜ୍ୟ ସମ୍ପର୍କରେ ପ୍ରାରମ୍ଭିକ ବକ୍ତବ୍ୟ ପ୍ରଦାନ କରିବା ସହ ମିଲେଟ ଜାତୀୟ ଖାଦ୍ୟଶସ୍ୟ ଯାହାକୁ ଶ୍ରୀ ଅନ୍ନ ବୋଲି କୁହାଯାଏ ଏବଂ ଏହା ପୁଷ୍ଟିସାର ,ଭିଟାମିନ ଓ ଖଣିଜ ତତ୍ଵ ରେ ଭରପୁର ତେଣୁ ଏହି ଖାଦ୍ୟ ର ଉପଯୋଗୀତା କୁ ବୁଝି ଏହାକୁ ଦୈନନ୍ଦିନ ଖାଦ୍ୟ ପ୍ରଣାଳୀ ରେ ସାମିଲ କରିବାକୁ ମତବ୍ୟକ୍ତ କରିଥିଲେ। ମାର୍ଚ୍ଚ ମାସ ୨୦ ତାରିଖ ଠାରୁ ଜିଲ୍ଲା ର ସମସ୍ତ ବ୍ଲକ ଅନ୍ତର୍ଗତ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ସ୍ତରରେ ପୋଷଣ ପକ୍ଷ ପାଳିତ ହୋଇଯାଇଛି । ପ୍ରକଳ୍ପ ସ୍ତରରେ ପୋଷଣ ପକ୍ଷ ପାଳନ ଉପଲକ୍ଷେ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ କୁଇଜ ପ୍ରତିଯୋଗୀତା ର କୃତି ପ୍ରତିଯୋଗୀ ମାନଙ୍କୁ ଆଜି ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳନ ଅବସରରେ ଅତିଥିମାନେ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ ।ସଭାରେ ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଚିତାକୁଟୁନା  ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ର ଆଙ୍ଗନବାଡି କର୍ମୀ ଅଏଁଲାବତୀ ନାଗ ଙ୍କୁ ନିରନ୍ତର ସେବା ପାଇଁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ବଙ୍ଗୋମୁଣ୍ଡା ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ର ଆଙ୍ଗନବାଡି ସହାୟିକା ଉର୍ବଶୀ କପାଟ ଙ୍କୁ ଘରେ ଘରେ ପୋଷକ ଯୁକ୍ତ ଖାଦ୍ୟାଭ୍ୟାସ କୁ ପ୍ରୋତ୍ସାହନ କରିବା ନିମନ୍ତେ ସମ୍ବର୍ଦ୍ଧିତ କରାଯାଇଥିଲା । ସେହିପରି ସଭାରେ ଦେଓଗାଁ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ର ସେକ୍ଟର ସୁପରଭାଇଜର ମିନତୀ ମିଶ୍ର , ଗୁଡଭେଲା ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ର ପ୍ରତିମା ଚୋପଦାର ଓ ଜିଲ୍ଲା ସ୍ତରରେ ଶୁଭଶ୍ରୀ ମିଶ୍ର ଙ୍କୁ ଅତିଥି ମାନେ

ସମ୍ବର୍ଦ୍ଧିତ କରିଥିଲେ ।ସଭାକୁ ମମତାର ଜିଲ୍ଲା ପ୍ରୋଗ୍ରାମ ସଂଯୋଜକ ଶିବାନୀ ଠାକୁର ସଂଯୋଜନା କରିଥିଲେ । ସଭା ପରେ ସେଠାରେ ପୋଷଣଯୁକ୍ତ ଖାଦ୍ୟର ଉପାଦେୟତା ଓ ମିଲେଟ ମିଶନ ସମ୍ପର୍କିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳନ ସାମ୍ବାଦିକ ଭଭନ ପରିସରରେ ଜିଲ୍ଲା ର ବିଭିନ୍ନ ବ୍ଲକ ଅନ୍ତର୍ଗତ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ଓ ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କ  ଦ୍ଵାରା  ପୋଷଣଯୁକ୍ତ ଖାଦ୍ୟ ଓ ମାଣ୍ଡିଆ ରେ ପ୍ରସ୍ତୁତ ଖାଦ୍ୟର ପ୍ରଦର୍ଶନୀ ଅନୁଷ୍ଠିତ ହେବା ସହ ଏକ ସଚେତନତା ଶୋଭାଯାତ୍ରାର ମଧ୍ୟ ଆୟୋଜିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026
  ଜିଲ୍ଲା  
ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   31-Oct-2026
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026

You Might Also Like