-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||     

HOME   ଜିଲ୍ଲା

ସାପ୍ତାହିକ ବଜାରରେ ରେଡକ୍ରସ ତରଫରୁ ଅଂଶୁଘାତ ପ୍ରତି ସାବଧାନତା କାର୍ଯ୍ୟକ୍ରମ

12-Apr-2023



ବଲାଙ୍ଗୀର(ଅନ୍ତର୍ଯ୍ୟାମୀ ସାହୁ )- ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଜୁନିୟର ରେଡକ୍ରସ ତରଫରୁ ଗ୍ରାମ ପଂଚାୟତ ସାପ୍ତାହିକ ବଜାରରେ ଅଂଶୁଘାତ ପ୍ରତି ସାବଧାନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ତତ୍ୱାବଧାନ ତଥା ଜୁନିୟର ରେଡକ୍ରସ କାଉନସିଲର ରାମ ନାରାୟଣ ଦାଶଙ୍କ ସଂଯୋଜନା କାର୍ଯ୍ୟକ୍ରମକୁ ସଂସ୍କୃତ ଶିକ୍ଷକ ସୁଦର୍ଶନ ଦାଶ ପରିଚାଳନା କରିଥିଲେ । ବିଦ୍ୟାଳୟର ୧୨ ଜଣ ଶିକ୍ଷକ ତଥା ଶିକ୍ଷୟତ୍ରୀ ଓ ମାତ୍ର ୬ ଜଣ ଜୁନିୟରକୁ ନେଇ ୧ ଘଣ୍ଟା ଧରି ଅଂଶୁଘାତ ପ୍ରତି ସଚେତନତା କାର୍ଯ୍ୟକ୍ରମକୁ ସକାଳ

୭ଟାରେ  ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ହସ୍ତରେ ଶୁଭାରମ୍ଭ ହୋଇଥିଲା । ବଜାରରେ ଥିବା ଦେକାନୀ, ବ୍ୟବସାୟୀ, ଚାଷୀ ଗ୍ରାହକମାନଙ୍କୁ ଟାଣ ଖରାରେ ପଦାକୁ ବାହାରନ୍ତୁ ନାହିଁ, ଖରାରେ କଠିଣ ପରିଶ୍ରମ କରନ୍ତୁ ନାହିଁ, ଜରୁରୀ କାମରେ ବାହାରକୁ ଯିବା ବେଳେ କଳା ଚସମା, ଚପଲ, ମୁଣ୍ଡରେ ଓଦା ଗାମୁଛା ଓ ଛତା ବ୍ୟବହାର କରନ୍ତୁ, ପାଣି ବୋତଲ ସାଙ୍ଗରେ

ଧରି ନିଅନ୍ତୁ, ମାଦକ ଦ୍ରବ୍ୟ ସେବନ କରନ୍ତୁ ନାହିଁ, ଜଳ ଶୁଷ୍କତାରୁ ରକ୍ଷା ପାଇବା ପାଇଁ ଅଧିକ ପାଣି, ଓଆରଏସ୍ ଦ୍ରବଣ ତଥା ତରଭୁଜ କାକୁଡି ଆଦି ଖାଅନ୍ତୁ, ଅଂଶୁଘାତ ଆକ୍ରାନ୍ତ ବ୍ୟକ୍ତିଙ୍କୁ ଶୀଘ୍ର ଡାକ୍ତରଖାନା ନେଇ ଚିକିତ୍ସା କରନ୍ତୁ, ଗୃହ ପାଳିତ ପଶୁମାନଙ୍କୁ ଛାଇରେ ରଖନ୍ତୁ ଓ ପ୍ରଚୁର ପରିମାଣରେ ପାଣି ପିଇବାକୁ ଦିଅନ୍ତୁ, ପାଣି ପାଗ ବିଭାଗ ଦ୍ୱାରା ଗ୍ରୀଷ୍ମ ପ୍ରବାହ ସମ୍ବନ୍ଧୀୟ ଦିଆଯାଉଥିବା ସତର୍କ ସୂଚନା ପ୍ରତି ଧ୍ୟାନ ଦିଅନ୍ତୁ ବୋଲି ଲୋକଙ୍କୁ ସୂଚନା ପ୍ରଦାନ କରିବା ସହ ଫ୍ଲାସ କାର୍ଡ ଓ ପୋଷ୍ଟର ବଣ୍ଟନ କରିଥିଲେ । ସମସ୍ତଙ୍କୁ ପାଣି ବୋତଲ ମଧ୍ୟ ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଗଣେଶ ରଣା, ଶିକ୍ଷୟତ୍ରୀ ରେଣୁକା ସାହୁ, କାନ୍ତି ଭୋଇ, ଯଶୋବନ୍ତି ସୁନା, ଦ୍ରୋପଦି ଭୋଇ, ଶିକ୍ଷକ କୃପାସିନ୍ଧୁ ମିଶ୍ର, ଦିପକସେନ ଧରୁଆ, ସମିର ସେଠି, ଲିଙ୍ଗରାଜ ନନ୍ଦ, ହିମାଂଶୁ ବିଶ୍ୱାଲ, ଜୁନିୟର ଜୟନ୍ତ ରଣା, ସୁମନ କୁମ୍ଭାର, ଲିପସା ରଣା, ଦୁଲ୍ଲବୀ ରଣା, ସାହିଲ ରଣା ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଶେଷରେ ବିଜ୍ଞାନ ଶିକ୍ଷୟତ୍ରୀ ଗାୟତ୍ରୀ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026

You Might Also Like