-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ରାଜ୍ୟ

ସାପ୍ତାହିକ ପ୍ରେରଣା ର ୧୮ତମ ସ୍ୱନକ୍ଷତ୍ର ଦିବସ ପାଳିତ

14-Apr-2023



ବଲାଙ୍ଗୀର,  ହନୁମାନ ଜୟନ୍ତୀ ଓ ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବ ବର୍ଷ ଅବସରରେ ସାପ୍ତାହିକ ପ୍ରେରଣାର ୧୮ତମ ସ୍ୱନକ୍ଷତ୍ର ଦିବସ ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ପାଳିତ ହୋଇଯାଇଛି । ଶିିକ୍ଷାବିତ୍ ମନୋରଂଜନ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ପ୍ରାରମ୍ଭରେ ଅତିଥି ମାନେ ଶ୍ରୀ ହନୁମାନଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ସଭାର ଶୁଭାରମ୍ଭ କରିଥିଲେ । ପ୍ରେରଣାର ସଂପାଦକ ରଘୁ ନନ୍ଦନ ସିଂହ ସଂପାଦକୀୟ ବିବରଣୀ ପ୍ରଦାନ କରିବା ସହ ସଭାର ଉଦ୍ଦେଶ୍ୟ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ସଭାର ପ୍ରଥମ ଅଧିବେଶନରେ କବି ରତ୍ନମୟ ତ୍ରିପାଠୀଙ୍କ ସଂଯୋଜନାରେ ଏକ ବହୁଭାଷୀ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା । କବିତା ପାଠୋତ୍ସବରେ କବି ହୃଷୀକେଶ ପୁରୋହିତ ସଭାପତିତ୍ୱ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ କବିତା ମିଶ୍ର, ରାମନାରାୟଣ ଦାସ, ମୃଗେଶ ବୈଷ୍ଣବ ପାଣିଗ୍ରାହୀ, ଚୁମ୍‌କି ମିଶ୍ର, କପିଳ ପତି, ସବିତା ମହରା, ଡ. ଅଶୋକ ସେଠୀ, କପିଳେଶ୍ୱର ଖମାରୀ, ବାସନ୍ତୀ ହନୁମାନ, ମୋହନ ପଟେଲ ପ୍ରମୁଖ ସ୍ୱରଚିତ କବିତା ପାଠ କରିଥିଲେ ।

ଦ୍ୱିତୀୟ ଅଧିବେଶନରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ତୁଷୁରା ଏନ୍‌ଏସି ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ୱାଲ , ସମ୍ମାନିତ ଅତିଥି ଭାବରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ବରିଷ୍ଠ ଲେଖକ ଶଶୀଭୂଷଣ ମିଶ୍ର ଓ ମୁଖ୍ୟ ବକ୍ତା ଭାବରେ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ଗୀତାଞ୍ଜଳି ପାଢ଼ି ଯୋଗ ଦେଇ ପ୍ରେରଣା ଖବରକାଗଜ ର ପ୍ରଚାରପ୍ରସାର ବୃଦ୍ଧି ପାଇବା ସହ ଏ ଅଂଚଳର ନୂଆଁ ନୂଆଁ ଖବର ପରିବେଷଣ କ୍ଷେତ୍ରରେ ପ୍ରେରଣା ଏକ ଅଗ୍ରଣୀ ଭୂମିକା ଗ୍ରହଣ କରୁ ବୋଲି କହିଥିଲେ । ମନର ଭାବ ପ୍ରକାଶ କରିବାର ଏକ ମାଧ୍ୟମ ହେଉଛି ପତ୍ରିକା ଏବଂ ଏହା ମାଧ୍ୟମରେ  ଓ ସମାଜରେ ଘଟୁଥିବା ଘଟଣାର ପ୍ରତିଫଳନ ହୋଇଥାଏ ବୋଲି ବକ୍ତା ମାନେ କହିଥିଲେ ।ା ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ  ପ୍ରେରଣାର ବାର୍ଷିକ ବିଶେଷାଙ୍କ ଉନ୍ମୋଚିତ ହୋଇଥିଲା ।

ଏହି ଅବସରରେ ସାମ୍ବାଦିକତା କ୍ଷେତ୍ରରେ ବୀରେନ୍ଦ୍ର କୁମାର ଝାଙ୍କର, ଘଟେଶ୍ୱର ମିଶ୍ର, ସାହିତ୍ୟ କ୍ଷେତ୍ରରେ ଡ. ଅଭୟ ନାରାୟଣ ନାୟକ, କବୟିତ୍ରୀ ଜ୍ୟୋସ୍ନାମୟୀ ତ୍ରିପାଠୀ, ଆଇନଜୀବୀ ବବିତା ଅଗ୍ରୱାଲ ଶିକ୍ଷୟିତ୍ରୀ ଜ୍ୟୋସ୍ନା ଦାଶ ବଲାଙ୍ଗୀର ଜିଲ୍ଲା ଲାଠୋର ର ସର୍ବକନିଷ୍ଠ ସରପଂଚ ଜୟଶ୍ରୀ ଭଏଁସାଲ, ଆଦର୍ଶ ଶିକ୍ଷକ ହୃଷୀକେଶ ଡାଙ୍ଗଙ୍କ ସମେତ ପ୍ରେରଣା ପ୍ରତିନିଧି ସଂଜୀବ ଦାସ ଓ ନରହରି ବଗର୍ତ୍ତିୀଙ୍କ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା । ଶେଷରେ ସନ୍ତୋଷ କୁମାର ଠାକୁର ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ସଫଳ କରିବାରେ ଫିରୋଜ ସାହୁ, ବିନୋଦ ଦୀପ, ରବି ପଶାୟତ, ଦେବାଶିଷ ବହିଦାର, ନିରୋଜ ମିଶ୍ର, ରାଧାକୃଷ୍ଣ ମିଶ୍ର, ମନୋଜ ଜୈନ ପ୍ରମୁଖ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like