-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||     

HOME   ମହାନଗର

ଫାଇନାନ୍ସ କମ୍ପାନୀ ରେ ଟଙ୍କା ବୁଝାଇ ଠକାମୀର ଶିକାର ହେଲେ ଗ୍ରାହକ , ପୂର୍ବତନ ବ୍ରାଞ୍ଚ ମ୍ୟାନେଜର୍ ଗିରଫ

16-Apr-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): -ଜିଲ୍ଲା ସଦର ମହକୁମାରେ ଥିବା ନ୍ୟୁ ଅପ୍ରଚ୍ୟୁନିଟି କଂସଲଟେନ୍ସି ପ୍ରାଇଭେଟ ଲିମିଟେଡ଼ ଫାଇନାନ୍ସ କମ୍ପାନୀରେ ପ୍ରାୟ ୩୪ଜଣ ଗ୍ରାହକ ଠକେଇର ଶିକାର ହୋଇଛନ୍ତି।ଏହି ଫାଇନାନ୍ସ କମ୍ପାନୀର ପୂର୍ବତନ ବ୍ରାଞ୍ଚ ମେନେଜର ବିଭୁ ରଞ୍ଜନ ଦେହୁରୀ ପ୍ରାୟ ସାଢ଼େ ୧୨ ଲକ୍ଷ ଟଙ୍କା ଗ୍ରାହକଙ୍କ ଋଣ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗରେ ସଦର ଟାଉନ ଥାନା ପୋଲିସ ଗିରଫ କରିଛି।ଏହି କମ୍ପାନୀର ଏରିଆ ମେନେଜର ବିପିନ କୁମାର ସାହୁ ଏହି ଠକେଇ ସମ୍ପର୍କରେ ଗତ ମାର୍ଚ୍ଚ ୩ ତାରିଖରେ ସଦର ଥାନାରେ ଲିଖିତ ଅଭିଯୋଗ କରିଥିଲେ ।ବିପିନଙ୍କ ଅଭିଯୋଗକୁ ଆଧାର କରି ପୋଲିସ ତଦନ୍ତରୁ ପୂର୍ବତନ ବ୍ରାଞ୍ଚ ମେନେଜର ବିଭୂ ରଞ୍ଜନ ଋଣୀ ଗ୍ରାହକଙ୍କ ଟଙ୍କା ବାଟମାରଣା କରିଥିବା ପ୍ରମାଣ ପାଇଥିଲା।ତେବେ ପୋଲିସ ବିଭିନ୍ନ ଯାଗାରେ ଚଢ଼ାଉ କରି ଜିଲ୍ଲାର ଅଇଁଲାଛାଟ ଅଂଚଳରୁ ବିଭୁ ରଞ୍ଜନକୁ ଗିରଫ କରିବାରେ ସଫଳ ହୋଇଛି।ଆଜି ସଦର ପୋଲିସ ଅଭିଯୁକ୍ତ ବିଭୁ ରଂଜନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।ତେବେ ଅନେକ ଫାଇନାନ୍ସ କମ୍ପାନୀର ଶାଖା ଜିଲ୍ଲାର ସଦର ମହକୁମା ସମେତ ବିଭିନ୍ନ ଅଂଚଳରେ ଖୋଲିଛି।ନିରୀହ ଲୋକଙ୍କ ପାଖରୁ ଆଧାର ପରିଚୟ ପତ୍ର, ଭୋଟର ପରିଚୟ ପତ୍ର , ଜମିବାଡ଼ି ସମ୍ପର୍କିତ କାଗଜପତ୍ର ତଥା ଫଟୋ ସହିତ ଆବଶ୍ୟକ ପ୍ରମାଣ ପତ୍ର ସଂଗ୍ରହ କରି ଋଣ ପ୍ରଦାନ କରୁଛନ୍ତି।ତେବେ ଅନେକ ଗ୍ରାହକ ଋଣ କାଗଜାତ ପଢି ପାରୁ ନ ଥିବାର ସୁଯୋଗ ନେଇ ଫାଇନାନ୍ସ କମ୍ପାନୀ ଗୁଡିକର କର୍ମଚାରୀ ମାନେ ଗ୍ରାହକ ମାନଙ୍କୁ ଠକିବାରେ ସକ୍ଷମ ହେଉଛନ୍ତି।ବିଭିନ୍ନ ସମୟରେ ଋଣୀ ଗ୍ରାହକ ମାନଙ୍କୁ ଅଳ୍ପ କିଛି ଋଣ ଟଙ୍କା ପ୍ରଦାନ କରି ବାକି ଋଣ ଟଙ୍କା ଠକି ନେଉଛନ୍ତି ତ କେବେ କେବେ ଆଦୌ ଟଙ୍କା ଦେଉ ନାହାନ୍ତି । ଅଥଚ ଗ୍ରାହକଙ୍କ ନାଁରେ ଋଣ ଟଙ୍କା ଗଡୁଥିବା ଦେଖିବାକୁ ମିଳୁଛି।ପୂର୍ବରୁ ଅନେକ ଫାଇନାନ୍ସ କମ୍ପାନୀ ଲୋକଙ୍କ କୋଟି କୋଟି ଟଙ୍କା ଜମାରାଶି ଠକି ନେଇଥିବା ଦୃଷ୍ଟାନ୍ତ ରହିଛି।ତେବେ ଜନସାଧାରଣ ଫାଇନାନ୍ସ କମ୍ପାନୀର କାର୍ଯ୍ୟକଳାପ ଉପରେ ସଚେତନ ହେବା ପାଇଁ ଜିଲ୍ଲା ପୋଲିସ ଅନୁରୋଧ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026

You Might Also Like