-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ତଦାରଖ କମିଟି (ଦିଶା) ବୈଠକ ଅନୁଷ୍ଠିତ

18-Apr-2023



ବଲାଙ୍ଗିର(ପ୍ରେରଣା ଖବର ): ଆଜି ପୂର୍ବାହ୍ନରେ ସ୍ଥାନୀୟ ରାଜ୍ୟ ହୋଟେଲ ପରିଚାଳନା ପ୍ରତିଷ୍ଠାନ  ସମ୍ମିଳନୀ କକ୍ଷ ଠାରେ ବଲାଙ୍ଗିର ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ତଦାରଖ କମିଟି (ଦିଶା) ବୈଠକ କମିଟିର ଅଧ୍ୟକ୍ଷା ତଥା ବଲାଙ୍ଗିର ଲୋକସଭା ସାଂସଦ ସଂଗୀତା କୁମାରୀ ସିଂହଦେଓ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର, ଜିଲ୍ଲାପାଳ ଚଞ୍ଚଳ ରାଣା , ଜଳ ସମ୍ପଦ ବାଣିଜ୍ଯ ଓ 

ପରିବହନ ମନ୍ତ୍ରୀ ତଥା ଟିଟିଲାଗଡ ବିଧାୟିକାଙ୍କ ପ୍ରତିନିଧି ଚନ୍ଦ୍ରବଦନ ପୁରୋହିତ, ରାଜ୍ୟସଭା ସାଂସଦଙ୍କ ପ୍ରତିନିଧି ବିମଲ ମେହେର, ବିଭିନ୍ନ ପଞ୍ଚାୟତ ସମିତିର ଅଧ୍ୟକ୍ଷ, ଅଧ୍ୟକ୍ଷା, ଦିଶା କମିଟିର ମନୋନୀତ ସଦସ୍ୟ ସଦସ୍ୟାଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ବୈଠକରେ ଜିଲ୍ଲାପାଳ ଶ୍ରୀ ରାଣା ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ବୈଠକରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ ଆଲୋଚ୍ୟ ବିଷୟ ଉପସ୍ଥାପନା କରିଥିଲେ । ଜିଲ୍ଲାର ସର୍ବାଙ୍ଗୀନ ବିକାଶ ଓ ସମୃଦ୍ଧି ସକାଶେ ବିଭାଗୀୟ ଅଧିକାରୀ ମାନେ ଉତ୍ତମ ସମନ୍ଵୟ ରଖି ଦାୟିତ୍ଵ ଓ କର୍ତ୍ତବ୍ୟ ସମ୍ପାଦନ କରିବା ସହ ଯୋଜନା ଗୁଡିକର ସୁଫଳ ଯେପରି ତୃଣମୁଲ ସ୍ତରରେ ପହଞ୍ଚିପାରିବ ସେଥିପ୍ରତି ଦୃଷ୍ଟି ଦେବାକୁ କମିଟିର ଅଧ୍ୟକ୍ଷା ଶ୍ରୀମତୀ ସିଂହଦେଓ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ବୈଠକରେ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା କେନ୍ଦ୍ରୀୟ ଯୋଜନା ଗୁଡିକର କାର୍ଯ୍ୟକାରିତା ଓ ଅଗ୍ରଗତି ସମ୍ପର୍କରେ ସେ ସମୀକ୍ଷା କରିଥିଲେ । ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା ଜରିଆରେ ନିର୍ମାଣ ହେଉଥିବା ରାସ୍ତା ଗୁଡିକର ସ୍ଥିତି ସମ୍ପର୍କରେ ସମୀକ୍ଷା କରି ଅସମ୍ପୂର୍ଣ୍ଣ ରାସ୍ତା ଗୁଡିକର ନିର୍ମାଣ କାର୍ଯ୍ୟ ଯଥାଶୀଘ୍ର ସଂପୂର୍ଣ୍ଣ କରିବା ଏବଂ ଧାର୍ଯ୍ୟ ମାନଦଣ୍ଡକୁ ବଜାୟ ରଖି  ଗୁଣବତ୍ତାକୁ ସୁନିଶ୍ଚିତ କରିବା  ସକାଶେ ଯତ୍ନବାନ ହେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଚନ୍ଦନଭାଟି–ଛତାମଖନା ରାସ୍ତା ନିମ୍ନମାନର ହୋଇଥିବା ଅଭିଯୋଗ ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇ ଏହାର ଗୁଣବତ୍ତା ଉପରେ ସ୍ଵତନ୍ତ୍ର ଯାଞ୍ଚ କରାଯିବା ନିମନ୍ତେ ବଲାଙ୍ଗିର ବିଧାୟକ ଶ୍ରୀ ମିଶ୍ର କମିଟିର ଅଧ୍ୟକ୍ଷାଙ୍କୁ ଅବଗତ କରିଥିଲେ । ଆଲୋଚନା ପରେ ଏ ନେଇ ତଦନ୍ତ କରାଯିବା ନିମନ୍ତେ ବୈଠକରେ ସ୍ଥିର ହୋଇଥିଲା ାସରକାରଙ୍କ ବିଭିନ୍ନ ଯୋଜନା ର ରୂପରେଖ ଓ କାର୍ଯ୍ୟକାରିତା ଏବଂ ହିତାଧିକାରୀ ମାନେ ପାଉଥିବା ସୁବିଧା ସୁଯୋଗ  ସମ୍ପର୍କରେ ଏକ ସୂଚନା ପତ୍ର  ପ୍ରସ୍ତୁତ କରି ସମସ୍ତ ନିର୍ବାଚିତ ପ୍ରତିନିଧି ମାନଙ୍କୁ ଅବଗତ କରିବାକୁ କମିଟିର ଅଧ୍ୟକ୍ଷା ଶ୍ରୀମତୀ ସିଂହଦେଓ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଜାତୀୟ ସାମାଜିକ ସୁରକ୍ଷା ଯୋଜନା ସମ୍ପର୍କରେ ସମୀକ୍ଷା କରି ଏହି ଯୋଜନା ମାଧ୍ୟମରେ ଉପକୃତ ହେଉଥିବା ହିତାଧିକାରୀ ମାନେ ସେମାନଙ୍କ ଭତ୍ତା ପାଇବାରେ ଯେପରି କୌଣସି ଅସୁବିଧା ନହେବ ଏବଂ ସେମାନେ ସହଜ ଓ ସୁବିଧା ରେ ଭତ୍ତା ପାଇପାରିବେ ସେଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦେଇଥିଲେ । ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ସମ୍ପର୍କରେ ସମୀକ୍ଷା କରି ଯେପରି ଯୋଗ୍ୟ ହିତାଧିକାରୀ ମାନେ ଏହି ଯୋଜନାରୁ ବଞ୍ଚିତ ନହେବେ ତାହା ସୁନିଶ୍ଚିତ କରିବା ସହ ଜିଲ୍ଲା ଖାଲି ଥିବା ହିତାଧିକାରୀ ସଂଖ୍ୟା ଯଥାଶୀଘ୍ର ପୂରଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଜାତୀୟ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଯୋଜନା ଜରିଆରେ ନିର୍ମାଣ କରାଯାଉଥିବା ପାଇପ ଜଳ ଯୋଗାଣ ପ୍ରକଳ୍ପ, ଓଭରହେଡ ଟ୍ୟାଙ୍କ ନିର୍ମାଣ

ସମ୍ପର୍କରେ ସମୀକ୍ଷା କରି ଏହାର ଗୁଣବତ୍ତାକୁ ସୁନିଶ୍ଚିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ଏମଜିଏନଆରଇଜିଏ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣ ଓ ସହରାଞ୍ଚଳ, ଜାତୀୟ ସ୍ୱାସ୍ଥ୍ୟ ମିଶନ, ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା, ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସେ ସମୀକ୍ଷା କରିଥିଲେ ।  ବୈଠକ ଶେଷରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସିଂ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026

You Might Also Like

               
  ଜିଲ୍ଲା  

ଗଣିତ ଗବେଷଣା