-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ମହାନଗର

ବି.ଏସ୍.କେ.ୱାଇ. ରେ ଉଲ୍ଲେଖନୀୟ ଅଗ୍ରଗତି, ସାମିଲ ହେଲେ ୬୮୧ ଘରୋଇ ସୁପର ସ୍ପେସାଲିଟି ହସ୍ପିଟାଲ

17-May-2023



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ ): ସାର୍ବଜନୀନ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ନିମନ୍ତେ ଓଡିଶା ସରକାରଙ୍କ ଅନନ୍ୟ ପ୍ରଚେଷ୍ଟା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବି.ଏସ୍.କେ.ୱାଇ.) ଇତି ମଧ୍ୟରେ ଉଲ୍ଲେଖନୀୟ ଅଗ୍ରଗତି ହାସଲ କରିଛି । ଯୋଜନାର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ାକ୍ତର ବୃନ୍ଦା ଡ଼ି. ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆନ୍ତରୀଣ ସମୀକ୍ଷାରୁ ଏହା ଜଣାପଡିଛି ।

ଯୋଜନାର କାର୍ଯ୍ୟାୟନ ଅଗ୍ରଗତି ସମୀକ୍ଷା କରି ହସ୍ପିଟାଲ ସ୍ତରରେ ରୋଗୀମାନଙ୍କ ସହାୟତା ନିମନ୍ତେ ସର୍ବଦା ଉତ୍ସଗୀକୃତ ଭାବେ କାର୍ଯ୍ୟ କରିବା ପାଇଁ ଡ଼ଃ ବୃନ୍ଦା ଜିଲ୍ଲା ସଂଯୋଜକ ଓ ସ୍ୱାସ୍ଥ୍ୟ ମିତ୍ର ଆଦି ଛାମୁଆ କର୍ମଚାରୀମାନଙ୍କୁ ନିର୍ଦେଶ ଦେଇଥିଲେ । ଦାୟୀତ୍ୱ ଦିଆାଯାଇଥିବା ହସ୍ପିଟାଲର ବିଭିନ୍ନ ବିଭାଗ, ନିଦାନ କେନ୍ଦ୍ର, ୱାର୍ଡ, ଆଇ.ସି.ୟୁ. ରୋଗୀ ଓ ସହାୟକମାନଙ୍କ ପାଇଁ ଥିବା ସୁବିଧା କେନ୍ଦ୍ର, ଆନୁସଂଗିକ ସେବା ସୁବିଧା ଆଦି ବିଷୟରେ ସଂପୂର୍ଣ୍ଣ ଅବଗତ ରହି ଲୋକମାନଙ୍କୁ ନିର୍ଭରଯୋଗ୍ୟ ସୂଚନା ଦେବା ସହ ବି.ଏସ୍.କେ.ୱାଇ କାର୍ଡଧାରୀ ରୋଗୀମାନଙ୍କର ପଞୀକରଣ, ଆଡମିଶନ୍, ନିଦାନ ପରୀକ୍ଷା ନିରୀକ୍ଷା ଓ ଚିକିତ୍ସାପରେ ହସ୍ପିଟାଲରୁ ଡ଼ିସଚାର୍ଯ୍ ଆଦି କାମରେ ସିଧାସଳଖ ସହଯୋଗ କରିବା ପାଇଁ ନିର୍ଦେଶ ଦେଇଥିଲେ । ବିଶେଷତଃ ଦୂରଦୁରାନ୍ତ ଗ୍ରାମରୁ ଆସିଥିବା ମହିଳା, ବୃଦ୍ଧ, ଦିବ୍ୟାଙ୍ଗ ଓ ନିଃସହାୟ ବ୍ୟକ୍ତିମାନଙ୍କ ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ଡ଼ଃ ବୃନ୍ଦା ନିର୍ଦେଶ ଦେଇଥିଲେ ।

ନୋଡାଲ୍ ଅଫିସରମାନେ ନିୟମିତଭାବେ ତାଲିକାଭୁକ୍ତ ହସ୍ପିଟାଲମାନଙ୍କ ସହ ହ୍ୱାଟସ୍ ଆପ୍ ଗ୍ରୁପ୍ ଓ ଭିଡିଓ କନଫେରନସିଂ ଆଦି ମାଧ୍ୟମରେ ସଂଯୋଜିତ ରହି ବି.ଏସ୍.କେ.ୱାଇ. ର ପ୍ରକ୍ରିୟାଗତ ବୈଷୟିକ ବିଷୟର ଆଶୁ ସମାଧାନ ପାଇଁ ପରାମର୍ଶ ଦେଇଥିଲେ । 

ପ୍ରାପ୍ତ ସୂଚନାରୁ ଜଣାପଡିଛି, ଚଳିତ ମାସ ସୁଦ୍ଧା ଏହି ଯୋଜନାରେ ୬୮୧ ଟି ଘରୋଇ ସୁପର ସ୍ପେସାଲିଟି ହସ୍ପିଟାଲ ସାମିଲ୍ ହୋଇଛନ୍ତି । ତାଲିକାଭୁକ୍ତ ହସ୍ପିଟାଲ୍ ମଧ୍ୟରୁ ୫୫୫ ଟି ଓଡ଼ିଶାରେ ବିଭିନ୍ନ ଜିଲ୍ଲାରେ ଅବସ୍ଥିତ ଏବଂ ୧୨୬ ଟି ଓଡ଼ିଶା ବାହାର ରାଜ୍ୟମାନଙ୍କରେ ଅବସ୍ଥିତ । ବିଶେଷତଃ ଆସାମ, ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ପଶ୍ଚିମ ବଙ୍ଗଳା, ମହାରାଷ୍ଟ୍ର, ଦିଲ୍ଲୀ, ଗୁଜୁରାଟ, ପଂଜାବ, ତାମିଲନାଡୁ, ହରିୟାଣା, ଉତ୍ତର ପ୍ରଦେଶ, ଝାଡଖଣ୍ଡ, ରାଜସ୍ଥାନ, ତେଲେଙ୍ଗାନା ଏବଂ ଉତ୍ତରାଖଣ୍ଡ ଆଦି ରାଜ୍ୟର ପ୍ରସିଦ୍ଧ ସୁପର ସ୍ପେସାଲିଟି ହସ୍ପିଟାଲମାନେ ବି.ଏସ୍.କେ.ୱାଇ. ଯୋଜନାରେ ଯୋଗ ଦେଇଛନ୍ତି । ଶ୍ରୀ ଶଙ୍କର କ୍ୟାନସର୍ ପ୍ରତିଷ୍ଠାନ, ଟାଟା ମେଡ଼ିକାଲ ସେଣ୍ଟର୍, ଟାଟା ମେମୋରିଆଲ୍ ହସ୍ପିଟାଲ ଗ୍ରୁପ୍, ଫୋର୍ଟିସ୍ ହେଲଥ୍ କେୟାର ଗ୍ରୁପ୍, ଖ୍ରୀଷ୍ଟିୟାନ୍ ମେଡ଼ିକାଲ କଲେଜ ଓ ନାରାୟଣ ହୃଦାଳୟ ପରି ବିଶ୍ୱସ୍ତରୀୟ ହସ୍ପିଟାଲମାନେ ମଧ୍ୟ ବି.ଏସ୍.କେ.ୱାଇ. ଅନ୍ତର୍ଭୁକ୍ତ ହୋଇଛନ୍ତି ।

ବର୍ତ୍ତମାନ ସୁଦ୍ଧା ରୋଗୀମାନଙ୍କୁ ସହାୟତା ପାଇଁ ତାଲିକାଭୁକ୍ତ ହସ୍ପିଟାଲ ସ୍ତରରେ ୬୬୮ ଛାମୁଆ କର୍ମଚାରୀ ନିୟୋଜିତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬୧୪ ଜଣ ସ୍ୱାସ୍ଥ୍ୟମିତ୍ର ଏବଂ ୬୫ ଜଣ ଜିଲ୍ଲା ସଂଯୋଜକ ଭାବେ କାର୍ଯ୍ୟରତ । ଏହାଛଡା ହସ୍ପିଟାଲରେ ନିର୍ବିଘ୍ନ ରୋଗୀ ସେବାର ପରିଚାଳନା ନିମନ୍ତେ ୧୧୬ ଜଣ ଅଭିଜ୍ଞ ଓ ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀ କର୍ତ୍ତବ୍ୟରତ ଅଛନ୍ତି । ସମୁଦାୟ ବ୍ୟବସ୍ଥାକୁ ଏକ ଅତ୍ୟାଧୁନିକ ଅନଲାଇନ ୱେବ୍ ପୋର୍ଟାଲ୍ ମାଧ୍ୟମରେ ପ୍ରକୃତ ସମୟ (ରିୟଲ୍ ଟାଇମ୍) ଭିତ୍ତିରେ ତଦାରଖ ଓ ପରିଚାଳନା କରାଯାଉଛି ।

ତାଲିକାଭୁକ୍ତ ହସ୍ପିଟାଲମାନଙ୍କର ସୂଚନା www.bsky.gov.in ରେ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ସନ୍ନିବଶିତ କରାଯାଇଛି । ବାହାର ରାଜ୍ୟରେ ରହୁଥିବା ବି.ଏସ୍.କେ.ୱାଇ.  କାର୍ଡ଼ଧାରୀ ଓଡ଼ିଶା ଲୋକ ଚିକିତ୍ସା ଦରକାର ହେଲେ ଏହି ୱେବ୍ ସାଇଟରେ ବି.ଏସ୍.କେ.ୱାଇ. ତାଲିକାଭୁକ୍ତ ହସ୍ପିଟାଲ ନାମ ଦେଖି ଯିବା ପାଇଁ ପରାମର୍ଶ ଦିଆଯାଇଛି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like