-+91-9937148622 |

prerana_bgr@rediffmail.com |

  Friday 29th March 2024 |

| | | |

R.N.I. Regd No. ODIODI/2010/46693

Breaking News

ରିଙ୍ଗାପଡ଼ା ଗାୟତ୍ରୀ ପ୍ରଜ୍ଞାପୀଠର ବାର୍ଷିକ ଉତ୍ସବ   ଉପଲକ୍ଷେ ପଞ୍ଚକୁଣ୍ଡୀୟ ମହାଯଜ୍ଞ ଉଦଯାପିତ    (29-Mar-2024)       ||      ୫୦ କେଜି ଗଞ୍ଜେଇ ଓ କାର ସହ ୨ ଅଭିଯୁକ୍ତ ଗିରଫ   (29-Mar-2024)       ||      ନାଟ୍ୟଚକ୍ର ଅନୁଷ୍ଠାନ ପକ୍ଷରୁ ବିଶ୍ବନାଟ୍ୟ ଦିବସ ୨୦୨୪ ପାଳିତ   (29-Mar-2024)       ||      ଛତିକୁଡ଼ା ରୁ ନର୍ଲା ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ର ଅଭିଯୋଗ ତଦନ୍ତ ଦାବି   (29-Mar-2024)       ||      ନର୍ଲା କଂଗ୍ରେସ କୁ ଭକ୍ତ କରିବେ କି ବିଭକ୍ତ ?   (29-Mar-2024)       ||      ନିଖୋଜ ନାବାଳକ କୁ ରେଲୱେ ଟ୍ରାକ ରୁ ଉଦ୍ଧାର କଲା ସୋନପୁର ପୋଲିସ୍   (29-Mar-2024)       ||      ୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (29-Mar-2024)       ||      ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   (29-Mar-2024)       ||      ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    (28-Mar-2024)       ||      ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ    (28-Mar-2024)       ||      ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||     

HOME   ରାଜ୍ୟ

ତୁଷୁରା ଠାରେ ୨ ହଜାର ଲିଟର କ୍ଷମତା ବିଶିଷ୍ଟ ଦୁଗ୍ଧ ଶିତଳୀକରଣ ପ୍ଳାଣ୍ଟ ର ଶୁଭ ଉଦଘାଟନ, ଟିଟିଲାଗଡ ସହର ସୁରକ୍ଷା ନିମନ୍ତେ ସିସିଟିଭି କ୍ୟାମେରା ସିଷ୍ଟମ ଓ କଲ୍ୟାଣ ମଣ୍ଡପର ଶିଳାନ୍ୟାଶ

19-May-2023



ବଲାଙ୍ଗିର/ତୁଷୁରା:  ଆଜି ଜଳ ସମ୍ପଦ , ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ଅଧ୍ୟକ୍ଷ, ପଶ୍ଚିମ ଓଡିଶା ବିକାଶ ପରିଷଦ ଶ୍ରୀଯୁକ୍ତ ଅସିତ କୁମାର  ତ୍ରିପାଠୀ ଙ୍କ ଦ୍ଵାରା ତୁଷୁରା ସ୍ଥିତ ପ୍ରାଣୀ ସମ୍ପଦ ଚିକିତ୍ସା କେନ୍ଦ୍ର ପରିସରରେ  ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠିରୁ ନିର୍ମିତ ଗୋ ଉନ୍ନୟନ ପ୍ରକଳ୍ପ ଅନ୍ତର୍ଗତ ୨ ହଜାର ଲିଟର କ୍ଷମତା ବିଶିଷ୍ଟ ଦୁଗ୍ଧ ଶିତଳୀକରଣ ପ୍ଳାଣ୍ଟ ଉଦଘାଟିତ ହୋଇଯାଇଛି । ଏହି ଉଦଘାଟନୀ ଉତ୍ସବ ଉପଲକ୍ଷେ ଅନୁଷ୍ଠିତ ଦୁଗ୍ଧ ଚାଷୀ ସଚେତନତା କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ମନ୍ତ୍ରୀ ଶ୍ରୀମତୀ ସାହୁ କହିଥିଲେ ଯେ ଅଞ୍ଚଳର ଚାଷୀ ମାନେ ଯେପରି ସ୍ୱାବଲମ୍ବୀ ହୋଇପାରିବେ ସେଥିପ୍ରତି ରାଜ୍ୟ ସରକାର ବିଭିନ୍ନ ଯୋଜନା ମାନ କାର୍ଯ୍ୟକାରୀ କରୁଛନ୍ତି ଏବଂ ଏହାର ସୁଯୋଗ ନେବା ସହ ଚାଷୀମାନେ ସଚେତନ ହେବାକୁ ପରାମର୍ଶ ଦେଇଥିଲେ ।

ତୁଷୁରା ଠାରେ ଏହି ଦୁଗ୍ଧ ଶିତଳୀକରଣ ପ୍ଳାଣ୍ଟ ପ୍ରତିଷ୍ଠା ହେବା ଦ୍ଵାରା ଅଞ୍ଚଳ ର ଚାଷୀ ମାନେ ବିଶେଷ ଭାବେ ଉପକୃତ ହୋଇପାରିବେ ଓ ସେମାନଙ୍କ ଅର୍ଥନୈତିକ ଅଭିବୃଦ୍ଧି ଘଟିବ ବୋଲି ପ୍ରକାଶ କରିଥିଲେ । ଦୁଗ୍ଧ ଚାଷୀ ସଚେତନତା ସଭା ରେ ଉଦବୋଧନ ଦେଇ ଅଧ୍ୟକ୍ଷ, ପଶ୍ଚିମ ଓଡିଶା ବିକାଶ ପରିଷଦ ଶ୍ରୀଯୁକ୍ତ ତ୍ରିପାଠୀ କହିଥିଲେ ଯେ ଚାଷୀ ମାନଙ୍କର ଯେପରି ଅର୍ଥନୈତିକ ଅଭିବୃଦ୍ଧି ହୋଇପାରିବ ସେଥିପ୍ରତି ସରକାର ବିଶେଷ ଗୁରୁତ୍ଵ ପ୍ରଦାନ କରୁଛନ୍ତି  । ଚାଷୀ ମାନେ ଉତ୍ସାହିତ ହେଲେ ସରକାର ସମସ୍ତ ପ୍ରକାର ଆନୁସାଙ୍ଗିକ ସୁବିଧା ସୁଯୋଗ ଯୋଗାଇଦେବେ । ଚାଷୀ ମାନେ ଧାନ ଚାଷ ବ୍ୟତିତ ଅନ୍ୟାନ୍ୟ ଅର୍ଥକାରୀ ଫସଲ କଲେ ବିଶେଷ ଲାଭବାନ ହୋଇପାରିବେ ବୋଲି ସେ ପ୍ରକାଶ କରିଥିଲେ  । ଦୁଗ୍ଧ ଚାଷ

ପ୍ରତି ଚାଷୀମାନେ ଆକୃଷ୍ଟ ହେଲେ ସେମାନଙ୍କର ଆୟବୃଦ୍ଧି ସହ ଜୀବନ ଜୀବିକାର ମାନ ଉନ୍ନତ ହୋଇପାରିବ ବୋଲି ପ୍ରକାଶ କରିଥିଲେ । ପଶ୍ଚିମ ଓଡିଶା ବିକାଶ ପରିଷଦ ତରଫରୁ ଜିଲ୍ଲା କୁ ଏକ ୧୫ ହଜାର ଲିଟର କ୍ଷମତା ସମ୍ପନ୍ନ ନୂତନ ଦୁଗ୍ଧ ଟ୍ୟାଙ୍କର ଯୋଗାଇଦେବା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ ପ୍ରକାଶ କରିବା ସହ ବଲାଙ୍ଗିର ଜିଲ୍ଲାରେ ଓମଫେଡ଼ ପକ୍ଷରୁ ଏକ ଶୀତଳିକରଣ ପ୍ଳାଣ୍ଟ ପ୍ରତିଷ୍ଠା ନିମନ୍ତେ ମଧ୍ୟ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ ପ୍ରକାଶ କରିଥିଲେ । ସଚେତନତା ସଭାରେ ଜିଲ୍ଲାପାଳ ଚଞ୍ଚଳ ରାଣା ଆଜି ଶ୍ଵେତ ବିପ୍ଲବ କ୍ଷେତ୍ରରେ ବଲାଙ୍ଗିର ଜିଲ୍ଲା ସାରା ରାଜ୍ୟରେ ଏକ ପ୍ରମୁଖ ସ୍ଥାନ ସୃଷ୍ଟି କରିପାରିଛି ଏବଂ ଏହାକୁ ସାକାର କରିବାରେ ପଶ୍ଚିମ ଓଡିଶା ବିକାଶ ପରିଷଦର ପ୍ରମୁଖ ଭୂମିକା ଅଛି ବୋଲି ପ୍ରକାଶ କରିଥିଲେ । ଦୁଗ୍ଧ ସମବାୟ ସମିତି ଓ ଦୁଗ୍ଧ ଶୀତଳିକରଣ କେନ୍ଦ୍ର ମାଧ୍ୟମରେ ଜିଲ୍ଲାରେ ଦୈନିକ ପ୍ରାୟ ୫୫ ହଜାର ଲିଟର କ୍ଷୀର ସଂଗ୍ରହ କରାଯାଇପାରୁଛି ବୋଲି ସେ ପ୍ରକାଶ କରିଥିଲେ । ସଚେତନତା ସଭାରେ ବଲାଙ୍ଗିର, କଳାହାଣ୍ଡି ,ନୂଆପଡା ଆଞ୍ଚଳିକ ଦୁଗ୍ଧ ଉତ୍ପାଦନ ସମବାୟ ସଂଘ ର ସଭାପତି ସୀମା ପଟେଲ ଦୁଗ୍ଧ ଚାଷକୁ ଆହୁରି କ୍ରିୟାଶୀଳ କରିବା ନିମନ୍ତେ ଗ୍ରହଣ କରାଯାଉଥିବା ପଦକ୍ଷେପ ଉପରେ ସୂଚନା ପ୍ରଦାନ କରିଥିଲେ । ବଲାଙ୍ଗିର, କଳାହାଣ୍ଡି, ନୂଆପଡା ଆଞ୍ଚଳିକ ଦୁଗ୍ଧ ଉତ୍ପାଦନ ସମବାୟ ସଂଘର ସାଧାରଣ ପରିଚାଳକ ଡ଼ ରଜନୀକାନ୍ତ ପଣ୍ଡା ବଲାଙ୍ଗିର ଜିଲ୍ଲାରେ ଦୁଗ୍ଧ ଚାଷ ର ସ୍ଥିତି ଓ ଚାଷୀମାନଙ୍କ ଉନ୍ନତି ନିମନ୍ତେ ସଂଘ ତରଫରୁ ଗ୍ରହଣ କରାଯାଉଥିବା କାର୍ଯ୍ୟକ୍ରମ ସମ୍ପର୍କରେ ସବିଶେଷ ବିବରଣୀ ଉପସ୍ଥାପନ କରିଥିଲେ । ଏହି ସଭାରେ ଦୁଗ୍ଧ ଚାଷୀ ମାନଙ୍କୁ ଅତିଥି ମାନେ ଦୁଗ୍ଧ କ୍ୟାନ ବଣ୍ଟନ କରିଥିଲେ । ସଚେତନତା ସଭାରେ ପଶ୍ଚିମ ଓଡିଶା ବିକାଶ ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ଼ଃ ଅଜିତ କୁମାର ମିଶ୍ର ଉପସ୍ଥିତ ଥିଲେ ।  ସଭା ଶେଷରେ ଜିଲ୍ଲା ମୁଖ୍ୟ ପ୍ରାଣୀ ସମ୍ପଦ ଅଧିକାରୀ ଡ଼ ସନ୍ତୋଷ କୁମାର ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ ପୂର୍ବରୁ ଟିଟିଲାଗଡ ଠାରେ ଜଳ ସମ୍ପଦ , ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନୁ ସାହୁ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ଅଧ୍ୟକ୍ଷ, ପଶ୍ଚିମ ଓଡିଶା ବିକାଶ ପରିଷଦ ଶ୍ରୀଯୁକ୍ତ ଅସିତ କୁମାର  ତ୍ରିପାଠୀ ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠି ରୁ ପ୍ରାୟ ୬୨ ଲକ୍ଷ ବ୍ୟୟ ରେ  ନିର୍ମାଣ ହେବାକୁ ଥିବା ଟିଟିଲାଗଡ ସହର ସୁରକ୍ଷା ନିମନ୍ତେ ସିସିଟିଭି କ୍ୟାମେରା ସିଷ୍ଟମ ଓ ପ୍ରାୟ ୪ କୋଟି ୨୦ ଲକ୍ଷ ବ୍ୟୟରେ ନିର୍ମାଣ ହେବାକୁଥିବା  କଲ୍ୟାଣ ମଣ୍ଡପର ଶିଳାନ୍ୟାଶ କରିଥିଲେ । ତୁଷୁରା ଦୁଗ୍ଧ ଶିତଳୀକରଣ ପ୍ଳାଣ୍ଟ ଉଦଘାଟନ ଉତ୍ସବ ପରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ଅଧ୍ୟକ୍ଷ, ପଶ୍ଚିମ ଓଡିଶା ବିକାଶ ପରିଷଦ  ଅସିତ କୁମାର  ତ୍ରିପାଠୀ ବଲାଙ୍ଗିର ଅଭିମୁଖେ ଆସି ସିନଖମନ ଠାରେ ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠି ରୁ ନିର୍ମାଣାଧୀନ ୫୦୦ ଆସନ ବିଶିଷ୍ଠ ଆଧୁନିକ ପ୍ରେକ୍ଷାଳୟ ଓ ଗାନ୍ଧୀ ଷ୍ଟାଡିୟମ ଠାରେ ନିର୍ମାଣାଧୀନ ଗ୍ୟାଲେରୀର ନିର୍ମାଣ ଓ କାର୍ଯ୍ୟର ଅଗ୍ରଗତି ପରିଦର୍ଶନ କରି ଏହି କାର୍ଯ୍ୟକୁ ଯଥାଶୀଘ୍ର ସମ୍ପୂର୍ଣ କରିବାକୁ ବିଭାଗୀୟ ଅଧିକ୍ଷଣ ଯନ୍ତ୍ରୀ ଓ କାର୍ଯ୍ୟ ନିର୍ବାହୀ ସଂସ୍ଥା କୁ ନିର୍ଦ୍ଦେଶ ଦେଇଥିଲେ ।

(ତୁଷୁରାରୁ ପଞ୍ଚାନନ ନାଏକ ଓ ବଲାଙ୍ଗିରରୁ ଦେବାଶିଷ ବହିଦାର ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଙ୍ଗାପଡ଼ା ଗାୟତ୍ରୀ ପ୍ରଜ୍ଞାପୀଠର ବାର୍ଷିକ ଉତ୍ସବ   ଉପଲକ୍ଷେ ପଞ୍ଚକୁଣ୍ଡୀୟ ମହାଯଜ୍ଞ ଉଦଯାପିତ    29-Mar-2024
  ଜିଲ୍ଲା  
୫୦ କେଜି ଗଞ୍ଜେଇ ଓ କାର ସହ ୨ ଅଭିଯୁକ୍ତ ଗିରଫ   29-Mar-2024
  ଜିଲ୍ଲା  
ନାଟ୍ୟଚକ୍ର ଅନୁଷ୍ଠାନ ପକ୍ଷରୁ ବିଶ୍ବନାଟ୍ୟ ଦିବସ ୨୦୨୪ ପାଳିତ   29-Mar-2024
  ଜିଲ୍ଲା  
ଛତିକୁଡ଼ା ରୁ ନର୍ଲା ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ର ଅଭିଯୋଗ ତଦନ୍ତ ଦାବି   29-Mar-2024
  ଜିଲ୍ଲା  
ନର୍ଲା କଂଗ୍ରେସ କୁ ଭକ୍ତ କରିବେ କି ବିଭକ୍ତ ?   29-Mar-2024
  ଜିଲ୍ଲା  
ନିଖୋଜ ନାବାଳକ କୁ ରେଲୱେ ଟ୍ରାକ ରୁ ଉଦ୍ଧାର କଲା ସୋନପୁର ପୋଲିସ୍   29-Mar-2024
  ଜିଲ୍ଲା  
୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2024
  ଜିଲ୍ଲା  
ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   29-Mar-2024
  ଜିଲ୍ଲା  
ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    28-Mar-2024
  ରାଜନୀତି  
ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ   28-Mar-2024
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024

You Might Also Like