-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ରାଜ୍ୟ

ତୁଷୁରା ଠାରେ ୨ ହଜାର ଲିଟର କ୍ଷମତା ବିଶିଷ୍ଟ ଦୁଗ୍ଧ ଶିତଳୀକରଣ ପ୍ଳାଣ୍ଟ ର ଶୁଭ ଉଦଘାଟନ, ଟିଟିଲାଗଡ ସହର ସୁରକ୍ଷା ନିମନ୍ତେ ସିସିଟିଭି କ୍ୟାମେରା ସିଷ୍ଟମ ଓ କଲ୍ୟାଣ ମଣ୍ଡପର ଶିଳାନ୍ୟାଶ

19-May-2023



ବଲାଙ୍ଗିର/ତୁଷୁରା:  ଆଜି ଜଳ ସମ୍ପଦ , ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ଅଧ୍ୟକ୍ଷ, ପଶ୍ଚିମ ଓଡିଶା ବିକାଶ ପରିଷଦ ଶ୍ରୀଯୁକ୍ତ ଅସିତ କୁମାର  ତ୍ରିପାଠୀ ଙ୍କ ଦ୍ଵାରା ତୁଷୁରା ସ୍ଥିତ ପ୍ରାଣୀ ସମ୍ପଦ ଚିକିତ୍ସା କେନ୍ଦ୍ର ପରିସରରେ  ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠିରୁ ନିର୍ମିତ ଗୋ ଉନ୍ନୟନ ପ୍ରକଳ୍ପ ଅନ୍ତର୍ଗତ ୨ ହଜାର ଲିଟର କ୍ଷମତା ବିଶିଷ୍ଟ ଦୁଗ୍ଧ ଶିତଳୀକରଣ ପ୍ଳାଣ୍ଟ ଉଦଘାଟିତ ହୋଇଯାଇଛି । ଏହି ଉଦଘାଟନୀ ଉତ୍ସବ ଉପଲକ୍ଷେ ଅନୁଷ୍ଠିତ ଦୁଗ୍ଧ ଚାଷୀ ସଚେତନତା କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ମନ୍ତ୍ରୀ ଶ୍ରୀମତୀ ସାହୁ କହିଥିଲେ ଯେ ଅଞ୍ଚଳର ଚାଷୀ ମାନେ ଯେପରି ସ୍ୱାବଲମ୍ବୀ ହୋଇପାରିବେ ସେଥିପ୍ରତି ରାଜ୍ୟ ସରକାର ବିଭିନ୍ନ ଯୋଜନା ମାନ କାର୍ଯ୍ୟକାରୀ କରୁଛନ୍ତି ଏବଂ ଏହାର ସୁଯୋଗ ନେବା ସହ ଚାଷୀମାନେ ସଚେତନ ହେବାକୁ ପରାମର୍ଶ ଦେଇଥିଲେ ।

ତୁଷୁରା ଠାରେ ଏହି ଦୁଗ୍ଧ ଶିତଳୀକରଣ ପ୍ଳାଣ୍ଟ ପ୍ରତିଷ୍ଠା ହେବା ଦ୍ଵାରା ଅଞ୍ଚଳ ର ଚାଷୀ ମାନେ ବିଶେଷ ଭାବେ ଉପକୃତ ହୋଇପାରିବେ ଓ ସେମାନଙ୍କ ଅର୍ଥନୈତିକ ଅଭିବୃଦ୍ଧି ଘଟିବ ବୋଲି ପ୍ରକାଶ କରିଥିଲେ । ଦୁଗ୍ଧ ଚାଷୀ ସଚେତନତା ସଭା ରେ ଉଦବୋଧନ ଦେଇ ଅଧ୍ୟକ୍ଷ, ପଶ୍ଚିମ ଓଡିଶା ବିକାଶ ପରିଷଦ ଶ୍ରୀଯୁକ୍ତ ତ୍ରିପାଠୀ କହିଥିଲେ ଯେ ଚାଷୀ ମାନଙ୍କର ଯେପରି ଅର୍ଥନୈତିକ ଅଭିବୃଦ୍ଧି ହୋଇପାରିବ ସେଥିପ୍ରତି ସରକାର ବିଶେଷ ଗୁରୁତ୍ଵ ପ୍ରଦାନ କରୁଛନ୍ତି  । ଚାଷୀ ମାନେ ଉତ୍ସାହିତ ହେଲେ ସରକାର ସମସ୍ତ ପ୍ରକାର ଆନୁସାଙ୍ଗିକ ସୁବିଧା ସୁଯୋଗ ଯୋଗାଇଦେବେ । ଚାଷୀ ମାନେ ଧାନ ଚାଷ ବ୍ୟତିତ ଅନ୍ୟାନ୍ୟ ଅର୍ଥକାରୀ ଫସଲ କଲେ ବିଶେଷ ଲାଭବାନ ହୋଇପାରିବେ ବୋଲି ସେ ପ୍ରକାଶ କରିଥିଲେ  । ଦୁଗ୍ଧ ଚାଷ

ପ୍ରତି ଚାଷୀମାନେ ଆକୃଷ୍ଟ ହେଲେ ସେମାନଙ୍କର ଆୟବୃଦ୍ଧି ସହ ଜୀବନ ଜୀବିକାର ମାନ ଉନ୍ନତ ହୋଇପାରିବ ବୋଲି ପ୍ରକାଶ କରିଥିଲେ । ପଶ୍ଚିମ ଓଡିଶା ବିକାଶ ପରିଷଦ ତରଫରୁ ଜିଲ୍ଲା କୁ ଏକ ୧୫ ହଜାର ଲିଟର କ୍ଷମତା ସମ୍ପନ୍ନ ନୂତନ ଦୁଗ୍ଧ ଟ୍ୟାଙ୍କର ଯୋଗାଇଦେବା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ ପ୍ରକାଶ କରିବା ସହ ବଲାଙ୍ଗିର ଜିଲ୍ଲାରେ ଓମଫେଡ଼ ପକ୍ଷରୁ ଏକ ଶୀତଳିକରଣ ପ୍ଳାଣ୍ଟ ପ୍ରତିଷ୍ଠା ନିମନ୍ତେ ମଧ୍ୟ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ ପ୍ରକାଶ କରିଥିଲେ । ସଚେତନତା ସଭାରେ ଜିଲ୍ଲାପାଳ ଚଞ୍ଚଳ ରାଣା ଆଜି ଶ୍ଵେତ ବିପ୍ଲବ କ୍ଷେତ୍ରରେ ବଲାଙ୍ଗିର ଜିଲ୍ଲା ସାରା ରାଜ୍ୟରେ ଏକ ପ୍ରମୁଖ ସ୍ଥାନ ସୃଷ୍ଟି କରିପାରିଛି ଏବଂ ଏହାକୁ ସାକାର କରିବାରେ ପଶ୍ଚିମ ଓଡିଶା ବିକାଶ ପରିଷଦର ପ୍ରମୁଖ ଭୂମିକା ଅଛି ବୋଲି ପ୍ରକାଶ କରିଥିଲେ । ଦୁଗ୍ଧ ସମବାୟ ସମିତି ଓ ଦୁଗ୍ଧ ଶୀତଳିକରଣ କେନ୍ଦ୍ର ମାଧ୍ୟମରେ ଜିଲ୍ଲାରେ ଦୈନିକ ପ୍ରାୟ ୫୫ ହଜାର ଲିଟର କ୍ଷୀର ସଂଗ୍ରହ କରାଯାଇପାରୁଛି ବୋଲି ସେ ପ୍ରକାଶ କରିଥିଲେ । ସଚେତନତା ସଭାରେ ବଲାଙ୍ଗିର, କଳାହାଣ୍ଡି ,ନୂଆପଡା ଆଞ୍ଚଳିକ ଦୁଗ୍ଧ ଉତ୍ପାଦନ ସମବାୟ ସଂଘ ର ସଭାପତି ସୀମା ପଟେଲ ଦୁଗ୍ଧ ଚାଷକୁ ଆହୁରି କ୍ରିୟାଶୀଳ କରିବା ନିମନ୍ତେ ଗ୍ରହଣ କରାଯାଉଥିବା ପଦକ୍ଷେପ ଉପରେ ସୂଚନା ପ୍ରଦାନ କରିଥିଲେ । ବଲାଙ୍ଗିର, କଳାହାଣ୍ଡି, ନୂଆପଡା ଆଞ୍ଚଳିକ ଦୁଗ୍ଧ ଉତ୍ପାଦନ ସମବାୟ ସଂଘର ସାଧାରଣ ପରିଚାଳକ ଡ଼ ରଜନୀକାନ୍ତ ପଣ୍ଡା ବଲାଙ୍ଗିର ଜିଲ୍ଲାରେ ଦୁଗ୍ଧ ଚାଷ ର ସ୍ଥିତି ଓ ଚାଷୀମାନଙ୍କ ଉନ୍ନତି ନିମନ୍ତେ ସଂଘ ତରଫରୁ ଗ୍ରହଣ କରାଯାଉଥିବା କାର୍ଯ୍ୟକ୍ରମ ସମ୍ପର୍କରେ ସବିଶେଷ ବିବରଣୀ ଉପସ୍ଥାପନ କରିଥିଲେ । ଏହି ସଭାରେ ଦୁଗ୍ଧ ଚାଷୀ ମାନଙ୍କୁ ଅତିଥି ମାନେ ଦୁଗ୍ଧ କ୍ୟାନ ବଣ୍ଟନ କରିଥିଲେ । ସଚେତନତା ସଭାରେ ପଶ୍ଚିମ ଓଡିଶା ବିକାଶ ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ଼ଃ ଅଜିତ କୁମାର ମିଶ୍ର ଉପସ୍ଥିତ ଥିଲେ ।  ସଭା ଶେଷରେ ଜିଲ୍ଲା ମୁଖ୍ୟ ପ୍ରାଣୀ ସମ୍ପଦ ଅଧିକାରୀ ଡ଼ ସନ୍ତୋଷ କୁମାର ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ ପୂର୍ବରୁ ଟିଟିଲାଗଡ ଠାରେ ଜଳ ସମ୍ପଦ , ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନୁ ସାହୁ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ଅଧ୍ୟକ୍ଷ, ପଶ୍ଚିମ ଓଡିଶା ବିକାଶ ପରିଷଦ ଶ୍ରୀଯୁକ୍ତ ଅସିତ କୁମାର  ତ୍ରିପାଠୀ ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠି ରୁ ପ୍ରାୟ ୬୨ ଲକ୍ଷ ବ୍ୟୟ ରେ  ନିର୍ମାଣ ହେବାକୁ ଥିବା ଟିଟିଲାଗଡ ସହର ସୁରକ୍ଷା ନିମନ୍ତେ ସିସିଟିଭି କ୍ୟାମେରା ସିଷ୍ଟମ ଓ ପ୍ରାୟ ୪ କୋଟି ୨୦ ଲକ୍ଷ ବ୍ୟୟରେ ନିର୍ମାଣ ହେବାକୁଥିବା  କଲ୍ୟାଣ ମଣ୍ଡପର ଶିଳାନ୍ୟାଶ କରିଥିଲେ । ତୁଷୁରା ଦୁଗ୍ଧ ଶିତଳୀକରଣ ପ୍ଳାଣ୍ଟ ଉଦଘାଟନ ଉତ୍ସବ ପରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ଅଧ୍ୟକ୍ଷ, ପଶ୍ଚିମ ଓଡିଶା ବିକାଶ ପରିଷଦ  ଅସିତ କୁମାର  ତ୍ରିପାଠୀ ବଲାଙ୍ଗିର ଅଭିମୁଖେ ଆସି ସିନଖମନ ଠାରେ ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠି ରୁ ନିର୍ମାଣାଧୀନ ୫୦୦ ଆସନ ବିଶିଷ୍ଠ ଆଧୁନିକ ପ୍ରେକ୍ଷାଳୟ ଓ ଗାନ୍ଧୀ ଷ୍ଟାଡିୟମ ଠାରେ ନିର୍ମାଣାଧୀନ ଗ୍ୟାଲେରୀର ନିର୍ମାଣ ଓ କାର୍ଯ୍ୟର ଅଗ୍ରଗତି ପରିଦର୍ଶନ କରି ଏହି କାର୍ଯ୍ୟକୁ ଯଥାଶୀଘ୍ର ସମ୍ପୂର୍ଣ କରିବାକୁ ବିଭାଗୀୟ ଅଧିକ୍ଷଣ ଯନ୍ତ୍ରୀ ଓ କାର୍ଯ୍ୟ ନିର୍ବାହୀ ସଂସ୍ଥା କୁ ନିର୍ଦ୍ଦେଶ ଦେଇଥିଲେ ।

(ତୁଷୁରାରୁ ପଞ୍ଚାନନ ନାଏକ ଓ ବଲାଙ୍ଗିରରୁ ଦେବାଶିଷ ବହିଦାର ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like