-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||     

HOME   ଦେଶ ବିଦେଶ

ଧରାପଡ଼ି ଯିବା ଭୟରେ ବାରମ୍ବାର ବେଶ ବଦଳାଉ ଥିଲେ ଡ୍ରଗ୍‌ ପେଡ୍‌ଲର୍‌, ହେଲେ…

09-Dec-2020



(ପ୍ରେରଣା ଖବର) ମୁମ୍ବାଇ : ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ଘଟଣାରେ ଡ୍ରଗ୍ସ ଲିଙ୍କ୍‌ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ୍‌ ବ୍ୟୁରୋର(NCB) ଯାଞ୍ଚ ଜାରି ରହିଛି। ଏନ୍‌ସିବି ବୁଧବାର ଡ୍ରଗ୍‌ ପେଡ୍‌ଲର୍‌ ରିଗଲ୍‌ ମହାକାଲଙ୍କୁ ଗିରଫ କରିଛି। ରିଗଲ୍‌, ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀ ଓ ତାଙ୍କ ଭାଇ ଶୌଭିକଙ୍କୁ ସିଧାସଳଖ ଡ୍ରଗ୍ସ ସପ୍ଲାଏ କରୁଥିଲେ। ଡ୍ରଗ୍ ପେଡ୍‌ଲର୍‌ ଅନୁଜ୍‌ କେଶୱାନୀଙ୍କୁ ଏନ୍‌ସିବି ଗିରଫ କରିବା ପରେ ରିଗଲ୍‌ଙ୍କ ନାଁ ସାମ୍ନାକୁ ଆସିଥିଲା। ରିଗଲ୍‌, ଅନୁଜ୍‌ଙ୍କୁ ଡ୍ରଗ୍ସ ସପ୍ଲାଏ କରୁଥିଲେ ବୋଲି ଅଭିଯୋଗ ହୋଇଛି। ରିଗଲ୍‌ ବଲିଉଡ୍‌ ସେଲିବ୍ରିଟିମାନଙ୍କ ସହ ସିଧାସଳଖ ଯୋଗାଯୋଗରେ ଥିଲେ ବୋଲି ସୂଚନା ମିଳିଛି। ସବୁଠାରୁ ବଡ଼ କଥା, ବଲିଉଡ୍‌ରେ ଡ୍ରଗ୍ସ ଲିଙ୍କ୍‌କୁ ନେଇ ଏନ୍‌ସିବି ଖୋଳତାଡ଼ ଆରମ୍ଭ କରିବା ପରେ ନିଜ ନାଁ ସାମ୍ନାକୁ ଆସିବା ଭୟରେ ନାମ, ବେଶ ଓ ସ୍ଥାନ ପରିବର୍ତ୍ତନ କରି ରିଗଲ୍‌ ରହୁଥିଲା। ହେଲେ ଶେଷରେ ଏନ୍‌ସିବି ହାତରେ ସେ ଧରାପଡ଼ିଛନ୍ତି। ତାଙ୍କୁ ଧରିବା ପାଇଁ ଦୀର୍ଘ ଦିନ ହେବ ଏନ୍‌ସିବି ଖୋଜୁ ଥିଲା। ରିଗଲ୍‌ଙ୍କୁ ଗିରଫ ପରେ ପୁଣି ବଲିଉଡ୍‌ରେ ଡ୍ରଗ୍ସ ଲିଙ୍କ୍‌କୁ ନେଇ ଛାନ୍‌ଭିନ୍‌ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ରିଗ୍‌ଲଙ୍କ ସୂଚନା ଆଧାରରେ ଏନ୍‌ସିବି ଅନ୍ଧେରୀ ୱେଷ୍ଟ୍‌ରେ ରେଡ୍‌ କରିଛି। ଜେରା ସମୟରେ ରିୟା ଅନେକ ବଡ଼ ବଡ଼ ସେଲିବ୍ରିଟିଙ୍କ ନାଁ ନେଇଥିଲେ। ଏହି ସେଲିବ୍ରିଟି ସୁଶାନ୍ତଙ୍କ ପାର୍ଟିରେ ସବୁ ଯୋଗ ଦେଇଥିଲେ ଓ ଏହି ପାର୍ଟି ଲୋନାଭାଲାରେ ହେଉଥିଲା। ଏହିସବୁ ପାର୍ଟିରେ ବଲିଉଡ୍‌ର ୨ଜଣ ସେଲିବ୍ରିଟି ସାମିଲ ହେଉଥିଲେ, ଯାହାଙ୍କର ନାଁ ରିୟା ଖୁଲାସା କରିଥିଲେ।
ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ମୃତ୍ୟୁ ପରେ ବଲିଉଡ୍‌ ଡ୍ରଗ୍ସ ଲିଙ୍କ୍‌ ଘଟଣା ସାମ୍ନାକୁ ଆସିଥିଲା। ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀଙ୍କ ସମେତ ତାଙ୍କ ଭାଇ ଶୌଭିକ୍‌, ସୁଶାନ୍ତଙ୍କ ହାଉସ୍‌ ମ୍ୟାନେଜର୍‌ ସାମୁଏଲ୍‌ ମିରାଣ୍ଡା, ପର୍ସନାଲ୍‌ ଷ୍ଟାଫ୍‌ ଦୀପେଶ ସାୱନ୍ତଙ୍କ ସମେତ ଅନେକଙ୍କୁ ଏନ୍‌ସିବି ଗିରଫ କରିଥିଲା। ୨୮ ଦିନ ଜେଲ୍‌ରେ ରହିବା ପରେ ଏହି ମାମଲାରେ ବମ୍ବେ ହାଇକୋର୍ଟ ରିୟାଙ୍କୁ ସର୍ତ୍ତମୂଳକ ଜାମିନ୍‌ ପ୍ରଦାନ କରିଥିଲେ।
ଏନ୍‌ସିବି ଏହି ମାମଲାରେ ବଲିଉଡ୍‌ର ପ୍ରମୁଖ ‌ଅଭିନେତ୍ରୀ ଦୀପିକା ପାଦୁକୋନ୍‌, ସାରା ଅଲ୍ଲୀ ଖାନ୍‌ ଓ ଶ୍ରଦ୍ଧା କପୁରଙ୍କୁ ମଧ୍ୟ ପଚରାଉଚରା କରିଥିଲା। ସୂଚନାଥାଉ କି, ଜୁନ୍‌ ୧୪ରେ ମୁମ୍ବାଇ ବାନ୍ଦ୍ରା ସ୍ଥିତ ଫ୍ଲାଟ୍‌ରୁ ସୁଶାନ୍ତଙ୍କ ଝୁଲନ୍ତା ମୃତଦେହ ମିଳିଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026

You Might Also Like