-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ  ଅମଲାଙ୍କ ପ୍ରତି ରାଜ୍ଯ ସରକାରଙ୍କ ବୈମାତୃକ ମନୋଭାବ ପ୍ରତିବାଦରେ  ଆନ୍ଦୋଳନ  କାର୍ଯ୍ୟକ୍ରମ 

21-May-2023



ଭୁବନେଶ୍ବର : ଓଡ଼ିଶାରେ କାର୍ଯ୍ୟରତ ଜିଲ୍ଲାସ୍ତରୀୟ  ଅମଲା ମାନଙ୍କ ଦାବି ପୂରଣ କରିବାରେ ରାଜ୍ୟ ସରକାରଙ୍କ କ୍ରମାଗତ ଉଦାସୀନତା ପ୍ରତିବାଦରେ ବାଧ୍ୟ ହୋଇ ରାଜ୍ୟରେ କାର୍ଯ୍ୟରତ ସମସ୍ତ ଜିଲ୍ଲାସ୍ତରୀୟ ଅମଲା ସଂଗଠନ ଗୋଟିଏ ଛାତ ତଳେ ଏକତ୍ରୀତ ହୋଇ ଏକ ବୃହତ୍ତର ଜିଲ୍ଲାସ୍ତରୀୟ ମିଳିତ ଅମଲା ମଞ୍ଚକୁ ଜନ୍ମ ଦେଇଛନ୍ତି l ଏହାର ନିଷ୍ପତ୍ତି କ୍ରମେ ଗତ ଏପ୍ରିଲ ମାସ ୨୧ ତାରିଖରେ ଜିଲ୍ଲାସ୍ତରୀୟ ମିଳିତ ଅମଲା ମଞ୍ଚ ପକ୍ଷରୁ ରାଜ୍ୟର ୩୦ ଗୋଟି ଜିଲ୍ଲାର ଜିଲ୍ଲାପାଳଙ୍କ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଦାବି ପୂରଣ ନେଇ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା l ଏଥିରେ ଏପ୍ରିଲ ୩୦ ତାରିଖ ମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ପ୍ରକାଶ ନ ପାଇବାରୁ ମଇ ମାସ  ୧ ତାରିଖ ଦିନ ଜିଲ୍ଲା ସ୍ତରୀୟ ମିଳିତ ମଞ୍ଚ  ରାଜ୍ୟ ଶାଖା ପକ୍ଷରୁ ଏକ ଚରମ ପତ୍ର ମୁଖ୍ୟ ଶାସନ ସଚିବଙ୍କୁ ପ୍ରଦାନ କରାଯାଇଥିଲା l ନିଷ୍ପତ୍ତି ଅନୁଯାୟୀ  ରାଜ୍ୟ ସରକାରଙ୍କୁ ମେ ମାସ ୨୧ ତାରିଖ ସୁଦ୍ଧା ଜିଲ୍ଲାସ୍ତରୀୟ ଅମଲା ଙ୍କ ଦାବି ପୂରଣ କରିବା ପାଇଁ ଅନୁରୋଧ କରାଯାଇଥିଲା l ଯଦି  ଧାର୍ଯ୍ୟ ସମୟ ସୀମା ମଧ୍ୟରେ ରାଜ୍ଯ ସରକାର ଜିଲ୍ଲା ସ୍ତରୀୟ ଅମଲା ମାନଙ୍କ ଦାବି ପୂରଣ ନେଇ କୌଣସି ଠୋସ୍ ପଦକ୍ଷେପ ଗ୍ରହଣ ନ କରନ୍ତି  ତେବେ ମେ ମାସ ୨୨ ତାରିଖ ଠାରୁ ମେ ମାସ ୩୧ ତାରିଖ ପର୍ଯ୍ୟନ୍ତ କଳା ବ୍ୟାଜ୍ ପରିଧାନ କରାଯିବ ଏବଂ ଏହାସତ୍ବେ  ଯଦି ସରକାର କୌଣସି ନିଷ୍ପତ୍ତି ଗ୍ରହଣ ନ କରନ୍ତି  ତେବେ  ଆସନ୍ତା   ଜୁନ ଏକ ତାରିଖ ଠାରୁ ଓଡ଼ିଶାରେ କାର୍ଯ୍ୟରତ ସମସ୍ତ ଜିଲ୍ଲାସ୍ତରୀୟ ଅମଲା ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମୁହ ଛୁଟିରେ ଯିବେ ବୋଲି  ଜିଲ୍ଲାସ୍ତରୀୟ ମିଳିତ ଅମଲା ମଞ୍ଚର ରାଜ୍ଯ ଅଧ୍ୟକ୍ଷ ନାରାୟଣ ଦାସ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି l ପ୍ରକାଶ ଥାଉକି, ଦୀର୍ଘ ବର୍ଷ ହେଲା ଜିଲ୍ଲା ସ୍ତରୀୟ ଅମଲା ମାନଙ୍କର ବେତନରେ ଥିବା ଅସଙ୍ଗତିକୁ ଦୂର କରିବାରେ ରାଜ୍ୟ ସରକାର ଜାଣିଶୁଣି ଅଣଦେଖା ଓ ଅବହେଳା କରି ଚାଲିଛନ୍ତି l ଏହା ଦ୍ଵାରା  ଜିଲ୍ଲାସ୍ତରୀୟ ଅମଲା ମାନଙ୍କ ମନରେ ବହୁତ ନୈରାଶ୍ୟ ଓ ଅସନ୍ତୋଷ ଦେଖାଦେଇଛି ĺ ଯାହାର ଫଳ ସ୍ୱରୂପ ଆଗାମୀ ଦିନରେ ଏକ ବିଶାଳକାୟ ଅମଲା ଆନ୍ଦୋଳନ ମୁଣ୍ଡ ଟେକିବାକୁ ଯାଉଛି l ଏହାର ପରିଣାମ ନିଶ୍ଚିତ ଭାବରେ ସରକାରଙ୍କ କ୍ଷତି କରିବା ସହିତ ଜନସାଧାରଣ ମଧ୍ୟ ଘୋର ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି l ଏଥିପାଇଁ ରାଜ୍ଯ ସରକାର ହିଁ ଦାୟୀ ରହିବେ ବୋଲି ଶ୍ରୀ ଦାସ ପ୍ରକାଶ କରିଛନ୍ତି l  ଏଠାରେ ପ୍ରକାଶ କରା ଯାଇ ପାରେ ଯେ, ରାଜ୍ୟ ସରକାର ୨୦୧୭ ମସିହା ଠାରୁ ଜିଲ୍ଲା ସ୍ତରୀୟ ଅମଲା ମାନଙ୍କ ପ୍ରବେଶିକା ଶିକ୍ଷାଗତ ଯୋଗ୍ୟତା ସ୍ନାତକ ସହିତ କମ୍ପ୍ୟୁଟର ଜ୍ଞାନ କରିଥିଲେ ମଧ୍ୟ ବେତନରେ କୌଣସି ପ୍ରକାର ଅଭିବୃଦ୍ଧି କରି ନାହାଁନ୍ତି l ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ବିଭିନ୍ନ ଅମଲା ସଂଘ ମାନଙ୍କ ପକ୍ଷରୁ  ପତ୍ରାଳାପ କରିବା ସହିତ ବିଭିନ୍ନ ସ୍ତରରେ ଆଲୋଚନା ହୋଇସାରିଛି l କିନ୍ତୁ, ଉପରୋକ୍ତ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନା ଫଳ ଶୂନ୍ୟ ହୋଇଅଛି l ଏଠାରେ ପୁନର୍ବାର ପ୍ରକାଶ କରାଯାଇ ପାରେ ଯେ,  ଜିଲ୍ଲାସ୍ତରୀୟ ଅମଲା ମାନେ ତୃଣମୂଳ ସ୍ତରରେ କାର୍ଯ୍ୟ କରି ଜିଲ୍ଲା ସ୍ତରରେ ବିଭିନ୍ନ ବିଭାଗ ମାଧ୍ୟମରେ ରାଜ୍ଯ ସରକାର ତଥା କେନ୍ଦ୍ର ସରକାରଙ୍କ  ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଗୁଡିକରେ ସଫଳ ରୂପାୟନ କରିଥାନ୍ତି l ତୃଣମୂଳ ସ୍ତରରେ କାର୍ଯ୍ୟରତ ପରିଶ୍ରମର ଶ୍ରେୟ  ରାଜ୍ଯ ତଥା କେନ୍ଦ୍ର ସରକାରଙ୍କୁ  ମିଳିଥାଏ l ଅମଲା ମାନଙ୍କୁ ମିଳିଥାଏ ଅବହେଳା ଏବଂ ପ୍ରତାରଣା l ଆଜିର ଖବରଦାତା ସମ୍ମିଳନୀ ରେ ମାନ୍ଯବର ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ସରକାରଙ୍କୁ ଅନୁରୋଧ କରାଯାଉ ଅଛି କି,  ଯଦି ଧାର୍ଯ୍ୟ ସମୟସୀମା ମଧ୍ୟରେ ଜିଲ୍ଲାସ୍ତରୀୟ ଅମଲା ମାନଙ୍କ ଦାବି ପୂରଣ ପାଇଁ କୌଣସି ପଦକ୍ଷେପ ଗ୍ରହଣ କରା ନ ଯାଏ, ତେବେ ଉପରୋକ୍ତ କାର୍ଯ୍ୟସୂଚୀ ଅନୁଯାଇ ଆନ୍ଦୋଳନ ନିଶ୍ଚିତ ଏବଂ ରାଜ୍ୟ ସରକାର ଏଥିପାଇଁ ଦାୟୀ ରହିବେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା