-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ଅତିବଡୀ ପୁରସ୍କାରପ୍ରାପ୍ତ କବି ଶ୍ରୀନିବାସ ଉଦଗାତାଙ୍କୁ ଲେଖକ ପରିଷଦର ସମ୍ବର୍ଦ୍ଧନା:  ସାହିତ୍ୟର ଶତ୍ରୁ ଆଳସ୍ୟ: ଡ . ଉଦଗାତା

27-May-2023



ବଲାଙ୍ଗୀର(ପ୍ରେରଣା ଖବର ): ଗତକାଲି ସନ୍ଧ୍ୟାରେ ସ୍ଥାନୀୟ ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ସଂପ୍ରତି ଓଡିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ସମ୍ମାନ ଜଗନ୍ନାଥ ଦାସ ଅତିବଡୀ ପୁରସ୍କାର ପାଇଥିବା କବି,ଲେଖକ ଅନୁବାଦକ ବିଦ୍ୟାବାଚସ୍ପତି ପଦ୍ମଶ୍ରୀ ଡ ଶ୍ରୀନିବାସ ଉଦ୍ ଗାତାଙ୍କୁ ବଲାଙ୍ଗୀର ଜିଲ୍ଲା ଲେଖକ ପରିଷଦ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି ।  ସନ୍ଧ୍ୟାରେ ଅନୁଷ୍ଠିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ତାଙ୍କୁ ପ୍ରଦତ୍ତ

ସମ୍ବର୍ଦ୍ଧନାର ଉତ୍ତରରେ ଏହି ଆୟୋଜନର ଆତ୍ମୀୟ ମହକରେ ସେ ଉଲ୍ଲସିତ ବୋଲି ଭାବ ଗଦ୍ ଗଦ ହୋଇ ଉଠିବା ସହିତ ସାହିତ୍ୟ ସୃଷ୍ଟି ନିମନ୍ତେ ଲେଖକମାନଙ୍କୁ ଉଦବୋଧନ ଦେଇଥିଲେ । ସେ କହିଥିଲେ ଯେ ଶହେ ଭାଗ ପଢିଲେ ଯାଇ ପାଞ୍ଚଭାଗ ଲେଖିବା ଉଚିତ୍। ସାହିତ୍ୟର ଶତ୍ରୁ ଅସାହିତ୍ୟ ନୁହେଁ, ଆଳସ୍ୟ । ପରିଷଦର ସଭାପତି ମଳୟ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନାସଭାରେ ଓଡିଶା ସାହିତ୍ୟ ଏକାଡେମୀର ସଦସ୍ୟା ଡା ଜ୍ୟୋତିର୍ମୟୀ ସାହୁ ଓ ବଲାଙ୍ଗୀର ନାଗରିକ କମିଟିର ସଭାପତି ଇଂ ବେଲାଳସିଂ

ଭୋଇ ସମ୍ମାନିତ ବକ୍ତା ଓ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଡ ଉଦ୍ ଗାତାଙ୍କ ସୁଦୀର୍ଘ ସାରସ୍ବତ ସର୍ଜନା ସମ୍ପର୍କରେ ଆଲୋକପାତ କରିଥିଲେ । ସଭା ଆରମ୍ଭରେ ଶିଶୁସାହିତ୍ଯିକ ହୃଷିକେଶ ପୁରୋହିତ ପ୍ରାରମ୍ଭିକ ସୂଚନା ଦେଇଥିବାବେଳେ କବି ସନ୍ଦୀପ କୁମାର କୁଅଁର ଅତିଥି ପରିଚୟ ପ୍ରଦାନ ଓ ସହ- ସମ୍ପାଦକ ରଘୁନନ୍ଦନ ସିଂ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ସମ୍ପାଦକ କପିଳେଶ୍ବର ଖମାରୀ ସମ୍ପାଦକୀୟ ପାଠ କରିଥିଲେ । ଡ. ଉଦ୍ ଗାତାଙ୍କୁ ଉପାୟନ ଓ ମୋମେଣ୍ଟୋ ସହ ପୁଷ୍ପମାଲ୍ୟ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥିରେ କବୟତ୍ରୀ ସବିତା ମହରା , ବ୍ୟଙ୍ଗକବୀ ଅନୁପ୍ରିୟା ମିଶ୍ର, କବୟତ୍ରୀ ତପସ୍ୱିନୀ ପଶାୟତ,ପ୍ରଫୁଲ୍ଲ ମହାପାତ୍ର , ପ୍ରମୁଖ ସହଯୋଗ କରିଥିଲେ । 

ଦର୍ଶକମଣ୍ଡଳୀ ମଧ୍ୟରେ ସର୍ବଶ୍ରୀ ଧନଞ୍ଜୟ ମିଶ୍ର , ଡା ଅଶୋକ କୁମାର ସେଠୀ,  କବୟତ୍ରୀ ନଳିନୀପ୍ରଭା ଶତପଥୀ , କବୟତ୍ରୀ ନିରୁପମା ଉଦ୍ ଗାତା ନାଗରିକ କମିଟିର ସମ୍ପାଦକ ମନୋରଞ୍ଜନ ସାହୁ, ବରିଷ୍ଠ ନାଗରିକ କମିଟି ର ପ୍ରଭାକର ମିଶ୍ର ପ୍ରମୁଖ ଡ ଉଦ୍ ଗାତାଙ୍କର ଗୁଣଗାନ କରିଥିଲେ । ଶେଷରେ ପରିଷଦର କୋଷାଧ୍ୟକ୍ଷ ଅଜିତ କୁମାର ମହାନ୍ତି ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like