-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ ସହ ସରିଲା ଶୀତଳ​ ଷଷ୍ଠୀ I

27-May-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ )
 ନଗର ପରିକ୍ରମା କରି ଭକ୍ତଙ୍କୁ ଯୁଗଳ ଦର୍ଶନ ଦେବା ପରେ ଦେବଦେବ ମହାଦେବ ଜଗତ୍‌ଜନନୀ ମାତା ପାର୍ବତୀଙ୍କୁ ଘେନି ମନ୍ଦିର ପ୍ରବେଶ କରିଛନ୍ତି I ଏଥି ସହ ବିପୁଳ ଉତ୍ସାହ ଉଦ୍ଦୀପନା ମଧ୍ୟରେ ସମ୍ବଲପୁରର ସୁପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ସମାପନ ହୋଇଛି I ଶୁକ୍ରବାର ସନ୍ଧ୍ୟାରେ ବିଶ୍ବନିୟନ୍ତା ମହାଦେବ ନବବିବାହିତା ଦେବୀ ପାର୍ବତୀଙ୍କ ସହ ନଗର ପରିକ୍ରମା ଶେଷ କରି ନିଜ ମନ୍ଦିରରେ ପହଞ୍ଚିଥିଲେ I ନନ୍ଦପଡ଼ାର ବ˚ ବରାଡ଼ ବାଲୁ˚କେଶ୍ବର ବାବା, ଝାଡ଼ୁଆପଡ଼ାର ଲୋକନାଥ ବାବା, ମୁଦିପଡ଼ାର ଜାଗେଶ୍ବର ବାବା, ବଡ଼ବଜାରର ଶୀତଳେଶ୍ବର ବାବା, ଠାକୁରପଡ଼ାର ଗୁପ୍ତେଶ୍ବର ବାବା ଏବଂ ବୁଢ଼ାରଜାର ପାହାଡ଼େଶ୍ବର ବାବା ନିଜ ନିଜ ମନ୍ଦିରରେ ପହଞ୍ଚିବା ପରେ ବିଭିନ୍ନ ରୀତିନୀତି କରାଯାଇଥିଲା।ମଙ୍ଗଳ ଆଳତି, ମହାସ୍ନାନ ଓ ଅନ୍ୟାନ୍ୟ ନୀତି ପରେ ରାତି ସୁଦ୍ଧା ଠାକୁରମାନଙ୍କ ଗର୍ଭଗୃହ ପ୍ରବେଶ ହୋଇଥିଲା I ଦିନକୁ ଦିନ ଶୀତଳଷଷ୍ଠୀ ଯାତ୍ରାର ରୂପରଂଗ ବଦଳୁଥିବାବେଳେ ଏଥର ବି ଲୋକଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ପରିଲକ୍ଷିତ ହୋଇଥିଲା। ଗୋଟିଏ ରାତି ଓ ଗୋଟିଏ ଦିନ ଧରି ଚାଲିଥିବା ବିଭିନ୍ନ ପଡ଼ାର ଏହି ନଗର ପରିକ୍ରମା ଶୋଭାଯାତ୍ରାରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଓ ଦର୍ଶକ ସାମିଲ ହୋଇ ଯାତ୍ରାକୁ ଉପଭୋଗ କରିବା ସହ ଭକ୍ତିଭାବରେ ଲୀନ ହୋଇଥିଲେ I ଶୁକ୍ରବାର ଦିନ ତମାମ ଟାଣ ଖରା, ଅସହ୍ୟ ଗୁଳୁଗୁଳି ଓ ପ୍ରବଳ ଗରମ ସତ୍ତ୍ବେ ଯାତ୍ରାରେ ବିପୁଳ ଜନ ସମାଗମ‌ ହୋଇଥିଲା। ସହରର ସମସ୍ତ ରାସ୍ତା ଲୋକାରଣ୍ୟ ହୋଇ ଉଠିଥିଲା। ୬ଟି ପଡ଼ାର ଶୋଭାଯାତ୍ରାରେ ଭାଗ ନେଇଥିବା ରାଜ୍ୟ ଓ ରାଜ୍ୟ ବାହାରର ପ୍ରାୟ ୧୦ ହଜାର କଳାକାର ଗୁରୁବାର ରାତି ସାରା ଓ ସକାଳେ କିଛି ଘଣ୍ଟାର ବିଶ୍ରାମ ପରେ ଶୁକ୍ରବାର ଦିନସାରା ନୃତ୍ୟ, ଗୀତ ପରିବେଷଣ କରିଥିଲେ।

ଶତାଧିକ ପ୍ରକାରର ଲୁପ୍ତପ୍ରାୟ କଳା, ଲୋକ ବାଦ୍ୟ ଓ ନୃତ୍ୟ, ଆଧୁନିକ ଓ ଶାସ୍ତ୍ରୀୟ ନୃତ୍ୟ ସ˚ଗୀତରେ ସମୃଦ୍ଧ ଏହି ସା˚ସ୍କୃତିକ ଏକତାର ଯାତ୍ରା ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା କଳା ଓ କଳାକାରଙ୍କୁ ଏକାକାର କରି ଦେଇଥିଲା। ପୌରାଣିକ, ଧାର୍ମିକ, ଆଧୢାତ୍ମିକ, ଐତିହାସିକ, ଆଧୁନିକ ତଥା ସା˚ପ୍ରତିକ ବିଷୟବସ୍ତୁକୁ ନେଇ ବିଭିନ୍ନ ପଡ଼ା ପକ୍ଷରୁ କରାଯାଇଥିବା ପ୍ରଜ୍ଞାପନ ମେଢ଼ ସାମାଜିକ ସଚେତନତାର ବାର୍ତ୍ତା ଦେଇଥିଲା।ମେଳା ଓ ମିନାବଜାର ଆଦିରେ ଦର୍ଶକଙ୍କ ନାହିଁ ନଥିବା ଭିଡ଼ ଜମିଥିଲା। ଟ୍ରାଫିକ୍‌ କଟକଣା ଲାଗୁ ହୋଇ ସହରକୁ ଯାନବାହନ ପ୍ରବେଶ ନିଷେଧ କରା ଯାଇଥିଲା। ବିଭିନ୍ନ ସ୍ବେଚ୍ଛାସେବୀ ସ˚ଗଠନ ଓ ଅନୁଷ୍ଠାନ ମାନେ ଦର୍ଶକଙ୍କୁ ଥଣ୍ତା ପାଣି, ଦହି ସରବତ, ଗ୍ଲୁକୋଜ ପାଣି, ଜଳଜିରା, ଚୁଡ଼ା, ସୁଜି ହଲୁଆ, ଖେଚୁଡ଼ି, ପୁରି, ତରକାରୀ ଆଦି ବାଣ୍ଟିବା ସହ ଅନ୍ୟାନ୍ୟ ସେବା ଯୋଗାଇଥିଲେ। ବିଭିନ୍ନ ସ୍ଥାନରେ ହୋଇଥିବା ତମ୍ବୁରେ ଡାକ୍ତରୀ ଟିମ୍ ଉପସ୍ଥିତ ରହି ଦର୍ଶକଙ୍କୁ ଆଶୁଚିକିତ୍ସା ଯୋଗାଇ ଦେଇଥିଲେ। କୌଣସି ପ୍ରକାର ଅଘଟଣ ବା ଦୁର୍ଘଟଣାକୁ ଏଡ଼ାଇବା ପାଇଁ ପୁଲିସ୍‌, ଆମ୍ବୁଲାନ୍‌ସ, ଦମକଳ ବିଭାଗ ପ୍ରମୁଖ ସଜାଗ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like