-+91-9937148622 |
prerana_bgr@rediffmail.com |
Friday 29th March 2024 |
R.N.I. Regd No. ODIODI/2010/46693
Breaking News
31-May-2023
ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ ): ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।
ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ବ ପାଳନ ସମୟରେ କର୍ମଚାରୀ ମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।