-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଦୃଢ ଇଚ୍ଛାଶକ୍ତି ଦ୍ଵାରା ତମାଖୁ ବର୍ଜନ ସମ୍ଭବ - ଜିଲ୍ଲାପାଳ, ସୁବର୍ଣ୍ଣପୁରରେ ଜିଲ୍ଲାସ୍ତରୀୟ ବିଶ୍ଵ ତମାଖୁ ବର୍ଜନ ଦିବସ ପାଳିତ - ସମ୍ଵର୍ଦ୍ଧିତ ହେଲେ ୨୬ ତମାଖୁମୁକ୍ତ ଶିକ୍ଷାନୁଷ୍ଠାନ

31-May-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ଜିଲ୍ଲା ସ୍ଵାସ୍ଥ୍ୟ ସମିତି ତରଫରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରସ୍ଥ ତାଲିମ କେନ୍ଦ୍ର ଠାରେ ଜିଲ୍ଲାସ୍ତରୀୟ ବିଶ୍ଵ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ଵ ରଂଜନ ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ଦୃଢ ଇଚ୍ଛାଶକ୍ତି ଦ୍ଵାରା ତମାଖୁ ବର୍ଜନ ସମ୍ଭବ ବୋଲି ଉଲ୍ଲେଖ କରିଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ କୁମାର ଭୋଇ ସମ୍ମନିତ ଅତିଥି ଭାବେ ଯୋଗଦେଇ କିଛି ସତ ଘଟଣା ଉପସ୍ଥାପନ ସହ ତମାଖୁ ସେବନର ଭୟାଭୟତା ବିଷୟରେ ସଚେତନତା ବାର୍ତ୍ତା ରଖିଥିଲେ। ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ମନୋଜ କୁମାର ଅଦାବର ତମାଖୁ ବର୍ଜନ ଦିବସର ଉଦ୍ଦେଶ୍ୟ ଉପରେ ଆଲୋଚନା କରିଥିବା ବେଳେ ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ (ରୋଗ

ନିୟନ୍ତ୍ରଣ) ଡାକ୍ତର ରମେଶ ଚନ୍ଦ୍ର ସ୍ଵାଇଁ ଚଳିତ ବର୍ଷର ଥିମ ଉପରେ ଆଲୋଚନା କରିଥିଲେ। ଠିକ ସେହିପରି ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ(ଯକ୍ଷ୍ମା) ଡାକ୍ତର ପଦ୍ମହଂସା ଦୋରା ତମାଖୁ ସେବନ କିପରି ଯକ୍ଷ୍ମା ରୋଗକୁ ପ୍ରଭାବିତ କରିଥାଏ ତା ଉପରେ ଆଲୋଚନା କରିଥିଲେ। ଏହି ଅବସରରେ ଜିଲ୍ଲାର ୨୬ ଟି ତମାଖୁମୁକ୍ତ ଶିକ୍ଷାନୁଷ୍ଠାନକୁ ଜିଲ୍ଲାପାଳ ସମ୍ଵର୍ଦ୍ଧନା ଜ୍ଞାପନ କରିଥିଲେ। ଶିକ୍ଷାନୁଷ୍ଠାନ ଗୁଡିକ ତରଫରୁ ଡଃ ଦେବାଶିଷ ପାଣ୍ଡିଆ, ଶ୍ରୀମତୀ ରେଖା ପ୍ରଧାନ ଏବଂ ରାଜେନ୍ଦ୍ର ମିଶ୍ର ପ୍ରମୂଖ ସମ୍ଵର୍ଦ୍ଧନାର ପ୍ରତ୍ୟୁତ୍ତର ରଖିଥିଲେ। ସଭା ସଂଯୋଜନା ସହ ସମଗ୍ର କାର୍ଯ୍ୟକ୍ରମଟି ସହକାରୀ ଜିଲ୍ଲା ଜନସ୍ଵାସ୍ଥ୍ୟ ଯୋଗାଯୋଗ  ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିବା ବେଳେ ଜାତୀୟ ସ୍ଵାସ୍ଥ୍ୟ ମିଶନର ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ବିଶ୍ଵମ୍ଵର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ଅଣ ସଂକ୍ରାମକ ରୋଗ ସହକାରୀ କାର୍ଯ୍ୟକ୍ରମ ପରିଚାଳିକା ଗୀତାଞ୍ଜଳି ମେହେର କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like