-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଶୀତଳଷଷ୍ଠୀ ମହୋତ୍ସବ ଆୟୋଜନକୁ ବିରୋଧ I

01-Jun-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ )
 ଶୀତଳଷଷ୍ଠୀ ଯାତ୍ରା ଶେଷ ହେବାର ସପ୍ତାହେ ପରେ ଜୁନ୍‌ ୧ରୁ ୩ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବର ରବୀନ୍ଦ୍ର ମଣ୍ଡପରେ ଶୀତଳଷଷ୍ଠୀ ମହୋତ୍ସବ ଆୟୋଜନକୁ ନେଇ ସମ୍ବଲପୁରରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି I ନନ୍ଦପଡ଼ା, ଝାଡ଼ୁଆପଡ଼ା ଓ ମୁଦିପଡ଼ା ଯାତ୍ରା କମିଟିକୁ ନେଇ ଗଠିତ ଶୀତଳଷଷ୍ଠୀ ଯାତ୍ରା ମିଳିତ ସମନ୍ବୟ ସମିତି ଏହାର ଦୃ‌ଢ଼ ବିରୋଧ କରିଛି I ବୁଧବାର ସଂଧ୍ୟାରେ ଆରଣ୍ୟକ ମଣ୍ଡପଠାରେ ସମନ୍ବୟ ସମିତିର ଏକ ଜରୁରୀ ବୈଠକ ବସି ଏହାର ବିରୋଧ କରାଯାଇଥିଲା I ଏହାପରେ ସମନ୍ବୟ ସମିତି ତରଫରୁ ଜାରି ଏକ ବିବୃତିରେ କହାଯାଇଛି ଯେ ଶୀତଳଷଷ୍ଠୀର ଇତିହାସ, ପରଂପରା ସଂପର୍କରେ ନଜାଣି କିଛି ଲୋକ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରିବା ଗ୍ରହଣୀୟ ନୁହେଁ I ଶୀତଳଷଷ୍ଠୀ ଯାତ୍ରାର ଏକ ପ୍ରକ୍ରିୟା ରହିଛି I ଏହା ନିର୍ଦ୍ଦିଷ୍ଟ ତିଥି ଓ ଲଗ୍ନରେ ଆୟୋଜନ ହୁଏ I ଅକ୍ଷୟ ତୃତୀୟାରେ ଥାଳଉଠାରୁ ଆରମ୍ଭ ହୋଇ ପତରପେଣ୍ଡି, ଦେବନିମନ୍ତ୍ରଣ, ଗଇଁଠାଳ ଫିଟା, ବରଯାତ୍ରୀ, ବିବାହ, ଯୁଗଳଦର୍ଶନ ଶୋଭାଯାତ୍ରା ଓ ମନ୍ଦିର ପ୍ରବେଶ ଆଦି ନୀତି ବିଧି ଅନୁଯାୟୀ ପାଳନ କରାଯାଏ I ତେଣୁ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶର ସପ୍ତାହେ ପରେ ମଞ୍ଚ ଉପରେ ନାଚଗୀତ କରି ଶୀତଳଷଷ୍ଠୀ ମହୋତ୍ସବ ଆୟୋଜନ କରିବାର ଉଦ୍ଦେଶ୍ୟ କଣ ବୋଲି ସମିତି ପ୍ରଶ୍ନ କରିଛି I ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଶେଷ ହୋଇ ରତ୍ନବେଦୀରେ ବିଜେ କଲା ପରେ ଓଡ଼ିଶାର କୌଣସି ଗାଁ କି ସହରରେ ଏଭଳି କାର୍ଯ୍ୟକ୍ରମ କେହି ଆୟୋଜନ କରନ୍ତି ନାହିଁ I ତେଣୁ ସମ୍ବଲପୁରବାସୀଙ୍କ ଭାବାବେଗ ସହ ଖେଳିବାରୁ ଆୟୋଜକମାନେ କ୍ଷାନ୍ତ ରହନ୍ତୁ ଓ ସେମାନଙ୍କୁ ଯଦି ମେଳା, ମହୋତ୍ସବ ଆୟୋଜନ କରିବାର ଅଛି ତାହେଲେ ଅନ୍ୟ କୌଣସି ନାଁରେ ଆୟୋଜନ କରନ୍ତୁ ବୋଲି ସମିତି ପରାମର୍ଶ ଦେଇଛି I ସମିତିର ବୈଠକରେ କାର୍ଯ୍ୟକାରୀ ସଭାପତି ଅମୂଲ୍ୟ ମିଶ୍ର, ସରୋଜ ଦଲପତ, ସୁଶାନ୍ତ ପୁରୋହିତ, ଫଣୀଭୂଷଣ ମିଶ୍ର, ପ୍ରଶାନ୍ତ ବରେଇ, ସୁନୀଲ ଦାଶ, ଜଗଦୀଶ ପଣ୍ଡା, ଅଭିଷେକ ମିଶ୍ର ପ୍ରମୁଖ ସାମିଲ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା