-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||     

HOME   ଜିଲ୍ଲା

ଏନଏଚ-୨୬ର ଛୁଇବନ୍ଧଛକରେ ଟ୍ରକକୁ ପଛରେ ପିଟିଲାକାର,୫ମୃତ,୨ଗୁରୁତର

14-Jun-2023



ବଲାଙ୍ଗିର(ପ୍ରେରଣା ଖବର)-ବଲାଙ୍ଗୀର-ସମ୍ବଲପୁର ଜାତୀୟରାଜପଥ-୨୬ରେ ଛୁଇବନ୍ଧ ଛକରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି । ଏଥିରେ ୨ଶିଶୁ ସମେତ ୫ଜଣ ମୃତ୍ୟୁବରଣ କରିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି । ଗତକାଲି ରାତି ୧୦ଟା.୩୦ବେଳେ ବଲାଙ୍ଗୀରକୁ ଫେରୁଥିବା ଏକ କାର ରାସ୍ତାକଡରେ ଛିଡା ହୋଇଥିବା ଟ୍ରକପଛରେ ଧକ୍କା ହେବାରୁ କାରରେ ବସିଥିବା ଆରୋହୀଙ୍କ ମଧ୍ୟରୁ ୫ଜଣ ମୃତ୍ୟୁବରଣ କରିଥିଲେ । ମୃତକମାନେ ବଲାଙ୍ଗୀର ସହରର ଜଗନ୍ନାଥପଡାର ଆତ୍ମଜ ନାଏକ(୨୬) ,ଆତ୍ମଜଙ୍କ ଭଉଣୀ କନ୍ଧପାଲିପଡାର ଇପ୍ସିତା ସାଏ(୨୪),ଇପ୍ସିତାଙ୍କ ଝୀଅ ରୀଆ(୪)ଓ ସଦାଇପାଲି ଗାଁର ଦିପ୍ତିରଂଜନ ସାଏ(୩୪)ଓ ଝିଅ ଶ୍ରନିକା ସାମନ୍ତିନୀ ସାଏ(୫) ବୋଲି ଜଣାପଡିଛି । ଆତ୍ମଜଙ୍କ ମାଆ ଆରତୀ ନାଏକ(୬୫)ଓ ଦିପ୍ତିରଂଜନଙ୍କ ପତ୍ନୀ ରଶ୍ମିତା ସାଏ(୨୫)ଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପ୍ରଥମେ ଭୀମଭୋଇ ମେଡିକାଲ କଲେଜ ଓ

ପରେ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି । ଏମାନେ ସମସ୍ତେ ଏକ ସ୍ୱିଫ୍ଟ ଡିଜାୟାର କାରରେ ବଲାଙ୍ଗୀରରୁ ଆଗଲପୁର ବ୍ଲକର ଡୁଡୁକା ଗାଁରୁ ଏକ ବାହାଘର କାର୍ଯ୍ୟକ୍ରମ ସାରି ଫେରୁଥିଲେ । ବାଟରେ ବଲାଙ୍ଗୀରକୁ ଆଉ ମାତ୍ର ୫କିଲୋମିଟର ଦୂରଥିବା ବେଳେ ଛୁଇବନ୍ଧ ଛକଠାରେ ରାସ୍ତାକଡାରେ ଛିଡାହୋଇଥିବା ଏକ ଟ୍ରକରେ ପଛପଟୁ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ହିଁଁ ୫ଜଣଙ୍କର ମୃତ୍ୟୁ ହୋଇଯାଇଥିଲା । ଘଟଣାର ଖବରପାଇ ସଦର ଆଇଆଇସି ଶ୍ରୀକାନ୍ତ ସାହୁ ଆହତଙ୍କୁ ଉଦ୍ଧାର କରି ହସପିଟାଲକୁ ଆଣିଥିଲେ । ଅବସ୍ଥା ଗୁରୁତର ଥିବାରୁ ଆହତମାନଙ୍କୁ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି । ଏହି ଘଟଣାପରେ ବଲାଙ୍ଗୀରରେ ଶୋକର ଛାୟା ଖେଳିଯାଇଛି । ଶବ ରଖାଯାଇଥିବା ଭୀମଭୋଇ ମେଡିକାଲ କଲେଜର ଶବବ୍ୟବଚ୍ଛେଦ ଗୃହପାଖରେ ଶହଶହ ସଂଖ୍ୟାରେ ଲୋକ ରୁଣ୍ଡ ହୋଇଥିଲେ । ଅଘରିଆ ସମାଜର କର୍ମକର୍ତ୍ତା ସଭାପତି ଶୁଭ୍ରାଂଶୁ ପଟେଲ,ଦିଗାମ୍ବର ନାଏକ ପ୍ରମୁଖ ପହଞ୍ଚି ଶୋକସନ୍ତପ୍ତ ପରିବାରକୁ ଆଶ୍ୱାସନା ଦେବା ସହିତ ଶବଗୁଡିକର ପୋଷ୍ଟମର୍ଟମ କରାଇଥିଲେ । ମୃତକମାନଙ୍କର ନିଜ ନିଜ ଅଞ୍ଚଳର ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା । 
           ପ୍ରକାଶ୍ୟ ଯେ,ବଲାଙ୍ଗୀର ସହର ମଧ୍ୟଦେଇ ଦୁଇଟି ଜାତୀୟରାଜପଥ-୨୬ ଓ ୫୭ ଯାଇଛି । ଏହି ରାସ୍ତାଦେଇ ହଜାର ହଜାର ସଂଖ୍ୟାରେ ଭାରିଯାନ ଯାତାୟାତ କରୁଛି । ସହର ମଧ୍ୟରେ ଅନେକ ଦୁର୍ଘଟଣା ହେବାରୁ ରାତି ୧୨ଟା ପରେ ଭାରିଯାନଗୁଡିକୁ ଛଡାଯାଉଛି । ଫଳରେ ସମ୍ବଲପୁର ରୋଡର ମାଧିଆପାଲିରୁ ଛୁଁଇବନ୍ଧ ଛକ ପର୍ଯ୍ୟନ୍ତ ସକାଳ ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ଗାଡିଗୁଡିକ ଅଟକି ରହୁଛି । ବଲାଙ୍ଗୀର ସହରରେ ଦୁଇଟି ବାଇପାସ ନିର୍ମାଣ କରିବାକୁ ପ୍ରାୟ ୧୫ବର୍ଷ ହେଲା ଅପେକ୍ଷା କରିବାକୁ ପଡିଛି । ଏବେ ପୂ୍‌ର୍ତ୍ତବିଭାଗ ଓ ଏନଏଚ ବିଭାଗ ଦୁଇଟିଯାକ ବାଇପାସ କାମ ଆରମ୍ଭ କରିଛନ୍ତି । ବାଇପାସ ଅଭାବରୁ ପ୍ରତିମାସରେ ବଡବଡ ଦୁର୍ଘଟଣା ଘଟୁଛି ଓ ଲୋକଙ୍କ ଧନଜୀବନ ନଷ୍ଟ ହେଉଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026

You Might Also Like